Posted inଜାତୀୟ

କଶ୍ମୀର ଟୁର୍‌ ବାତିଲ କରୁଛନ୍ତି ୯୦% ପର୍ଯ୍ୟଟକ

ନୂଆଦିଲ୍ଲୀ, ୨୪।୪: ଜମ୍ମୁ-କଶ୍ମୀରର ପହଲ୍‌ଗାମ ଆତଙ୍କବାଦୀ ଆକ୍ରମଣର ପ୍ରଭାବ ପର୍ଯ୍ୟଟନ କ୍ଷେତ୍ର ଉପରେ ପଡ଼ିଛି। ଲୋକମାନେ ବଡ଼ସଂଖ୍ୟାରେ ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ କରିଥିବା ଅଗ୍ରିମ ବୁକିଂକୁ ବାତିଲ କରିବା ଆରମ୍ଭ କରିଛନ୍ତି। ପହଲ୍‌ଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ଦୃଷ୍ଟିରୁ ଲୋକେ ଜମ୍ମୁ-କଶ୍ମୀର ପାଇଁ ସେମାନଙ୍କ ବୁକିଂକୁ ବାତିଲ କରୁଥିବା ନେଇ ବୁଧବାର ବିଭିନ୍ନ ଟ୍ରାଭେଲ ଏଜେନ୍ସି ପକ୍ଷରୁ କୁହାଯାଇଛି। ଜମ୍ମୁ-କଶ୍ମୀର ପାଇଁ ପ୍ରାୟ ୯୦% ଟୁର୍‌ ବୁକିଂ ବାତିଲ ହେଉଥିବା ଜଣାପଡ଼ିଛି।

ଏକ ଟ୍ରାଭେଲ ଏଜେନ୍ସିର ମାଲିକ ଦେବ୍‌ କହିଛନ୍ତି, ଅନେକ ପରିବାର ଜମ୍ମୁ-କଶ୍ମୀର ଭ୍ରମଣ ପାଇଁ ଆଗୁଆ ବୁକିଂ କରିଥିଲେ। ସେମାନେ ବସ୍‌ ଏବଂ ଫ୍ଲାଇଟ ଟିକେଟଠାରୁ ଆରମ୍ଭ କରି ହୋଟେଲ ପର୍ଯ୍ୟନ୍ତ ସବୁକିଛିର ଅଗ୍ରିମ ବୁକିଂ କରିସାରିଥିଲେ। ତେବେ ପହଲ୍‌ଗାମ୍‌ରେ ଆତଙ୍କବାଦୀ ଆକ୍ରମଣ ନେଇ ଖବର ଆସିବା ପରେ ସେମାନେ ନିଜ ନିଜ ବୁକିଂକୁ ବାତିଲ କରିବା ପାଇଁ ଟ୍ରାଭେଲ ଏଜେନ୍ସିଗୁଡ଼ିକୁ ଫୋନ୍‌ କରୁଛନ୍ତି ବୋଲି ଦେବ୍‌ କହିଛନ୍ତି।

ଅନ୍ୟପକ୍ଷରେ, ପହଲ୍‌ଗାମ୍‌ ଆକ୍ରମଣ ପରେ କେବଳ ବୁଧବାର ସକାଳ ୬ଟାରୁ ୧୨ଟା ମଧ୍ୟରେ ଶ୍ରୀନଗର ଏୟାରପୋର୍ଟରୁ ୨୦ଟି ଫ୍ଲାଇଟ୍‌ରେ ୩,୩୩୭ ଜଣ ଲୋକ ନିଜ ନିଜ ରାଜ୍ୟକୁ ଫେରି ଯାଇଥିବା ନେଇ କେନ୍ଦ୍ର ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମନୋହର ନାଇଡୁ କହିଛନ୍ତି। ସେହିପରି ବର୍ତ୍ତମାନ ସ୍ଥିତିରେ ବିମାନ ଭଡ଼ା ବୃଦ୍ଧି ନ କରିବାକୁ ସମସ୍ତ ଏୟାରଲାଇନ୍ସକୁ ନିର୍ଦ୍ଦେଶ ଦିଆଯାଇଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି…

ପାଠ୍ୟପୁସ୍ତକ ତ୍ରୁଟି ଘଟଣା; ମନୋଜ ପାଢ଼ୀଙ୍କୁ ଜାମିନ, କୋର୍ଟ ରଖିଲେ ଏହି ସର୍ତ୍ତ

କଟକ,୫।୮(ପ୍ରଭୁକଲ୍ୟାଣ ପାଲ୍): ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର…

ପୁଅ ହେବ ତ ଏମିତି… ପାଲିଙ୍କିରେ ମାତା-ପିତାଙ୍କୁ ବସାଇ ୧୫ କିମି ପଦଯାତ୍ରା, ଝୁମରନାଥ ଧାମ ଦର୍ଶନ କରାଇଲେ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଲଲିତପୁର ଜିଲାରୁ ସାମ୍ନାକୁ ଆସିଛି ଭକ୍ତି, ସେବା ଓ ସଂସ୍କାରର ଏକ ପ୍ରେରଣାଦାୟକ ଚିତ୍ର । ବାର କସ୍ବାର ମୋତିଖେଡ଼ା ଗ୍ରାମର ବାସିନ୍ଦା…

କ୍ଷମା ମାଗିଲେ ଜୁକରବର୍ଗ: ମୋଦି ସରକାରଙ୍କୁ କହିଲେ, ବହୁତ ଟଙ୍କା ମିଳିଥିଲା…

ନୂଆଦିଲ୍ଲୀ,୫।୮: ମାର୍କ ଜୁକରବର୍ଗ CSAM କଣ୍ଟେଣ୍ଟ, ଡିପଫେକ୍ କଣ୍ଟେଣ୍ଟ ଏବଂ ପ୍ଲାଟଫର୍ମ ପରିଚାଳନାରେ ହୋଇଥିବା ଭୁଲ୍ ପାଇଁ କ୍ଷମା ପ୍ରାର୍ଥନା କରିଛନ୍ତି। ସେମାନଙ୍କୁ ସ୍ପଷ୍ଟ କରାଯାଇଥିଲା ଯେ…

୨୦୨୭ ODI ବିଶ୍ୱକପକୁ ନେଇ ଆସିଲା ବଡ଼ ଅପଡେଟ: କାର୍ଯ୍ୟସୂଚୀ ଘୋଷଣା କଲା ICC

ନୂଆଦିଲ୍ଲୀ,୫।୮: 2027 ODI ବିଶ୍ୱକପର କାର୍ଯ୍ୟସୂଚୀକୁ ନେଇ ଏକ ବଡ଼ ଅପଡେଟ ପ୍ରକାଶ ପାଇଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଟୁର୍ଣ୍ଣାମେଣ୍ଟର ଯୋଗ୍ୟତା ପର୍ଯ୍ୟାୟ ପାଇଁ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri