କୋକସରା ବ୍ଲକ: ୧୦୨ ବୁଥ୍‌ରେ ମତଦାନ କରିବେ ୯୧,୩୭୬ ଭୋଟର

କୋକସରା,୧୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ନିର୍ବାଚନ କ୍ଷେତ୍ରର ଧର୍ମଗଡ଼ ବିଧାନସଭାରେ ପ୍ରଥମ ପର୍ଯ୍ୟାୟର ନିର୍ବାଚନ ପ୍ରଚାରର ଆଜି ଶେଷଦିନ ହୋଇଥିବା ବେଳେ ଆସନ୍ତା ୧୩ ତାରିଖରେ କଳାହାଣ୍ଡି ଲୋକ ସଭା ଓ ୭ ବିଧାନସଭା ପାଇଁ ନିର୍ବାଚନ ହେବ। କୋକସରା ବ୍ଲକର ୨୨ ପଞ୍ଚାୟତର ୧୦୨ ବୁଥ୍‌ରେ ମତଦାନ ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। କୋକସରା ବ୍ଲକ ୨୨ଟି ପଞ୍ଚାୟତକୁ ନେଇ ଗଠିତ ହୋଇଥିବା ବେଳେ ୧୦୨ଟି ବୁଥ୍‌ରେ ୯୧ ହଜାର ୩୭୬ ଜଣ ଭୋଟର ମତଦାନ କରିବେ। ଏମାନଙ୍କ ମଧ୍ୟରେ ପୁରୁଷ ଭୋଟର ୪୬,୦୦୬ ରହିଥିବା ବେଳେ ମହିଳା ଭୋଟର ୪୫,୩୬୯ ଓ ଜଣେ ତୃତୀୟ ଲିଙ୍ଗ ଭୋଟର ରହିଥିବା ସୂଚନା ମିଳିଛି। ଚଳିତ ନିର୍ବାଚନରେ ଧର୍ମଗଡ଼ ବିଧାନସଭାରେ ଭାଜପା, ବିଜେଡି, କଂଗ୍ରେସ ମଧ୍ୟରେ ତ୍ରିମୁଖୀ ଲଢ଼େଇ ହେବା ନେଇ ଚର୍ଚ୍ଚା ହେଉଛି। ତିନି ପ୍ରମୁଖ ଦଳକୁ ଛାଡ଼ି ଅନ୍ୟ ଦଳରୁ ୪ ପ୍ରାର୍ଥୀ ଓ ୫ ଜଣ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୧୨ ଜଣ ପ୍ରାର୍ଥୀ ନିର୍ବାଚନ ମଇଦାନରେ ରହିଛନ୍ତି। ତେବେ ନିର୍ବାଚନ ପାଇଁ କାଉଣ୍ଟଡାଉନ ଆରମ୍ଭ ହୋଇଥିବା ବେଳେ ନିର୍ବାଚନକୁ ନେଇ ଭୋଟରଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri