ଜାତୀୟ ପତାକା ଉତ୍ତୋଳନ କଲେ ୯୦ ବର୍ଷୀୟା ବୃଦ୍ଧା, ବଖାଣିଲେ ସ୍ବାଧୀନତା ପୂର୍ବର କାହାଣୀ

ଦାରିଙ୍ଗବାଡି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ତାଜୁଙ୍ଗିଆ ପଞ୍ଚାୟତର ସିକରମାହା ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟରେ ୭୯ତମ ସ୍ବାଧୀନତା ଦିବସ ବଡ଼ ଧୂମଧାମରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଆକର୍ଷଣ ଥିଲେ ଉକ୍ତ ଅଞ୍ଚଳର ଜଣେ ୯୦ ବର୍ଷୀୟା ବୃଦ୍ଧା ଯିଏ କି ଦେଶ ସାଧିନତା ପାଇବା ପୂର୍ବରୁ ସେ ଜନ୍ମ ଗ୍ରହଣ କରିଥିଲେ ସେ ହେଲେ ତାଯୁବତୀ ମଲ୍ଲିକ ବୋଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଜିତ କୁମାର କହଁର କହିଛନ୍ତି । ବୃଦ୍ଧା ତାଯୁବୁଢ଼ୀ ମଲ୍ଲିକ ମୁଖ୍ୟତିଥିଭାବେ ଯୋଗଦାନ କରି ପତ୍ତାକା ଉତ୍ତୋଳନ କରିବା ସହ ଉପସ୍ଥିତ ଛାତ୍ରୀଛାତ୍ରଙ୍କୁ ଦେଶ ସ୍ବାଧୀନ ପାଇବା ପୂର୍ବରୁ ଇଂରେଜି ମାନଙ୍କ ଶାସନ ସମ୍ପର୍କରେ ନିଜ ଅଭିଜ୍ଞତା ବଖାଣିଥିଲେ ସେହି ସମୟରେ ସେ ଛୋଟ ଶିଶୁ ଥିଲେ ଓ ତାଙ୍କ ଦେଶ ସ୍ବାଧୀନତା ଆଣିବାରେ କିଭଳି କର୍ତ୍ତବ୍ୟ ପାଳନ କରିଛନ୍ତି, କଷ୍ଟ ସହିଛନ୍ତି ସେ ସବୁ ଛାତ୍ରୀଛାତ୍ରଙ୍କୁ ଜଣାଇଥିଲେ। ସାଧୀନ ପୂର୍ବରୁ ଓ ପରର ଜୀବନ କିପରି ଥିଲା ତାହା ନିଜ ଭାଷଣରେ ରଖିଥିଲେ। ଦେଶ ସୱାଧୀନ କିଭଳି ପାଇଛି ସେ ସମ୍ପର୍କରେ ଜଣେ ସେହି ସମୟର ଶିଶୁ ସ୍ବାଧୀନତା ସଂଗ୍ରାମୀଙ୍କଠାରୁ ଶୁଣି ଛାତ୍ରୀଛାତ୍ର ଓ ଅଞ୍ଚଳବାସୀ ଖୁସିବ୍ୟକ୍ତ କରିଥିଲେ। ଅନ୍ୟ ଅତିଥିଙ୍କ ମଧ୍ୟରେ ମୁଖ୍ୟ ବକ୍ତା ଭାବେ ବିଦ୍ୟାଳୟ କମିଟିର ସଭାପତି କରୁଣାକର ପ୍ରଧାନ ଛାତ୍ରୀଛାତ୍ର ମାନଙ୍କୁ ସାଧୀନତା ଦିବସର ମହତ୍ତ ଓ ସାଧୀନ ସନ୍ତାନର କର୍ତ୍ୟବ ସମ୍ପର୍କରେ କହିଥିଲେ। ବିଦ୍ୟାଳୟର ସହକାରୀ ଶିକ୍ଷୟିତ୍ରୀଶିକ୍ଷକ ଶ୍ରୀକାନ୍ତ ବେହେରା, ପ୍ରଭାତୀ ସିଂ, ସୁନନ୍ଦନ ବଳିଆର ସିଂ, ବାବୁଲା ନାହକ, ରବୀନ୍ଦ୍ର କୁମାର ସାହୁ, ଶିଳ୍ପା ନାୟକ, କିରଣମୟୀ ନାୟକ, ସୁଶ୍ରୀ ସଙ୍ଗୀତା ବେହେରା, ପ୍ରଭାସିନୀ ପ୍ରଧାନ, ବିଚିତ୍ରା ପ୍ରଧାନ, ସୁଜାତା କହଁର, କନିଷ୍କ ପ୍ରଧାନ ଓ ସୌଦାମିନୀ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମକୁ ସୁପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri