ଆସିଲା ୯,୦୪,୧୮୦ କୋଭିଶିିଲ୍ଡ ଟିକା

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌ ଟିକାକରଣ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଯେଉଁଥିରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଏବଂ ୪୫ରୁ ୫୯ ବର୍ଷ ମଧ୍ୟରେ ଥିବା ବହୁବିଧ ରୋଗୀଙ୍କୁ ଟିକା ଦିଆଯାଉଛି। ମଙ୍ଗଳବାର ଓଡ଼ିଶାକୁ ଆଉ ୯,୦୪,୧୮୦ କୋଭିଶିିଲ୍ଡ ଟିକା ଆସି ପହଞ୍ଚତ୍ଛି। ଏକ ସ୍ବତନ୍ତ୍ର ବିମାନରେ ଟିକା ଆସି ପହଞ୍ଚତ୍ବା ପରେ ସେଗୁଡ଼ିକୁ ଷ୍ଟେଟ୍‌ ଭ୍ୟାକ୍ସିନ ସେଣ୍ଟରକୁ ପଠାଯାଇଛି।
ସେପଟେ ରାଜ୍ୟରେ ଗୋଟିଏ ଦିନରେ ୬୦ହଜାରରୁ ଊର୍ଦ୍ଧ୍ୱ ଟିକାକରଣ ହୋଇଛି। ମଙ୍ଗଳବାର ୩୭,୪୦୭ଜଣ ୬୦ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତି ଟିକା ନେଇଥିବାବେଳେ ୧,୭୬୭ଜଣ ବହୁବିଧ ରୋଗୀ ଟିକା ନେଇଛନ୍ତି। ଏହାବ୍ୟତୀତ ୬୦୦ଜଣ ସ୍ବାସ୍ଥ୍ୟକର୍ମୀ ପ୍ରଥମ ଡୋଜ୍‌ ଏବଂ ୭,୦୨୧ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଛନ୍ତି। ସେହିପରି ୯୦୩ଜଣ ସମ୍ମୁଖ ଯୋଦ୍ଧା ପ୍ରଥମ ଡୋଜ୍‌ ଏବଂ ୧୬,୨୩୧ଜଣ ଦ୍ୱିତୀୟ ଡୋଜ୍‌ ଟିକା ନେଇଛନ୍ତି। ଏହିପରି ଭାବେ ମୋଟ୍‌ ୬୩,୯୨୯ଜଣ ଟିକା ନେଇଛନ୍ତି। ମୋଟ ୫୨୫ କେନ୍ଦ୍ରରେ ଟିକାକରଣ ହୋଇଛି। ୫,୩୨୦ଜଣଙ୍କୁ କୋଭାକ୍ସିନ ଏବଂ ୫୮,୬୦୯ଜଣଙ୍କୁ କୋଭିଶିଲ୍ଡ ଟିକା ଦିଆଯାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏ ପର୍ଯ୍ୟନ୍ତ ରାଜ୍ୟରେ ୬୦ ବର୍ଷରୁ ଊର୍ଦ୍ଧ୍ୱ ୨,୨୫,୩୬୫ଜଣ ଟିକା ନେଇଥିବାବେଳେ ୧୦,୮୦୭ଜଣ ବହୁବିଧ ରୋଗୀ ଟିକା ନେଇଛନ୍ତି। ତେବେ ସାରା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୯,୬୮,୭୬୬ଜଣଙ୍କୁ ଟିକା ଦିଆସରିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri