ଆସନ୍ତାକାଲି ମାଟ୍ରିକ ପରୀକ୍ଷା: କର୍ଲାମୁଣ୍ଡାର ୬ କେନ୍ଦ୍ରରେ ପରୀକ୍ଷା ଦେବେ ୯୪୬ ପରୀକ୍ଷାର୍ଥୀ

କର୍ଲାମୁଣ୍ଡା,୨୦ା୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଚଳିତ ମାଟ୍ରିକ ପରୀକ୍ଷାର ଶୁକ୍ରବାର ପ୍ରଥମ ଦିବସରେ ୬ଟି କେନ୍ଦ୍ରରେ ୯୪୬ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଥିବା ସୂଚନା ମିଳିଛି। ସୂଚନା ମତେ ରିଷିଡ଼ା ବାପୁଜୀ ଉଚ୍ଚ ବିଦ୍ୟାଳୟଠାରେ ଗଜବାହାଲ ଉଚ୍ଚ ବିଦ୍ୟାଳୟ ଓ କର୍ଲାମୁଣ୍ଡା ରତନ ଭୋଇ ପଞ୍ଚାୟତ ସମିତି ହାଇସ୍କୁଲ ୨୧୮ ଜଣ ଛାତ୍ରୀ ଛାତ୍ର , ରିଷିଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ତେରେସିଙ୍ଗା ଓ ଭଟାପଲା ହାଇସ୍କୁଲର ୧୩୭ଜଣ ଛାତ୍ରୀଛାତ୍ର, ତେରେସିଙ୍ଗା ହାଇସ୍କୁଲରେ କେସିଙ୍ଗା ବ୍ଲକର ବେଲଖଣ୍ଡି ,ସ. ମାଲପଡ଼ା ଓ ବାପୁଜୀ ହାଇସ୍କୁଲ ରିଷିଡ଼ାର ୧୭୧ ଜଣ ଛାତ୍ରଛାତ୍ରୀ, ଭଟାପଲା ହାଇସ୍କୁଲରେ ଉନ୍ନୀତ ହାଇସ୍କୁଲ ବାଞ୍ଜିପଦର, ରେଗଡା ଓ ରିଞ୍ଜା ହାଇସ୍କୁଲର ୧୨୯ଜଣ ଛାତ୍ରୀଛାତ୍ର, ଗଜବାହଲ ପରୀକ୍ଷା କେନ୍ଦ୍ରରେ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରିଷିଡା, ପୌରକେଲା ଓ ମ.ରାମପୁର ବ୍ଲକ ଗୋଛାଡେଙ୍ଗ ହାଇସ୍କୁଲର ୧୩୪ ଜଣ ଛାତ୍ରୀଛାତ୍ର, ଜୋରାଡ଼ବରା ପରୀକ୍ଷା କେନ୍ଦ୍ରରେ ମ. ରାମପୁର ବ୍ଲକର କେନ୍ଦୁବନ୍ଧ ଓ ମୁଡିଙ୍ଗ ହାଇସ୍କୁଲର ୧୬୭ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବାକୁ ଥିବା ଜଣାପଡ଼ିଛି। ତେବେ ଏହି ବ୍ଲକର ସାପଲହରା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ପାଇଁ ମ .ରାମପୁର ବ୍ଲକର ମୁଡିଙ୍ଗ ଉଚ୍ଚ ବିଦ୍ୟାଳୟ ପରୀକ୍ଷା କେନ୍ଦ୍ର ୭ କିମି ଦୂରକୁ ପରୀକ୍ଷା ଦେଇଯିବାକୁ ହେବ ଜଣାପଡ଼ିଛି। ଏନେଇ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ରାମ ଚନ୍ଦ୍ର ସାଙ୍କୁ ପଚାରିବାରୁ ପରୀକ୍ଷା କେନ୍ଦ୍ରର ସୁପରିଚାଳନା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri