ଶେଷ ଦିନରେ ୯୪,୬୦୫ ଦାଖଲ

ଭୁବନେଶ୍ୱର,୨୨ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥତ୍ପତ୍ର ଦାଖଲ ଶେଷ ହୋଇଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ, ୨୫ତାରିଖ ଅପରାହ୍ନ ୩ଟା ମଧ୍ୟରେ ନାମାଙ୍କନ ପତ୍ର ପ୍ରତ୍ୟାହାର ଓ ସେହି ଦିନ ସାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଓ୍ବାର୍ଡମେମ୍ବର, ସରପଞ୍ଚ, ପଞ୍ଚାୟତ ସମିତି ସଭ୍ୟ ଏବଂ ଜିଲା ପରିଷଦ ସଦସ୍ୟ ପାଇଁ ମୋଟ ୨,୨୯, ୦୬୨ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଜାନୁୟାରୀ ୧୭ ତାରିଖରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମରେ ୧,୬୨,୨୯୭ଜଣ ଓ୍ବାର୍ଡମେମ୍ବର, ୩୪,୬୧୩ ଜଣ ସରପଞ୍ଚ, ୨୮,୧୫୩ ଜଣ ପଞ୍ଚାୟତ ସମିତି ସଭ୍ୟ ଏବଂ ୩,୯୯୯ ଜଣ ଜିଲା ପରିଷଦ ସଦସ୍ୟ ପାଇଁ ନାମାଙ୍କନ ଦାଖଲ କରିଛନ୍ତି। ତେବେ ଶୁକ୍ରବାର ନାମାଙ୍କନର ଶେଷ ଦିବସରେ ୯୪,୬୦୫ଜଣ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ସେମାନଙ୍କ ମଧ୍ୟରେ ଓ୍ବାର୍ଡମେମ୍ବର ପାଇଁ ୬୫,୮୨୮ଜଣ ନାମାଙ୍କନପତ୍ର ଦାଖଲ କରିଥିବାବେଳେ ସରପଞ୍ଚ ପଦବୀ ପାଇଁ ୧୪,୦୭୪, ପଞ୍ଚାୟତ ସମିତି ସଦସ୍ୟ ପାଇଁ ୧୨,୫୧୨ ଏବଂ ଜିଲା ପରିଷଦ ସଦସ୍ୟ ପାଇଁ ୨,୧୯୧ଜଣ ପ୍ରାର୍ଥତ୍ପତ୍ର ଦାଖଲ କରିଥିବା ଜଣାପଡ଼ିଛି।
ଇତିମଧ୍ୟରେ ନାମାଙ୍କନ ଦାଖଲର ସମୟ ଶେଷ ହୋଇଥିବାବେଳେ ଦେବଗଡ଼ ଜିଲା ତିଳେଇବଣି ବ୍ଲକର ୫ଟି ପଞ୍ଚାୟତରେ ଜଣେ ହେଲେ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିନାହାନ୍ତି। ସେହି ପଞ୍ଚାୟତଗୁଡ଼ିକ ହେଲା ପାରପୋଷି, ଝରାଗୋଗୁଆ, ଝାରମୁଣ୍ଡା, ଗଣ୍ଡାମ ଏବଂ ଡିମିରିକୁଡ଼ା। ଉକ୍ତ ଅଞ୍ଚଳରେ ମୋବାଇଲ ଫୋନ୍‌ ଟାଓ୍ବାର ନ ଥିବାରୁ ପ୍ରତିବାଦ ସ୍ବରୂପ ଚଳିତ ପଞ୍ଚାୟତ ନିର୍ବାଚନକୁ ସେଠାକାର ଲୋକମାନେ ବିରୋଧ କରିଛନ୍ତି। ଚଳିତଥର ପଞ୍ଚାୟତ ନିର୍ବାଚନରେ ମୋଟ ୯୧,୯୧୩ ୱାର୍ଡମେମ୍ବର, ୬,୭୯୪ ସରପଞ୍ଚ, ୬,୭୯୩ ପଞ୍ଚାୟତ ସମିତି ସଭ୍ୟ ଓ ୮୫୩ଜଣ ଜିଲା ପରିଷଦ ସଭ୍ୟ ପଦ ପାଇଁ ଭୋଟ ଗ୍ରହଣ ହେବ। ଭୋଟଗ୍ରହଣ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ହେବ। ପୂର୍ବରୁ ଭୋଟ ଗ୍ରହଣ ସକାଳ ୭ଟାରୁ ଦିନ ୧୨ଟା ମଧ୍ୟରେ ହେଉଥିଲା। ଭୋଟ ଗ୍ରହଣ ଅବଧିକୁ ୧ ଘଣ୍ଟା ବୃଦ୍ଧି କରାଯାଇଛି।
ଚଳିତ ତ୍ରିସ୍ତରୀୟ ନିର୍ବାଚନରେ ରାଜ୍ୟର ମୋଟ ୨କୋଟି ୭୯ଲକ୍ଷ ୩୫ହଜାର ୫୨୦ ଭୋଟର ନିଜର ମତଦାନ କରିବେ। ପ୍ରାର୍ଥୀପତ୍ର ଦାଖଲ ଶେଷ ହୋଇଥିବାରୁ ଶନିବାର ଠାରୁ ପ୍ରଚାର ଆହୁରି ଜମିବ। କୋଭିଡ୍‌ କଟକଣା ସତ୍ତ୍ୱେ ପ୍ରାର୍ଥୀମାନେ ସାଙ୍ଗରେ ବହୁ ସଂଖ୍ୟକ ଲୋକଙ୍କୁ ନେଇ ପ୍ରଚାର କରୁଥିବା ବିଭିନ୍ନ ସ୍ଥାନରେ ଦେଖିବାକୁ ମିଳୁଛି। ଏହାକୁ ନେଇ ରାଜ୍ୟ ନିର୍ବାଚନ କମିଶନ ଉଦ୍‌ବେଗ ପ୍ରକାଶ କରିବା ସହ ଭିଡ଼କୁ ଏଡ଼ାଇବା ପାଇଁ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଭିଡ଼ ଉପରେ ନଜର ରଖିବା ପାଇଁ ଜିଲାର ଜଣେ ଡିଏସ୍‌ପି ପାହ୍ୟାର ପୋଲିସ ଅଧିକାରୀଙ୍କୁ କୋଭିଡ୍‌ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?