ଜାମଦାରେ ୯୦୦ କୋଟିର ଇସ୍ପାତ ଶିଳ୍ପ

ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟ ସରକାର ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୭୨୧ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସେଥିରୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ରେ ଯୋଗ ଦେଇ ରାଜ୍ୟରେ ପୁଞ୍ଜିନିବେଶ ପ୍ରସ୍ତାବ ଦେଇଥିବା ୯ଟି କମ୍ପାନୀ ରହିଛି। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ)ର ୧୧୭ତମ ବୈଠକରେ ଉକ୍ତ ପ୍ରକଳ୍ପଗୁଡିକୁ ଅନୁମୋଦନ କରାଯାଇଛି। ବୈଠକରେ ୮୯୬.୯୮ କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଆର୍‌.ସି.ଆର୍‌. ଷ୍ଟିଲ ୱାର୍କସ ପ୍ରାଇଭେଟ ଲିମିଟେଡ୍‌ର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଥିରେ ମୟୂରଭଞ୍ଜର ଜାମଦାଠାରେ ଏକ ଇସ୍ପାତ କାରଖାନା ସ୍ଥାପନ କରାଯିବା ସହ ରାଜ୍ୟରେ ପ୍ରାୟ ୭୫୦ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ।
ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏରେ ଆଲୁମିନିୟମ ଓ ଆଲୁମିନିୟମ ଉପରେ ନିର୍ଭରଶୀଳ ଇସ୍ପାତ ଏବଂ ଇସ୍ପାତ ସହ ସଂଯୁକ୍ତ ଶିଳ୍ପ, ରାସାୟନିକ ଓ ପ୍ଲାଷ୍ଟିକ, ଖାଦ୍ୟ ପ୍ରକ୍ରିୟାକରଣ ଓ ପ୍ୟାକେଜିଂ, ବୟନ ଓ ପୋଷାକ, ପର୍ଯ୍ୟଟନ ଏବଂ ଅକ୍ଷୟ ଶକ୍ତି ଭଳି ବିଭିନ୍ନ କ୍ଷେତ୍ରରେ ଥିବା ପ୍ରକଳ୍ପଗୁଡ଼ିକୁ ଅନୁମୋଦନ ମିଳିଛି। ବଲାଙ୍ଗୀର, ଗଞ୍ଜାମ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ମୟୂରଭଞ୍ଜ, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଉକ୍ତ ପ୍ରକଳ୍ପ ପ୍ରତିଷ୍ଠା କରାଯିବ।
ରାୟଗଡ଼ା ଜିଲାରେ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ ଏବଂ ସମ୍ବଲପୁରର ଲାପଙ୍ଗାସ୍ଥିତ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ସମ୍ପ୍ରସାରଣ ପ୍ରସ୍ତାବକୁ କମିଟି ଅନୁମୋଦନ କରିଛି। ଏଥିରେ ପ୍ରାୟ ୧୦୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏଥିରେ ଜିଲା ଓ ଏହାର ଆଖପାଖ ଅଞ୍ଚଳରେ ୫୦୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଗଞ୍ଜାମ ଜିଲାର ଚିଲିକା ହ୍ରଦସ୍ଥିତ ସୋମାଲୋ ଦ୍ୱୀପରେ ୨୨୮.୪୫ କୋଟି ଟଙ୍କା ବିନିଯୋଗରେ ଏକ ରିସର୍ଟ ପ୍ରତିଷ୍ଠା ପାଇଁ ମହିନ୍ଦ୍ରା ହେଲିଡେଜ୍‌ ଆଣ୍ଡ ରିସର୍ଟସ୍‌ ଇଣ୍ଡିଆ ଲିମିଟେଡ୍‌ ପ୍ରକଳ୍ପ ପ୍ରସ୍ତାବକୁ ମଧ୍ୟ ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁଏ ଅନୁମୋଦନ କରିଛି। ଏହି ପ୍ରକଳ୍ପ ଭାରତର ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ସ୍ଥିତିକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି। ରସାୟନ କ୍ଷେତ୍ରରେ ଆୟନ ଏକ୍ସଚେଞ୍ଜ (ଇଣ୍ଡିଆ) ଲିମିଟେଡ୍‌ର ଏକ ପ୍ରକଳ୍ପକୁ କମିଟି ମଞ୍ଜୁରୀ ଦେଇଛି। କମ୍ପାନୀ ପକ୍ଷରୁ ଜଗତ୍‌ସିଂହପୁର ଜିଲାର ପାରାଦୀପଠାରେ ୩୦୩ କୋଟି ଟଙ୍କା ବିନିଯୋଗରେ ୨୫,୦୦୦ ମେଟ୍ରିକ୍‌ ଟନ୍‌ ଜଳ ବିଶୋଧନ କେମିକାଲ୍‌ ଏବଂ ୩୦,୦୦୦ ମେଟ୍ରିକ୍‌ ଟନ୍‌ ମନୋମର୍‌ ଓ ପଲିମର୍ସ ଉତ୍ପାଦନ ୟୁନିଟ୍‌ ସ୍ଥାପନ କରାଯିବ। ଏଥିରେ ୧୫୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିିବ। ବୟନ ଓ ପୋଷାକ କ୍ଷେତ୍ରରେ ଇଣ୍ଡିଆନ୍‌ ଷ୍ଟିଚେସ ପ୍ରାଇଭେଟ୍‌ ଲିମିଟେଡ୍‌ ୧୦୦ କୋଟି ଟଙ୍କା ବିନିଯୋଗରେ ଏକ ଫେବ୍ରିକ୍‌ ପ୍ରୋସେସିଂ ପ୍ଲାଣ୍ଟ ଖୋର୍ଦ୍ଧାରେ ସ୍ଥାପନ କରିବ। ଏଥିରେ ରାଜ୍ୟର ୧୦୦୦ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ତାଜ୍‌ ସାଟସ୍‌ ଲିମିଟେଡ୍‌ ପକ୍ଷରୁ ଖୋର୍ଦ୍ଧାରେ ଏକ ଫୁଡ୍‌ ପ୍ରୋସେସିଂ ଓ ପ୍ୟାକେଜିଂ ୟୁନିଟ୍‌ ସ୍ଥାପନ କରାଯିବ। ଏହି ପ୍ରକଳ୍ପରେ ୫୧ କୋଟି ଟଙ୍କା ବିନିଯୋଗ ହେବା ସହିତ ୨୦୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ରୋମ୍‌କୋ ଆଲୁମିନେଟ୍ସ ପକ୍ଷରୁ ବଲାଙ୍ଗୀରରେ ୫୪ କୋଟି ଟଙ୍କା ବ୍ୟୟରେ ୧୨ ମେଗାଓ୍ବାଟ୍‌ର ଏକ ସୋଲାର ପ୍ଲାଣ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?