ଜାମଦାରେ ୯୦୦ କୋଟିର ଇସ୍ପାତ ଶିଳ୍ପ

ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟ ସରକାର ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୭୨୧ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସେଥିରୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ରେ ଯୋଗ ଦେଇ ରାଜ୍ୟରେ ପୁଞ୍ଜିନିବେଶ ପ୍ରସ୍ତାବ ଦେଇଥିବା ୯ଟି କମ୍ପାନୀ ରହିଛି। ସୋମବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲ୍‌ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏ)ର ୧୧୭ତମ ବୈଠକରେ ଉକ୍ତ ପ୍ରକଳ୍ପଗୁଡିକୁ ଅନୁମୋଦନ କରାଯାଇଛି। ବୈଠକରେ ୮୯୬.୯୮ କୋଟି ଟଙ୍କାର ପୁଞ୍ଜିନିବେଶ ପାଇଁ ଆର୍‌.ସି.ଆର୍‌. ଷ୍ଟିଲ ୱାର୍କସ ପ୍ରାଇଭେଟ ଲିମିଟେଡ୍‌ର ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ଏଥିରେ ମୟୂରଭଞ୍ଜର ଜାମଦାଠାରେ ଏକ ଇସ୍ପାତ କାରଖାନା ସ୍ଥାପନ କରାଯିବା ସହ ରାଜ୍ୟରେ ପ୍ରାୟ ୭୫୦ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ।
ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁସିଏରେ ଆଲୁମିନିୟମ ଓ ଆଲୁମିନିୟମ ଉପରେ ନିର୍ଭରଶୀଳ ଇସ୍ପାତ ଏବଂ ଇସ୍ପାତ ସହ ସଂଯୁକ୍ତ ଶିଳ୍ପ, ରାସାୟନିକ ଓ ପ୍ଲାଷ୍ଟିକ, ଖାଦ୍ୟ ପ୍ରକ୍ରିୟାକରଣ ଓ ପ୍ୟାକେଜିଂ, ବୟନ ଓ ପୋଷାକ, ପର୍ଯ୍ୟଟନ ଏବଂ ଅକ୍ଷୟ ଶକ୍ତି ଭଳି ବିଭିନ୍ନ କ୍ଷେତ୍ରରେ ଥିବା ପ୍ରକଳ୍ପଗୁଡ଼ିକୁ ଅନୁମୋଦନ ମିଳିଛି। ବଲାଙ୍ଗୀର, ଗଞ୍ଜାମ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ମୟୂରଭଞ୍ଜ, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଉକ୍ତ ପ୍ରକଳ୍ପ ପ୍ରତିଷ୍ଠା କରାଯିବ।
ରାୟଗଡ଼ା ଜିଲାରେ ଉତ୍କଳ ଆଲୁମିନା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ ଏବଂ ସମ୍ବଲପୁରର ଲାପଙ୍ଗାସ୍ଥିତ ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ର ସମ୍ପ୍ରସାରଣ ପ୍ରସ୍ତାବକୁ କମିଟି ଅନୁମୋଦନ କରିଛି। ଏଥିରେ ପ୍ରାୟ ୧୦୦୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ହେବ। ଏଥିରେ ଜିଲା ଓ ଏହାର ଆଖପାଖ ଅଞ୍ଚଳରେ ୫୦୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଗଞ୍ଜାମ ଜିଲାର ଚିଲିକା ହ୍ରଦସ୍ଥିତ ସୋମାଲୋ ଦ୍ୱୀପରେ ୨୨୮.୪୫ କୋଟି ଟଙ୍କା ବିନିଯୋଗରେ ଏକ ରିସର୍ଟ ପ୍ରତିଷ୍ଠା ପାଇଁ ମହିନ୍ଦ୍ରା ହେଲିଡେଜ୍‌ ଆଣ୍ଡ ରିସର୍ଟସ୍‌ ଇଣ୍ଡିଆ ଲିମିଟେଡ୍‌ ପ୍ରକଳ୍ପ ପ୍ରସ୍ତାବକୁ ମଧ୍ୟ ଏସ୍‌ଏଲ୍‌ଏସ୍‌ଡବ୍ଲ୍ୟୁଏ ଅନୁମୋଦନ କରିଛି। ଏହି ପ୍ରକଳ୍ପ ଭାରତର ପର୍ଯ୍ୟଟନ ମାନଚିତ୍ରରେ ଓଡ଼ିଶାର ସ୍ଥିତିକୁ ଆହୁରି ସୁଦୃଢ଼ କରିବ ବୋଲି ଆଶା କରାଯାଉଛି। ରସାୟନ କ୍ଷେତ୍ରରେ ଆୟନ ଏକ୍ସଚେଞ୍ଜ (ଇଣ୍ଡିଆ) ଲିମିଟେଡ୍‌ର ଏକ ପ୍ରକଳ୍ପକୁ କମିଟି ମଞ୍ଜୁରୀ ଦେଇଛି। କମ୍ପାନୀ ପକ୍ଷରୁ ଜଗତ୍‌ସିଂହପୁର ଜିଲାର ପାରାଦୀପଠାରେ ୩୦୩ କୋଟି ଟଙ୍କା ବିନିଯୋଗରେ ୨୫,୦୦୦ ମେଟ୍ରିକ୍‌ ଟନ୍‌ ଜଳ ବିଶୋଧନ କେମିକାଲ୍‌ ଏବଂ ୩୦,୦୦୦ ମେଟ୍ରିକ୍‌ ଟନ୍‌ ମନୋମର୍‌ ଓ ପଲିମର୍ସ ଉତ୍ପାଦନ ୟୁନିଟ୍‌ ସ୍ଥାପନ କରାଯିବ। ଏଥିରେ ୧୫୦ରୁ ଅଧିକ ଲୋକଙ୍କୁ ନିଯୁକ୍ତି ମିଳିିବ। ବୟନ ଓ ପୋଷାକ କ୍ଷେତ୍ରରେ ଇଣ୍ଡିଆନ୍‌ ଷ୍ଟିଚେସ ପ୍ରାଇଭେଟ୍‌ ଲିମିଟେଡ୍‌ ୧୦୦ କୋଟି ଟଙ୍କା ବିନିଯୋଗରେ ଏକ ଫେବ୍ରିକ୍‌ ପ୍ରୋସେସିଂ ପ୍ଲାଣ୍ଟ ଖୋର୍ଦ୍ଧାରେ ସ୍ଥାପନ କରିବ। ଏଥିରେ ରାଜ୍ୟର ୧୦୦୦ରୁ ଅଧିକ ଲୋକଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ତାଜ୍‌ ସାଟସ୍‌ ଲିମିଟେଡ୍‌ ପକ୍ଷରୁ ଖୋର୍ଦ୍ଧାରେ ଏକ ଫୁଡ୍‌ ପ୍ରୋସେସିଂ ଓ ପ୍ୟାକେଜିଂ ୟୁନିଟ୍‌ ସ୍ଥାପନ କରାଯିବ। ଏହି ପ୍ରକଳ୍ପରେ ୫୧ କୋଟି ଟଙ୍କା ବିନିଯୋଗ ହେବା ସହିତ ୨୦୦ ଜଣଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ରୋମ୍‌କୋ ଆଲୁମିନେଟ୍ସ ପକ୍ଷରୁ ବଲାଙ୍ଗୀରରେ ୫୪ କୋଟି ଟଙ୍କା ବ୍ୟୟରେ ୧୨ ମେଗାଓ୍ବାଟ୍‌ର ଏକ ସୋଲାର ପ୍ଲାଣ୍ଟ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୯ ଷ୍ଟେସନରେ ସୁଲଭ ମୂଲ୍ୟରେ ଖାଦ୍ୟ ପ୍ରଦାନ କରିବ ଇଷ୍ଟକୋଷ୍ଟ ରେଲୱେ

ଭୁବନେଶ୍ୱର,୨୪ା୪: କମ୍ ଖର୍ଚ୍ଚରେ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ବଡ଼ ଖବର। ଭାରତୀୟ ରେଳବାଇ ସହିତ ଭାରତୀୟ ରେଳ କ୍ୟାଟରିଂ ଆଣ୍ଡ ଟୁରିଜିମ୍ କର୍ପୋରେସନ୍...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ...

କାଳବୈଶାଖୀର ତାଣ୍ଡବ, ଭାଙ୍ଗିଲା ବିଜୁ ପଟ୍ଟନାୟକ ଇନ୍‌ଡୋର ଷ୍ଟାଡିୟମ

ପୁରୁଷୋତ୍ତମପୁର,୨୪ା୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ମାତ୍ର ୧୦ ମିନିଟ୍‌ ମଧ୍ୟରେ ସହରକୁ ଛିନ୍‌ଭିନ୍‌ କରିପକାଇଛି। ବିଭିନ୍ନ ସ୍ଥାନରେ...

ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ

ଭୁବନେଶ୍ୱର,୨୪।୪: ବାକିରେ ନେଇ ଖାଇଲେ, ଟଙ୍କା ମାଗିବାରୁ ଦୋକାନରେ ନିଆଁ ଲଗାଇଦେଲେ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଚନ୍ଦକା ଅଞ୍ଚଳରେ। ଗତକାଲି ରାତିରେ...

ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ, ବଜ୍ରପାତ ସୂଚନା

ଭୁବନେଶ୍ୱର,୨୪ା୪: ଦିନ ସାରା ପ୍ରଚଣ୍ଡ ଖରା ଏବଂ ଗୁଳୁଗୁଳିରେ ଲୋକେ ଆଉଟୁପାଉଟୁ ହେଉଥିବା ବେଳେ ଅପରାହ୍ନରେ କାଳବୈଶାଖୀ ବର୍ଷା ସାମାନ୍ୟ ଆଶ୍ୱସ୍ତି ଆଣିଛି। ଅପରାହ୍ନ ସାଢ଼େ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri