କୋଭାକ୍ସିନ୍‌ ସମ୍ପର୍କିତ ୯୦ ପ୍ରତିଶତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଡବ୍ଲ୍ୟୁଏଚ୍‌ଓରେ ଦାଖଲ ହୋଇଛି: ଭାରତ ବାୟୋଟେକ୍‌…

ନୂଆଦିଲ୍ଲୀ,୨୫।୫: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁ ସଂକ୍ରମଣ ଯୋଗୁ ସଙ୍କଟ ଦେଖାଦେଇଛି। ଦେଶରେ ସେରମ୍‌ ଇନଷ୍ଟିଚ୍ୟୁଟ୍‌ର କୋଭିଶିଲ୍ଡ ଏବଂ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌ ଟିକାକୁ ସାର୍ବଜନୀକ ଟିକାକରଣ ଅଭିଯାନରେ ସାମିଲ କରାଯାଇଛି। ତେବେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ୍‌ ଟିକା ମାନ୍ୟତା ମିଳି ନ ଥିବା ଦର୍ଶାଇ ଏହି ଟିକା ନେଇଥିବା ଭାରତୀୟଙ୍କ ବିଦେଶ ଯାତ୍ରାରେ କେତେକ ସମସ୍ୟା ସୃଷ୍ଟି ହୋଇଥିଲା। ମାତ୍ର ଭାରତ ବାୟୋଟେକ୍‌ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ସୂଚନା ଦିଆଯାଇଛି ଯେ, କୋଭାକ୍ସିନ୍‌ ସମ୍ପର୍କିତ ୯୦ ପ୍ରତିଶତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ରେ ଦାଖଲ କରାଯାଇଛି। ଯାହାଦ୍ୱାରା କୋଭାକ୍ସିନ୍‌କୁ ଜରୁରୀକାଳୀନ ସ୍ଥିତିରେ ବ୍ୟବହାର କରାଯାଇ ପାରିବା ନେଇ ଏହାକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ତାଲିକାରେ ସାମିଲ କରାଯାଇ ପାରିବ। କୋଭିଶିଲ୍ଡ ଏହି ତାଲିକାରେ ପୂର୍ବରୁ ତାଲିକାଭୁକ୍ତ ହୋଇ ସାରିଛି। କୋଭାକ୍ସିନ୍‌ ସମ୍ପର୍କିତ ଅଧିକ ତଥ୍ୟ ଆବଶ୍ୟକ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ମାଛଚାଷରେ ମାଇକ୍ରୋଆଲଗେ ବ୍ୟବହାର, ବାଣିଜ୍ୟ ସମ୍ଭାବନାକୁ ନେଇ…

ଭଞ୍ଜନଗର,୪ା୯(ବାବୁଲା ପ୍ରଧାନ): ମାଛଚାଷରେ ମାଇକ୍ରୋଆଲଗେର ବ୍ୟବହାର ଓ ଏହାର ବାଣିଜି୍ୟକ ସମ୍ଭାବନାକୁ ନେଇ ଭଞ୍ଜନଗର ନିକଟସ୍ଥ ଦୁବ ଫିସ ଫାର୍ମରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri