ପରୀକ୍ଷା ଦେବା ପାଇଁ ୬ କିଲୋମିଟର ଚାଲିଲେ ୯୦ ଛାତ୍ରୀ

ମୋରଡା,୧୨।୧୨(ସ୍ମାରକ ମାଜୀ): ପରୀକ୍ଷା ଦେବା ପାଇଁ ୬କିଲୋମିଟର ଚାଲିଲେ ୯୦ ଜଣ ଛାତ୍ରୀ । ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ୬କିଲୋମିଟର ଛାତ୍ରୀମାନଙ୍କୁ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କଲେ ପ୍ରଧାନ ଶିକ୍ଷୟିତ୍ରୀ ।

ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତ ଭାଲିଆଡିହା କେଜିବିଭି ସ୍କୁଲର ଷଷ୍ଠ ଶ୍ରେଣୀର ଛାତ୍ରୀ ଏବଂ ଆଦିବାସୀ ହରିଜନ ଆବାସିକ ବିଦ୍ୟାଳୟର ୪ର୍ଥ, ୫ମ ଶ୍ରେଣୀର ଛାତ୍ରୀ ଅର୍ଥାତ ମୋଟ ୯୦ଜଣ ରାସ୍ତାରେ ଚାଲି ଚାଲି ଯାଇ ପରୀକ୍ଷା ଦେଇଛନ୍ତି। ଏହି ଦୃଶ୍ୟ ଦେଖି ସାଧାରଣ ଜନତା ଆଚମ୍ବିତ ହୋଇ ଯାଇଛନ୍ତି ।
କାରଣ ପଚାରିବାରୁ ଜଣାପଡିଲା ଯେ, ଛାତ୍ରୀମାନେ ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ବାରମାଇଲସ୍ଥିତ ଉପେନ୍ଦ୍ର ନାଥ ଘୋଷ ସରକାରୀ ଉଚ୍ଚ ବିଦ୍ୟାଳୟକୁ ୬ କିଲୋମିଟର ଚାଲି ଚାଲି ଯାଇଥିଲେ। ଯାହାକୁ ନେଇ ଅଭିଭାବକ ଏବଂ ସାଧାରଣ ଜନତା ଅସନ୍ତୋଷ ବ୍ୟକ୍ତ କରିବା ସହ ଏହାର ଦୃଢ ନିନ୍ଦା କରିଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜେନା ବିଗତ ୧୧ବର୍ଷଧରି ଉକ୍ତ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଦାୟିତ୍ୱ ତୁଲାଇ ଆସୁଛନ୍ତି l ବିଦ୍ୟାଳୟ ଏସଆଇଜି ଗ୍ରାଣ୍ଟରେ ଟଙ୍କା ଥାଇ କୁନି କୁନି ଛାତ୍ରୀମାନଙ୍କୁ ରାସ୍ତାରେ ଚଲାଇବା ଘଟଣାର ଦୃଢ ନିନ୍ଦା କରିବା ସହିତ ଏହାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା ।
ତେବେ ଘଟଣା ସମ୍ପର୍କରେ ଆମେ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ଜେନାଙ୍କୁ ପଚାରିବାରୁ ଛାତ୍ରୀ ମାନଙ୍କୁ ଗାଡିରେ ନେବା ପାଇଁ କୌଣସି ଅନୁଦାନ ନ ଥିବାରୁ ବିଲ ରାସ୍ତାରେ ଚଲାଇ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେଇଥିବାର ପ୍ରକାଶ କରିଛନ୍ତି। ତେବେ ଉକ୍ତ ଘଟଣା ସମ୍ପର୍କରେ ବିଇଓ ଦୃଷ୍ଟି ଦେଇ ଘଟଣାର ତଦନ୍ତ କରିବାକୁ ସାଧାରଣ ରେ ମତ ପ୍ରକାଶ ପାଇଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…

ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା  ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌: ପୁଣେରୁ ବାୟୋଲୋଜି ଅଧ୍ୟାପିକା ଗିରଫ

ନୂଆଦିଲ୍ଲୀ,୧୭ା୫(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ମାମଲାର ତଦନ୍ତ କରୁଥିବା କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଶନିବାର ପୁଣେରୁ ଜଣେ ଜୀବବିଜ୍ଞାନ ଅଧ୍ୟାପିକାଙ୍କୁ ଗିରଫ କରିଛି। ଉକ୍ତ ଅଧ୍ୟାପିକା ମେ’…

ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ: ୨ଟି କୋଚ୍‌ରେ ଲାଗିଗଲା ନିଆଁ, ଭିତରେ ଥିଲେ…

ନୂଆଦିଲ୍ଲୀ,୧୭।୫: ରାଜଧାନୀ ଏକ୍ସପ୍ରେସରେ ଅଗ୍ନିକାଣ୍ଡ। ଦିଲ୍ଲୀ-ନିଜାମୁଦ୍ଦିନ ଯାଉଥିବା ଏହି ଟେନ ଦୁଇଟି କୋଚରେ ଅଗ୍ନିକାଣ୍ଡ ଘଟି ଆତଙ୍କ ସୃଷ୍ଟି ହୋଇଛି। ରବିବାର ସକାଳେ ଏହି ଘଟଣା ଆଲୋଟ…

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri