କାଳ ହେଲା ଭୋଜିଖିଆ: ଝାଡ଼ାବାନ୍ତିରେ ୯୧ ଆକ୍ରାନ୍ତ

ସଜନାଗଡ, ୧୭ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୋଟାପଡା ଗ୍ରାମରେ ଭୋଜି ଖାଇ ୯୧ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୯ଜଣଙ୍କୁ ୧୦୮ ଆମ୍ବୁଲାନ୍ସ, ଟେମ୍ପୁ, ମୋଟରସାଇକେଲ ଯୋଗେ ନୀଳଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଶୁକ୍ରବାର ମଧ୍ୟାହ୍ନ ସମୟରେ ଜଣେ ବ୍ୟକ୍ତିଙ୍କ ଘରେ ସଦଖିଆ, ମହାଦେବ ପୂଜା ପାଇଁ ଏକ ଭୋଜି ଆୟୋଜନ କରାଯାଇଥିଲା। ଏଥିରେ ବନ୍ଧୁବାନ୍ଧବ, ସାହି ପଡୋଶୀ ୧୦୦ରୁ ଊଦ୍ଧର୍‌ବ ପୁରୁଷ, ମହିଳା ଓ ଶିଶୁ ମାଂସ ଭୋଜି ଖାଇଥିଲେ। ଏହାର ୨୪ଘଣ୍ଟା ପରେ ଲୋକଙ୍କୁ ଝାଡ଼ାବାନ୍ତି ଆରମ୍ଭ ହୋଇଯାଇଥିଲା। ସାରେ ସେମାନଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଥିଲା। ଗୁରୁତର ହୋଇପଡିଥିବା ୨୯ରୁ ଊର୍ଦ୍ଧ୍ୱ ଲୋକଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ସ୍ଥାନୀୟ ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ରାତି ୯ଟାରେ ମେଡିକାଲରେ ପହଞ୍ଚି ଉପଜିଲାପାଳ ହରିଶ୍ଚନ୍ଦ୍ର ଜେନା, ଏସ୍‌ଡିଏମ୍‌ଓ ଅଜୟକୃଷ୍ଣ ସାମଲ, ବାଲେଶ୍ୱରର ସିଡିଏମ୍‌ଓ ଏବଂ ଜିଲାପାଳଙ୍କୁ ଏ ବିଷୟରେ ଜଣାଇବା ସହ ଉକ୍ତ ଗ୍ରାମକୁ ଡାକ୍ତରୀଦଳ ପଠାଇବା ପାଇଁ କହିଥିଲେ। ବାଲେଶ୍ୱର ମେଡିକାଲ ଓ ବରହମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଏକ ଟିମ୍‌ ଉକ୍ତ ଗ୍ରାମରେ ପହଞ୍ଚି ୬୨ରୁ ଉଦ୍ଧର୍‌ବ ଲୋକଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇଥିଲେ। ଅପରପକ୍ଷରେ ଜଣେ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଛି। ରବିବାର ମଧ୍ୟାହ୍ନରେ ସିଡିଏମଓ ଦୁଲାଳସେନ ଜଗଦେବ ନୀଳଗିରି ମେଡିକାଲ ପହଞ୍ଚିବା ସହ ରୋଗୀଙ୍କ ପାଖକୁ ଯାଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ। ଏସ୍‌ଡିଏମଓ ସାମଲ ଏବେ ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା କହିଛନ୍ତି। ଉକ୍ତ ଅଞ୍ଚଳରେ ସମସ୍ତ ପାନୀୟ ଜଳଉତ୍ସକୁ ପରିମଳ କରାଯାଇଥିବାରୁ ଜଳ ଯୋଗାଣ ଓ ପରିମଳ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ବିଧାୟକ ଧନ୍ୟବାଦ ଦେଇଛନ୍ତି। ଅନ୍ୟପକ୍ଷରେ ନୀଳଗିରି ଚିକିତ୍ସାଳୟରେ ସ୍ବାସ୍ଥ୍ୟସେବାରେ ଅବ୍ୟବସ୍ଥା ନେଇ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡଙ୍ଗୀ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି ଯେ, ଭୟଭୀତ ହେବାର କାରଣ ନାହିଁ, ଏ ବିଷୟରେ ସେ ଜିଲା ପ୍ରଶାସନ ଓ ରାଜ୍ୟ ପ୍ରଶାସନ ସହ ନିରନ୍ତର ସଂଯୋଗରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri