୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି କର୍ମୀଙ୍କ ଘରେ କେନ୍ଦ୍ର ଚାଲିଛି। ବିଭାଗୀୟ ସୂଚନା ଅନୁଯାୟୀ, ୨୦୨୪ ମାର୍ଚ୍ଚ ସୁଦ୍ଧା ଜିଲାର ୭ଟି ବ୍ଲକରେ ୨୪୩୫ଟି ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ସେଥିମଧ୍ୟରୁ ୨୪୨୩ଟି କେନ୍ଦ୍ରର ଗୃହ ନିର୍ମାଣ ନିମନ୍ତେ ଅନୁଦାନ ମଞ୍ଜୁର ହୋଇସାରିଛି। ଏପର୍ଯ୍ୟନ୍ତ ମୋଟ ୧୫୦୬ଟି କେନ୍ଦ୍ରର ଗୃହ ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା ବେଳେ ୨୬୮ଟି କେନ୍ଦ୍ରର ନିର୍ମାଣ କାର୍ଯ୍ୟ ଚାଲୁ ରହିଛି। ଅପରପକ୍ଷେ ୨୧୩ ଟି କେନ୍ଦ୍ରର ଗୃହ ନିର୍ମାଣ ଲାଗି ଏଯାଏ ଜାଗା ଚିହ୍ନଟ ହୋଇପାରି ନାହିଁ।
ଭଦ୍ରକ ସଦର ବ୍ଲକର ୪୫୦ଟି ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୪୪୪ଟି ପାଇଁ ଅନୁଦାନ ମିଳିଥିବା ବେଳେ ୨୪୪ କେନ୍ଦ୍ରର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ଭଣ୍ଡାରିପୋଖରୀ ବ୍ଲକରେ ୨୪୦ଟି କେନ୍ଦ୍ର ପାଇଁ ଆର୍ଥିକ ମଞ୍ଜୁରୀ ମିଳିଥିବା ବେଳେ ସେଥିମଧ୍ୟରୁ ୨୦୧, ବନ୍ତ ବ୍ଲକରେ ୨୩୮ଟି କେନ୍ଦ୍ରକୁ ଅନୁଦାନ ମିଳିଥିବା ବେଳେ ୧୫୧ଟିର ନିର୍ମାଣ କାର୍ଯ୍ୟ ସରିଛି। ସେହିପରି ଚାନ୍ଦବାଲି ବ୍ଲକରେ ୪୨୮ କେନ୍ଦ୍ର ମଧ୍ୟରୁ ୨୭୬ଟିର ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ଧାମନଗର ବ୍ଲକରେ ଆର୍ଥିକ ମଞ୍ଜୁରୀ ମିଳିଥିବା ୩୫୩ଟି କେନ୍ଦ୍ର ମଧ୍ୟରୁ ୧୬୮ଟିର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି। ତିହିଡ଼ି ବ୍ଲକରେ ଅନୁଦାନ ମିଳିଥିବା ୩୦୪ ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ୨୦୨, ବାସୁଦେବପୁର ବ୍ଲକରେ ଆର୍ଥିକ ମଞ୍ଜୁରୀ ମିଳିଥିବା ୪୧୯ଟି କେନ୍ଦ୍ର ମଧ୍ୟରୁ ୨୬୪ଟିର ନିର୍ମାଣ କାର୍ଯ୍ୟ ସରିଛି। ଅପରପକ୍ଷେ ବାସୁଦେବପୁରରେ ୧୧ଟି କେନ୍ଦ୍ରର ଗୃହ ନିର୍ମାଣ ପାଇଁ ଜମି ଚିହ୍ନଟ ହୋଇପାରି ନ ଥିବାବେଳେ ଭଦ୍ରକ ବ୍ଲକରେ ୯୧, ବନ୍ତରେ ୩, ଚାନ୍ଦବାଲିରେ ୨୮, ଧାମନଗରରେ ୩୯ ଓ ତିହିଡ଼ିରେ ୪୧ଟି ଗୃହ ନର୍ମାଣ ଲାଗି ଜମି ଚିହ୍ନଟ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?