୯୦୦ ଗ୍ରାମ ସୁନା, ୨ କେଜି ରୂପା ଜବତ

ଖୋର୍ଦ୍ଧା,୨।୯ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ଜଂକିଆ ଥାନା ଅନ୍ତର୍ଗତ ଛଣଗିରୀ ଗ୍ରାମରେ ଥିବା ସ୍ବର୍ଣ୍ଣ ଅଳଙ୍କାର ପ୍ରତିଷ୍ଠାନରୁ ଗତ ୨୪ ତାରିଖ ଦିନ ଦ୍ୱିପହରେ ହୋଇଥିବା ବଡ଼ ଲୁଟ୍‌ ଘଟଣାର ପୋଲିସ ମଙ୍ଗଳବାର ପର୍ଦ୍ଦାଫାଶ କରିଛି। ଗତ ୨୪ତାରିଖରେ ୧୦ଜଣ ଡକାୟତ ମୁଖା, ହେଲମେଟ ପିନ୍ଧି ବନ୍ଧୁକ, ବମ୍‌ ଫୁଟାଇ ରୂପା, ଅଳଙ୍କାର ସହ ନଗଦ ଟଙ୍କା ଲୁଟ କରି ବାଇକ୍‌ ଯୋଗେ ଫେରାର ହୋଇଯାଇଥିଲେ।

ହେଲେ ଲୁଟ୍‌ ସମୟର ଦୃଶ୍ୟ ସିସିଟିଭି ଫୁଟେଜରେ ମିଳିଥିଲା। ଅଳଙ୍କାର ପ୍ରତିଷ୍ଠାନର ମାଲିକ ଅରୁନ୍ଧତୀ ସାହୁଙ୍କ ଅଭିଯୋଗ କ୍ରମେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ଏସ୍‌ପି ବିବେକାନନ୍ଦ ଶର୍ମାଙ୍କ ନିର୍ଦ୍ଧେଶ କ୍ରମେ ୩ଟି ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅଭିଯୁକ୍ତମାନଙ୍କୁ ଧରିବା ସହ ଲୁଟ ଘଟଣାର ପର୍ଦ୍ଦାଫାଶ କରିଛନ୍ତି। ପୋଲିସ ଘଟଣାରେ ସମ୍ପୃକ୍ତ ୪ଜଣଙ୍କୁ ଗିରଫ କରିଛି।

ପୋଲିସ ଅଭିଯୁକ୍ତଙ୍କ ନିକଟରୁ ୯୦୦ଗ୍ରାମ ସୁନା, ୨ କିଲୋ ୩୬୩ ଗ୍ରାମ ରୂପା ଏବଂ ନଗଦ ୯ଲକ୍ଷ ୪୫ ହଜାର ଟଙ୍କା ଜବତ କରିଛି। ଏପରିକି ପୋଲିସ ଅଭିଯୁକ୍ତଙ୍କ ନିକଟରୁ ଦେଶୀ ବନ୍ଧୁକ, ଜୀବନ୍ତ ଗୁଳି ଏବଂ ମାରଣାସ୍ତ୍ର ଜବତ କରିଛି।

ଲୁଟ ଘଟଣାରେ ୧୦ଜଣ ସମ୍ପୃକ୍ତ ଥିବାବେଳେ ୪ଜଣଙ୍କୁ ପୋଲିସ ଗିରଫ କରିବାରେ ସଫଳ ହୋଇଥିବା ବେଳେ ଫେରାର ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିଛି। ଏହି ସମ୍ପର୍କରେ ପୋଲିସ ଡିଆଇଜି ସତ୍ୟଜିତ ନାୟକ ଏକ ଖବରଦାତା ସମ୍ମିଳନୀରେ ଲୁଟ ଘଟଣାର ପର୍ଦ୍ଧାଫାଶ କରି କହିଥିଲେ ଯେ, ଏହା ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ଥିଲା। ଖୋର୍ଦ୍ଧା, ପୁରୀ, ନୟାଗଡ଼, ଭୁବନେଶ୍ୱର ଅଞ୍ଚଳରେ ପୋଲିସ ଟିମ୍‌ ଚଢାଉ କରି ସମସ୍ତ ଲୁଟ ସୁନା, ରୂପା ଏବଂ ନଗଦ ଟଙ୍କା ଜବତ କରାଯାଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?