Posted inଜାତୀୟ

କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା

ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର ଦେଶରେ ଏପର୍ଯ୍ୟନ୍ତ ୯୩୪୬ ପିଲା ଅନାଥ କିମ୍ବା ବେସାହାରା ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଅଧିକାଂଶ ଉଭୟ ମାତାପିତାଙ୍କୁ ହରାଇଥିବାବେଳେ ଅନେକ ପିଲାଙ୍କ ମୁଣ୍ଡ ଉପରୁ ନିଜ ଅଭିଭାବକଙ୍କ ଛାୟା ଉଠିଯାଇଛି। ଜାତୀୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ ଦ୍ୱାରା ଏହି ସୂଚନା ସୁପ୍ରିମକୋର୍ଟରେ ଉପସ୍ଥାପିତ କରାଯାଇଛି। ମହାରାଷ୍ଟ୍ର ସରକାର ଜଷ୍ଟିସ ଏଲ.ଏନ ରାଓ ଏବଂ ଅନିରୁଦ୍ଧ ବୋଷଙ୍କ ଏକ ବେଞ୍ଚ ସମ୍ମୁଖରେ ଏହି ତଥ୍ୟ ଉପସ୍ଥାପନ କରିଛନ୍ତି। ପ୍ରକାଶ ଯେ, ମେ ୩୦ ସୁଦ୍ଧା ୪,୪୫୧ ପିଲା ରାଜ୍ୟର ବିଭିନ୍ନ ଅଞ୍ଚଳରେ ସେମାନଙ୍କ ମାତାପିତାଙ୍କ ମଧ୍ୟରୁ ଜଣଙ୍କୁ ହରାଇଛନ୍ତି। ଏହି ସମୟରେ, ୧୪୧ ପିଲା ଅଛନ୍ତି, ଯାହାର ମାତାପିତା ଉଭୟଙ୍କର ମୃତ୍ୟୁ ହୋଇଛି । ଏନ୍‌ପିସିଆର୍‌ର ଓକିଲ ନୀରୁପମା ଚତୁଃର୍ବେଦୀ କହିଛନ୍ତି ଯେ, ସମଗ୍ର ଦେଶରେ ସର୍ବାଧିକ ଉତ୍ତର ପ୍ରଦେଶରରେ ୨୧୧୦ ଜଣ ପିଲା ବେସାହାରା ହୋଇଛନ୍ତି। ଦ୍ୱିତୀୟ ସ୍ଥାନରେ ରହିଛି ବିହାର (୧୩୨୭), ତୃତୀୟ ସ୍ଥାନରେ କେରଳ(୯୫୨) ଏବଂ ଚତୁର୍ଥ ସ୍ଥାନରେ ମଧ୍ୟପ୍ରଦେଶ(୭୧୨) ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri