Posted inଜାତୀୟ

ନଜରରେ ୧୧ ଦଳର ୯୧ ଏମ୍‌ପି

ନୂଆଦିଲ୍ଲୀ,୨୦ା୭: ୬୫ଟି ଦଳ ଭାଜପା କିମ୍ବା କଂଗ୍ରେସ ନେତୃତ୍ୱାଧୀନ ମେଣ୍ଟରେ ଯୋଗଦେଇଥିବାବେଳେ ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ନିରପେକ୍ଷ ରହିବା ପାଇଁ ଅନୂ୍ୟନ ୧୧ ଦଳ ନିଷ୍ପତ୍ତି ନେଇଛନ୍ତି। ଏହି ଦଳଗୁଡ଼ିକର ୯୧ ଜଣ ସାଂସଦ ଅଛନ୍ତି।

ଭାଜପା ନେତୃତ୍ୱାଧୀନ ଏନ୍‌ଡିଏରେ ୩୯ ଦଳ ଥିବାବେଳେ କଂଗ୍ରେସ ନେତୃତ୍ୱାଧୀନ ଇଣ୍ଡିଆରେ ୨୬ ବିରୋଧୀ ଦଳ ରହିଛନ୍ତି। ୩ ରାଜ୍ୟର ଶାସକ ଦଳ ବିଜେଡି (ଓଡ଼ିଶା), ବିଆର୍‌ଏସ୍‌ (ତେଲଙ୍ଗାନା) ଏବଂ ଓ୍ବାଇଏସ୍‌ଆର୍‌ସିପି (ଆନ୍ଧ୍ରପ୍ରଦେଶ)ର ମୋଟ ୬୩ ଲୋକ ସଭା ସଦସ୍ୟ ରହିଛନ୍ତି। ଏହି ଦଳଗୁଡ଼ିକୁ ଉଭୟ ଶାସକ ଏନ୍‌ଡିଏ ଏବଂ ବିରୋଧୀ ଇଣ୍ଡିଆ ନିଜ ସପକ୍ଷକୁ ନେବାକୁ ଚାହିଁବେ। ଏହି ୩ କ୍ଷମତାସୀନ ଦଳ ବ୍ୟତୀତ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସ୍‌ପି), ଅସାଦୁଦ୍ଦିନ ଓଓ୍ବାଇସିଙ୍କ ଏଆଇଏମ୍‌ଆଇଏମ୍‌, ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କ ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି), ଶିରୋମଣି ଅକାଳୀ ଦଳ (ଏସ୍‌ଏଡି), ଅଲ୍‌ ଇଣ୍ଡିଆ ୟୁନାଇଡେଟ୍‌ ଡେମୋକ୍ରାଟିକ୍‌ ଫ୍ରଣ୍ଟ (ଏଆଇଡିୟୁଏଫ୍‌), ଜନତା ଦଳ (ଧର୍ମନିରପେକ୍ଷ), ରାଷ୍ଟ୍ରୀୟ ଲୋକତାନ୍ତ୍ରିକ ପାର୍ଟି (ଆର୍‌ଏଲ୍‌ପି) ଏବଂ ଏସ୍‌ଏଡି (ମାନ୍‌) ମଧ୍ୟ କୌଣସି ମେଣ୍ଟ ଆଡ଼କୁ ଢଳି ନାହାନ୍ତି। ୨୦୧୯ରେ ଆନ୍ଧ୍ରରେ କ୍ଷମତାସୀନ ହୋଇଥିବା ଓ୍ବାଇ.ଏସ୍‌. ଜଗନ୍‌ମୋହନ ରେଡ୍ଡୀଙ୍କ ଓ୍ବାଇଏସ୍‌ଆର୍‌ କଂଗ୍ରେସ ପାର୍ଟି ଏବଂ ୨୦୦୦ରୁ ସରକାର ଚଳାଉଥିବା ନବୀନ ପଟ୍ଟନାୟକଙ୍କ ବିଜୁ ଜନତା ଦଳ ବିଭିନ୍ନ ପ୍ରସଙ୍ଗରେ ଭାଜପା ନେତୃତ୍ୱାଧୀନ ସରକାର ସପକ୍ଷରେ ଭୋଟ ଦେଇଆସିଛନ୍ତି।

ଅନ୍ୟପକ୍ଷେ ୨୦୧୪ରେ ତେଲଙ୍ଗାନା ରାଜ୍ୟ ଗଠନ ହେବା ପରଠୁ କ୍ଷମତାରେ ଥିବା କେ. ଚନ୍ଦ୍ରଶେଖର ରାଓଙ୍କ ଭାରତ ରାଷ୍ଟ୍ର ସମିତି ନୂଆ ବିରୋଧୀ ମେଣ୍ଟ ଗଢ଼ିବାକୁ ଉଦ୍ୟମ କରିଥିବାବେଳେ ଇଣ୍ଡିଆରେ ସାମିଲ ହୋଇନାହିଁ। ଲୋକ ସଭାରେ ୯ ସଦସ୍ୟ ଥିବା ବିଏସ୍‌ପି ବିରୋଧୀ ମେଣ୍ଟରେ ସାମିଲ ହୋଇନାହିଁ। ଉତ୍ତର ପ୍ରଦେଶକୁ ୪ ଥର ଶାସନ କରିଥିବା ମାୟାବତୀଙ୍କ ଦଳ ଏକାକୀ ଲୋକ ସଭା ନିର୍ବାଚନ ଲଢ଼ିବା ନେଇ ଘୋଷଣା କରିଛି। ଏଆଇଏମ୍‌ଆଇଏମ୍‌ ମଧ୍ୟ ବିରୋଧୀ ମେଣ୍ଟରେ ସାମିଲ ହୋଇ ନାହିଁ। ଏହାକୁ ଏକପ୍ରକାର ‘ରାଜନୈତିକ ଅସ୍ପୃଶ୍ୟ’ ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri