ଯୋରନ୍ଦାର ବିକାଶ ପାଇଁ ୯୩ କୋଟି ମଞ୍ଜୁର

ଢେଙ୍କାନାଳ,୧୧ା୭(ରତନ ନାୟାର): ଢେଙ୍କନାଳ ଜିଲା ଯୋରନ୍ଦାସ୍ଥିତ ବିଶ୍ୱ ପ୍ରସିଦ୍ଧ ମହିମାଧର୍ମ ପୀଠ ମହିମାଗାଦିକୁ ଆନ୍ତର୍ଜାତିକସ୍ତରର ପର୍ଯ୍ୟଟନସ୍ଥଳୀ କରିବା ଏବଂ ଇଣ୍ଟିଗ୍ରେଟେଡ୍‌ ଡେଭେଲପମେଣ୍ଟ ଅଫ୍‌ ହେରିଟେଜ୍‌ ଆଣ୍ଡ ମନୁମେଣ୍ଟ ଆଣ୍ଡ ଟୁରିଷ୍ଟ ଡେଷ୍ଟିନେଶନର ୨୦୨୩-୨୪ ବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାର ୯୩ କୋଟି ୭୩ ଲକ୍ଷ ୨୩ ହଜାର ଟଙ୍କାର ଅନୁଦାନକୁ ପ୍ରଶାସନିକ ମଞ୍ଜୁରୀ ଦେଇଛନ୍ତି। ଏହି ଅର୍ଥରେ ପ୍ରଥମ ପର୍ଯ୍ୟାୟରେ ମହିମାଗାଦି ପୀଠ ଯୋରନ୍ଦାରେ ଭବ୍ୟ ସମାଧି ମନ୍ଦିର ପୁନଃନିର୍ମାଣ, ଉପାସନା ସ୍ଥଳୀର ପୁନଃନିର୍ମାଣ, ପ୍ରାର୍ଥନା ଗୃହ, ବିଶ୍ରାମ ଗୃହ, ନୂତନ ପାଚେରି, ପୁଷ୍କରିଣୀର ପୁନଃରୁଦ୍ଧାର, ମହିମା ମ୍ୟୁଜିୟମ ଓ ପାଠାଗାର, ସ୍ବାସ୍ଥ୍ୟକେନ୍ଦ୍ର, ପାର୍କିଂସ୍ଥାନ, ଚାରା ରୋପଣ ଓ ୨୦୦ ଶୌଚାଳୟ ଆଦି ନିର୍ମାଣ ହେବ ବୋଲି ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରେସ୍‌ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି।
ମହିମାପୀଠ ଯୋରନ୍ଦାକୁ ପର୍ଯ୍ୟଟକମାନଙ୍କ ପାଇଁ ଅଧିକ ଆକର୍ଷଣୀୟ କରିବା ଏବଂ ଏହାକୁ ଆନ୍ତର୍ଜାତିକସ୍ତରର ପର୍ଯ୍ୟଟନସ୍ଥଳୀରେ ପରିଣତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଗତ ମେ ମାସ ୨୯ ତାରିଖରେ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ ମହିମାଗାଦି ଯୋରନ୍ଦା ପରିଦର୍ଶନ କରି ମହିମା ସାଧୁସନ୍ନାସୀମାନଙ୍କ ସହିତ ପୀଠର ବିକାଶ ନେଇ ଆଲୋଚନା କରିଥିଲେ। ଏହାପରେ ପୀଠର ବିକାଶ ନିମନ୍ତେ ଜିଲାପାଳ ସରୋଜ କୁମାର ସେଠୀ ରାଜ୍ୟ ସରକାରଙ୍କ ନିକଟରେ ସବିଶେଷ ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଜୁନ ମାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମହିମାପୀଠ ଯୋରନ୍ଦାର ବିକାଶ ପାଇଁ ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବକୁ ତ୍ୱରିତ ଅନୁମୋଦନ କରିବା ପରେ ମହିମା ସାଧୁ ସନ୍ନ୍ୟାସୀମାନେ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଆଶିର୍ବାଦ କରିବା ସହିତ କୃତଜ୍ଞତା ଜଣାଇଥିଲେ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ୯୩ କୋଟି ୭୩ଲକ୍ଷ ୨୩ ହଜାର ଟଙ୍କା ମଞ୍ଜୁର କରାଯାଇଥିବା ବେଳେ ବକେୟା ଅନୁଦାନ ପରବର୍ତ୍ତୀ ସମୟରେ ମିଳିବ ବୋଲି ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri