ଖୋର୍ଦ୍ଧା ଆସୁଥିବା ବେଳେ ଧରାପଡ଼ିଲା ୯୩୦ କେଜି ଗଞ୍ଜେଇ

ବ୍ରହ୍ମପୁର ଅଫିସ,୧୭।୧: ଅବକାରୀ ବିଭାଗ ସୋମବାର ଗଞ୍ଜାମ ଜିଲା ସଦର ଥାନା ଅଧୀନ ମହୁରୀକଳୁଆ ଛକ ନିକଟରୁ ୯୩୦ କେଜି ଗଞ୍ଜେଇ ଜବତ କରିଛି। ଘଟଣାରେ ସମ୍ପୃକ୍ତ ଜଣେ ଯୁବକଙ୍କୁ ବିଭାଗ ପକ୍ଷରୁ ଗିରଫ କରାଯାଇଛି। ସେ ହେଲେ ଗଜପତି ଜିଲା ମୋହନା ଥାନା ଅଧୀନ ବାଲିବାଡ ଗ୍ରାମର ପ୍ରେମାନନ୍ଦ ଗମଙ୍ଗୋ। ଜବତ ଗଞ୍ଜେଇ ଗଜପତିରୁ ବ୍ରହ୍ମପୁର ଦେଇ ଖୋର୍ଦ୍ଧା ଯାଉଥିବା ଗିରଫ ପ୍ରେମାନନ୍ଦ ଅବକାରୀ ବିଭାଗକୁ ସୂଚନା ଦେଇଛନ୍ତି।

ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ନେଇ ଅବକାରୀ ବିଭାଗକୁ ଖବର ମିଳିଥିଲା। ଏନେଇ ଅବକାରୀ ଉପଆୟୁକ୍ତ ରାଜେନ୍ଦ୍ର କୁମାର ଭତ୍ରାଙ୍କ ନିର୍ଦ୍ଦେଶକ୍ରମେ ଏକ ଅବକାରୀ ଟିମ୍‌ ସଦର ମହୁରୀକଳୁଆ ଛକରେ ସୋମବାର ପେଟ୍ରୋଲିଂ କରୁଥିଲା। ସେତିକିବେଳେ ଅଧିକାରୀମାନେ ଏକ ପିକ୍‌ଅପ୍‌ ଭ୍ୟାନ୍‌କୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଗାଡିରୁ ୯୩୦ କେଜି ଗଞ୍ଜେଇ ଜବତ ହୋଇଥିଲା। ଅଧିକାରୀମାନେ ପ୍ରେମାନନ୍ଦଙ୍କୁ ଗିରଫ କରିଥିଲେ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୯ ଲକ୍ଷ ୩୦ ହଜାର ଟଙ୍କା ହେବ ବୋଲି ଅବକାରୀ ବିଭାଗ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ପୋଲ: ୨ ଥର ଶିଳାନ୍ୟାସ

ଲଙ୍ଗଳେଶ୍ୱର,୫।୧୨(କମଳାକାନ୍ତ ଦାସ): ଗୋଟିଏ ପୋଲକୁ ଦୁଇଥର ଶିଳାନ୍ୟାସ। ସକାଳେ ବିଧାୟକ ଏବଂ ବିଭାଗୀୟ ଯନ୍ତ୍ରୀ ଉପସ୍ଥିତ ରହି ଗୋଟିଏ ଜାଗାରେ ଫଳକ ଶିଳାନ୍ୟାସ କରିଥିବା ବେଳେ...

ଜାଲ୍‌ ତଥ୍ୟ ଦେଇ ଆବାସ ହାତେଇଥିଲେ ନାଏବ ସରପଞ୍ଚ

ରସୁଲପୁର,୫ା୧୨(ରଞ୍ଜତ ରାଉତ): ରସୁଲପୁର ବ୍ଲକ ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ବଣ୍ଟନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା। ପଞ୍ଚାୟତର ନାଏବ ସରପଞ୍ଚ ତିଳୋତ୍ତମା ନାୟକ...

ବାତ୍ୟା ‘ମିଗ୍‌ଜୋମ’: ପ୍ରବଳ ବର୍ଷା ନେଇ ଚିନ୍ତାରେ ଚାଷୀ

ଛତ୍ରପୁର,୫।୧୨(ଦିଲୀପ ସାମଲ): ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର...

କୋରେଇରେ ଛପି ରହିଛନ୍ତି ନକଲି ଶିକ୍ଷକ

କୋରେଇ,୫ା୧୨(ଚନ୍ଦ୍ରକାନ୍ତ ପତି) : ରାଜ୍ୟରେ ଜାଲ ସାର୍ଟିଫିକେଟ ବଳରେ ଚାକିରିକୁ ନେଇ ତୁମ୍ବିତୋଫାନ ଚାଲିଛି। ରାଜ୍ୟର ବିଭିନ୍ନ ଜିଲାର ଅନେକ ଯୁବତୀଯୁବକ ନକଲି ପ୍ରମାଣପତ୍ର ଦେଇ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍‌ ଭ୍ୟାନ: ୧୫ ଗୁରୁତର

ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍‌ ଯାଉଥିବା ଏକ ପିକଅପ୍‌ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ

ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri