୯୦୭ କିଲୋ ଗଞ୍ଜେଇ ଜବତ: ଦୁଇ ଗିରଫ

କୋରାପୁଟ,୧୦।୫(ସ୍ବ.ପ୍ର.): କୋରାପୁଟ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇ ଏକ ମିନି ଟ୍ରକରୁ ୯୦୭ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏହି ଚଢ଼ାଉରେ ଗାଡିର ଡ୍ରାଇଭର ଓ ହେଲ୍‌ପରଙ୍କୁ ମଧ୍ୟ ପୋଲିସ ଗିରଫ କରିଛି। ଏନେଇ ମଙ୍ଗଳବାର କୋରାପୁଟ ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ଆନ୍ଧ୍ରରୁ ଉତ୍ତରପ୍ରଦେଶ ଯାଉଥିବା ବେଳେ ଡୁମୁରିପୁଟ ନିକଟରେ ଏକ ମିନି ଟ୍ରକ ଉପରେ କୋରାପୁଟ ଅବକାରୀ ବିଭାଗ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ଯାଞ୍ଚ କରିବା ପରେ ସେଥିରେ ଥିବା ଅନେକ ଜରି ପ୍ୟାକେଟରୁ ଗଞ୍ଜେଇ ଜବତ ହୋଇଥିଲା। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୮୫ ଲକ୍ଷ ଟଙ୍କା ହେବ ବୋଲି ଅବକାରୀ ବିଭାଗରୁ ସୂଚନା ଦିଆଯାଇଛି। ତେବେ ଏଥିରେ ସମ୍ପୃକ୍ତ ଥିବା ଡ୍ରାଇଭର ଧର୍ମବୀର ସିଂ ଓ ହେଲ୍‌ପର ଭରତ ସିଂକୁ ଗିରଫ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…

ଦସ୍ତଖତ କରିଥିଲେ ୯, ଗଲେ ୮: କଂଗ୍ରେସରେ ତେଜୁଛି ଗୋଷ୍ଠୀକନ୍ଦଳ

ଭୁବନେଶ୍ୱର, ୩।୪(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନରେ ଓଡ଼ିଶାରେ କଂଗ୍ରେସର ମୋଟ୍‌ ୧୪ ଜଣ ବିଧାୟକ ବିଜୟୀ ହୋଇଥିଲେ। ସେଥିରୁ ଗତ ମାର୍ଚ୍ଚ ୧୬ ତାରିଖରେ ଅନୁଷ୍ଠିତ ରାଜ୍ୟ…

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri