ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ପୋଲିସ ବାହିନୀକୁ ଉଦ୍‌ବୋଧନ ଦେଇଥିଲେ।
ଏସପି ପାତ୍ର କହିଥିଲେ ଯେ, “ଓଡ଼ିଶା ପୋଲିସ ପାଇଁ ଆଜିର ଦିନଟି ଗର୍ବ ଓ ଗୌରବର ଦିବସ। ଜନସାଧାରଣଙ୍କ ସେବା ମନୋଭାବ ନେଇ ନିଜକୁ ଉତ୍ସର୍ଗ କରିବା ଏବଂ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ହିଁ ସହିଦ୍‌ ମାନଙ୍କ ପ୍ରତି ଆମର ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ।” ସେ ଏହି ଅବସରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା ପଠନ କରିଥିଲେ।
ଗତ ବର୍ଷ ଗଞ୍ଜାମ ପୋଲିସର ଉଲ୍ଲେଖନୀୟ ପ୍ରଦର୍ଶନ ଉପରେ ଏସପି ସୂଚନା ଦେଇଥିଲେ ଯେ, ଏହି ଅପରେସନର ସଫଳତା ଯୋଗୁ ଗଞ୍ଜାମ ଜିଲା ପୋଲିସ ରାଜ୍ୟର ଶ୍ରେଷ୍ଠ ପୋଲିସ ଜିଲା ଭାବେ ପରିଗଣିତ ହୋଇଛି। ଜିଲାର ବରଗଡ଼ ଥାନା ରାଜ୍ୟର ଶ୍ରେଷ୍ଠ ଥାନା ଭାବେ ବିବେଚିତ ହୋଇଛି ଏବଂ ଥାନା ଅଧିକାରୀ ଡିଜିପିଙ୍କଠାରୁ ପୁରସ୍କାର ଗ୍ରହଣ କରିଛନ୍ତି। ସାଇବର ଠକେଇ, ମ୍ୟୁଲ ଆକାଉଣ୍ଟ, ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ’ଅପରେସନ ଅନ୍ବେଷଣ’ ମାଧ୍ୟମରେ ଅପରାଧ ଦମନ ପାଇଁ ପଦକ୍ଷେପ ନିଆଯାଉଛି।
ଏହି ସମାରୋହରେ ନିଜର ସାହସିକତା ଓ ନିଷ୍ଠାପର କାର୍ଯ୍ୟ ପାଇଁ ଦୁଇଜଣ ପୋଲିସ କର୍ମଚାରୀଙ୍କୁ ଏସପି ପୁରସ୍କୃତ କରିଥିଲେ। ସେମାନେ ହେଲେ ତାରସିଂ ଥାନା ଏଏସଆଇ ଦୁର୍ଯ୍ୟୋଧନ ବେହେରା ଏବଂ ଭଞ୍ଜନଗର ଥାନାର କ୍ରାଇମ ହାବିଲଦାର ଦିଲ୍ଲୀପ କୁମାର ରାଉତ।
ଏହି ଅବସରରେ ରିଜର୍ଭ ଇନ୍ସପେକ୍ଟର ବିକାଶ ଚନ୍ଦ୍ର ସେନାପତିଙ୍କ ତତ୍ତ୍ୱାବଧାନରେ ଏକ ଆକର୍ଷଣୀୟ ପ୍ୟାରେଡ ପରିଚାଳିତ ହୋଇଥିଲା, ଯେଉଁଥିରେ ସରଜେଣ୍ଟ ଜଗନ୍ନାଥ ବରାଡ଼ ସହଯୋଗ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ପ୍ରଶାନ୍ତ କୁମାର ଦାଶ, ଚିନ୍ମୟ କୁମାର ନାୟକ, ସୀମା ସ୍ବାଇଁ, ଏସ୍‌ଡ଼ିପିଓ ଚନ୍ଦନ ଘଡ଼ାଇଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଓ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ। ପୁଲିସର ପ୍ରତିକୂଳ ପରିସ୍ଥିତି ଓ ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକଙ୍କୁ ସୁରକ୍ଷା ଦେବା କାର୍ଯ୍ୟକୁ ସମସ୍ତେ ପ୍ରଶଂସା କରିଥିଲେ।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri