ଆଇଆଇଆଇଟି ଛାତ୍ରୀଛାତ୍ରଙ୍କୁ ୯୧% ପ୍ରତିଶତ ନିଯୁକ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିଷ୍ଠିତ ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ ଅଫ ଇନଫରମେଶନ ଟେକ୍ନୋଲୋଜି(ଆଇଆଇଆଇଟି) ଭୁବନେଶ୍ୱର ୨୦୦୬ରେ ସ୍ଥାପନ କରାଯାଇଥିଲା। ଏହି ଅନୁଷ୍ଠାନରୁ ୨୦୧୯-୨୦ରେ ପାସ କରିଥିବା ୯୧ ପ୍ରତିଶତ ଛାତ୍ରୀଛାତ୍ରଙ୍କୁ ବିଭିନ୍ନ କ୍ଷେତ୍ରରେ ନିଯୁକ୍ତି ମିଳି ପାରିଛି। ଗତ ୫ ବର୍ଷ ମଧ୍ୟରେ ଏହି ଅନୁଷ୍ଠାନ ୯୦ରୁ ୯୫ ପ୍ରତିଶତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାରେ ସହାୟକ ହୋଇ ପାରିଛି । ବୁଧବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୋର୍ଡ ଅଫ ଗଭର୍ନରସ ବୈଠକରେ ଏହି ସୂଚନା ଦିଆଯାଇଛି। ଏହି ବୈଠକରେ ଦେଶର ବିଭିନ୍ନ ପ୍ରାନ୍ତରୁ ଡିଜିଟାଲ ମୋଡରେ ଇଣ୍ଡିପେଡେଣ୍ଟ ଡାଇରେକ୍ଟରମାନେ ସାମିଲ ହୋଇଥିଲେ। ଉକ୍ତ ଅନୁଷ୍ଠାନରେ ଗବେଷଣା ଏବଂ ବର୍ତ୍ତମାନର ସମୟ ସହ ତାଳ ଦେଉଥିବା ବିଭିନ୍ନ ସ୍ବତନ୍ତ୍ର ବିଷୟ ଉପରେ ଅଧିକ ଫୋକସ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେଯୋଗ ଦେଇ ଆଇଆଇଆଇଟି ନିର୍ଦ୍ଦେଶକ ଗୋପାଳ ନାୟକ କହିଛନ୍ତି ଏହି ଅନୁଷ୍ଠାନ ବିଭିନ୍ନ ନୁୂତନ ଚିନ୍ତାଧାରାର ବୈଷୟିକ ଶିକ୍ଷାକୁ ଗୁରତ୍ୱ ଦେଇ ସେଲଫ ଲର୍ଣ୍ଣିଂ, ସେଲ୍‌ଫ ଡେଭେଲପମେଣ୍ଟ କୋର୍ସ ଏବଂ କୋଡିଂ କମ୍ପିଟିଶନ ବିଷୟକୁ ସଫଳତାର ସହ କାର୍ଯ୍ୟକାରୀ କରି ଆସୁଛି। ଛାତ୍ରୀଛାତ୍ରମାନେ ନିଜ ପସନ୍ଦ ଅନୁଯାୟୀ ବିଷୟ ନେଇ ଶିକ୍ଷା ଗ୍ରହଣ କରୁଛନ୍ତି। ଏହି ଅନୁଷ୍ଠାନର ଛାତ୍ରୀଛାତ୍ରମାନେ ଗୁଗଲ ଅନଲାଇନ ମାର୍କେଟିଂ ଚ୍ୟାଲେଞ୍ଜରେ ଉଚ୍ଚ ର଼୍ୟାଙ୍କରେ ରହିବାରେ ସଫଳ ହୋଇଛନ୍ତି ବୋଲି ନିର୍ଦ୍ଦେଶକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri