୪୪ ଲକ୍ଷ ୫୬ ହଜାର ଚାଷୀଙ୍କ ଆକାଉଣ୍ଟକୁ ଗଲା ୯୦୦ କୋଟି ଟଙ୍କାର କାଳିଆ ସହାୟତା

ଭୁବନେଶ୍ୱର,୨୦ା୯(ଅସମାପିକା ସାହୁ): ନୂଆଖାଇ ଅବସରରେ ରାଜ୍ୟର ୪୪ ଲକ୍ଷ ୫୬ ହଜାର ଚାଷୀ ପରିବାର କାଳିଆ ସହାୟତା ପାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ସହାୟତା ପ୍ରଦାନ କରିଛନ୍ତି। ରବି ଫସଲ ପାଇଁ ଏହି ସହାୟତା ଦିଆଯାଇଛି। ପ୍ରତ୍ୟେକ ଚାଷୀ ପରିବାରଙ୍କ ବ୍ୟାଙ୍କ ଆକାଉଣ୍ଟ କୁ ୨୦୦୦ ଟଙ୍କା ଦିଆ ଯାଇଛି।
ଏଥିରେ ୪୩ ଲକ୍ଷ ୮୮ ହଜାର କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଥିବା ବେଳେ ୬୮ ହଜାର ୭୫୦ ଜଣ ଭୂମି ହୀନ ଚାଷୀ ପରିବାର ଅଛନ୍ତି।

ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ନୂଆଖାଇର ଶୁଭେଚ୍ଛା ଜଣାଇ କହିଲେ ଯେ, ଚାଷୀ ଆମର ଗୌରବ। ମୋ ରାଜ୍ୟର ଚାଷୀ ପରିବାର ସମ୍ମାନର ସହ,ସ୍ବାଭିମାନର ସହ ବଞ୍ଚୁ ବୋଲି ସେ ଚାହାନ୍ତି। ବିକାଶର ସୁଫଳରେ ଚାଷୀ ସାମିଲ ହେଉ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ, ଆଜି ପର୍ଯ୍ୟନ୍ତ କାଳିଆ ଯୋଜନାରେ ରାଜ୍ୟର ଚାଷୀ ଭଉଣୀ-ଭାଇମାନଙ୍କୁ ୧୨,୫୦୦ କୋଟି ଟଙ୍କାର ସହାୟତା ଦିଆଯାଇଛି।

ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସମବାୟ ସଚିବ ଅରବିନ୍ଦ ଅଗ୍ରଓ୍ବାଲ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବିଭିନ୍ନ ଜିଲାରେ ଅଧିକାରୀ ଓ ହିତାଧିକାରୀମାନେ ଭିଡିଓ କନ୍‌ଫରେନ୍ସରେ ଯୋଡ଼ି ହୋଇଥିଲେ।
କାର୍ଯ୍ୟକ୍ରମରେ କୃଷି ଓ କୃଷକ କଲ୍ୟାଣ ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସ୍ବାଗତ ଭାଷଣ ଦେଇଥିଲେ ଓ କୃଷି ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri