ବରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୬୯କୁ ବୃଦ୍ଧି, ଆଜି ୯୪ ଚିହ୍ନଟ

ବରଗଡ଼ ଅଫିସ,୪ା୧୦: ବରଗଡ଼ରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ପ୍ରତିଦିନ ଜିଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରବିବାର ପୁଣି ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୨ ମହିଳା ଏବଂ ୬୨ ପୁରୁଷ ଅଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୬,୭୬୯ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୫୮୪୮ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ୧୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଆକ୍ରାନ୍ତମାନେ ବିଭିନ୍ନ ହସ୍ପିଟାଲ ଏବଂ ହୋମ ଆଇସୋଲେଶନରେ ଚିକିତ୍ସାଧୀନ ଅଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।