ବରମୁଣ୍ଡାରେ ମାତିଲେ ଦୁର୍ବୃତ୍ତ: ମହିଳା ବ୍ୟାଙ୍କ କର୍ମଚାରୀଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ନେଇଗଲେ ୯୪ ହଜାର ଟଙ୍କା

ଭୁବନେଶ୍ୱର,୫ା୮(ବ୍ୟୁରୋ)-ଖଣ୍ଡଗିରି ଥାନା ଅନ୍ତର୍ଗତ ବରମୁଣ୍ଡାରେ ବୁଧବାର ଜଣେ ମହିଳା ବ୍ୟାଙ୍କ କର୍ମଚାରୀଙ୍କଠାରୁ ଲୁଟ୍‌ ହୋଇଛି। ଲୁଟର ଶିକାର ହୋଇଥିବା ମହିଳା ଜଣକ ହେଲେ ମନୋରମା ମହାନ୍ତି। ଦୁର୍ବୃତ୍ତମାନେ ମନୋରମାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ୯୪ ହଜାର ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ମନୋରମା ଖଣ୍ଡଗିରି ଥାନାରେ ଅଭିଯୋଗ କରିଛନ୍ତି।
ସୂଚନା ମୁତାବକ, ମନୋରମା ବରମୁଣ୍ଡାରେ ଥିବା ବନ୍ଧନ ବ୍ୟାଙ୍କରେ କର୍ମଚାରୀ ଭାବେ କାର୍ଯ୍ୟ କରନ୍ତି। ବିଭିନ୍ନ ଅଞ୍ଚଳରୁ ଗ୍ରାହକଙ୍କ ନିକଟରୁ ଟଙ୍କା ଆଦାୟ କରି ବ୍ୟାଙ୍କରେ ଡିପୋଜିଟ କରନ୍ତି। ସବୁ ଦିନ ଭଳି ବୁଧବାର ସ୍କୁଟି ସାହାଯ୍ୟରେ ଟଙ୍କା ଆଦାୟ କରିବାକୁ ମନୋରମା ବରମୁଣ୍ଡା ପ୍ରଧାନ ସାହିକୁ ଯାଇଥିଲେ। ଟଙ୍କା ଆଦାୟ କରି ସ୍କୁଟିରେ ଫେରୁଥିବା ସମୟରେ ଦୁଇ ଜଣ ଦୁର୍ବୃତ୍ତ ଏକ ସ୍କୁଟିରେ ଆସି ତାଙ୍କୁ ଅଟକାଇଥିଲେ। ପରେ ତାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ଟଙ୍କା ବ୍ୟାଗ ନେଇଯାଇଥିବା ମନୋରମା ଅଭିଯୋଗପତ୍ରରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୮ ଘଣ୍ଟା ଜାତୀୟ ରାଜପଥ ଜାମ୍

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri