ଚାଷୀଙ୍କୁ ମିଳିବ ୯୫୦୦ କୋଟିର ଖରିଫ ଋଣ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ସମବାୟ ବିଭାଗ ପକ୍ଷରୁ ୨୦୨୩ ଖରିଫ ଫସଲ ନିମନ୍ତେ ୯୫୦୦ କୋଟି ଟଙ୍କାର ଋଣ ଯୋଗାଇ ଦେବା ପାଇଁ ଲକ୍ଷ୍ୟ ରଖାଯାଇଛି। ରାଜ୍ୟରେ ମୋଟ ଫସଲ ଋଣର ସିଂହଭାଗ ଓଡ଼ିଶା ରାଜ୍ୟ ସମବାୟ ବ୍ୟାଙ୍କ, ଜିଲା କେନ୍ଦ୍ର ସମବାୟ ବ୍ୟାଙ୍କ ଏବଂ ବିଭିନ୍ନ ପ୍ରାଥମିକ କୃଷି ଋଣ ସମବାୟ ସମିତି ମାଧ୍ୟମରେ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଛି। ଖରିଫ ଚାଷ ନିମନ୍ତେ ଚାଷୀମାନେ ଆବଶ୍ୟକ କରୁଥିବା ଋଣ ଯେପରି ଠିକ୍‌ ସମୟରେ ପାଇପାରିବେ ସେଥିନିମନ୍ତେ ଆଗୁଆ ପଦକ୍ଷେପ ନେବା ସକାଶେ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ନିର୍ଦ୍ଦେଶ ଦେଇଛନ୍ତି।
ଫସଲ ଋଣ ପ୍ରଦାନ କ୍ଷେତ୍ରରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଅଗ୍ରାଧିକାର ଦେବା ପାଇଁ କୁହାଯାଇଛି। ଭାଗଚାଷୀ, ପ୍ରକୃତ ଚାଷୀମାନଙ୍କୁ ଯୁଗ୍ମଦେୟ ଗୋଷ୍ଠୀ ଗଠନ ମାଧ୍ୟମରେ ଫସଲ ଋଣ ଯୋଗାଇ ଦେବା ପାଇଁ ମନ୍ତ୍ରୀ କହିଛନ୍ତି। ଏଥିସହିତ କୃଷି ଓ ଆନୁଷଙ୍ଗିକ କୃଷିକାର୍ଯ୍ୟ ପାଇଁ ସ୍ବୟଂ ସହାୟକ ଗୋଷ୍ଠୀ(ଏସ୍‌ଏଚ୍‌ଜି), ବିଶେଷକରି ମହିଳା ଏସ୍‌ଏଚ୍‌ଜିଗୁଡ଼ିକୁ ପ୍ରାଧାନ୍ୟ ଦେବା ପାଇଁ କୁହାଯାଇଛି। ଡାଲିଜାତୀୟ ଫସଲ, ତୈଳବୀଜ, ଆଳୁ ଏବଂ ଅନ୍ୟ ଅର୍ଥକରୀ ଫସଲ ଚାଷ ନିମନ୍ତେ ପ୍ରାଥମିକତା ଭିତ୍ତିରେ ଫସଲ ଋଣ ଯୋଗାଇକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ୟାନ କୃଷି ଓ ବାଣିଜି୍ୟକ ଫସଲ ଚାଷ ନିମନ୍ତେ ଫସଲ ଋଣ ଯୋଗାଇ ଦେବାକୁ ପ୍ରାଥମିକତା ପ୍ରଦାନ ସହିତ ସ୍ବତନ୍ତ୍ର ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଛି।
ବାଦ୍‌ ପଡ଼ିଥିବା ଚାଷୀଙ୍କ ମଧ୍ୟରୁ ଅଧିକରୁ ଅଧିକ ଚାଷୀଙ୍କୁ ସମବାୟ ଋଣ ପରିସରଭୁକ୍ତ କରି ସେମାନଙ୍କୁ ନୂତନ କିଷାନ କ୍ରେଡିଟ୍‌ କାର୍ଡ ଯୋଗାଇ ଦେବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ, ଡିଆର୍‌ସିଏସ୍‌, ମୁଖ୍ୟ ଜିଲା କୃଷି ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।
୨୦୨୨ ଖରିଫ ଋତୁରେ ସମବାୟ ସଂସ୍ଥା ଦ୍ୱାରା ୯୦୦୦କୋଟି ଟଙ୍କା ଫସଲ ଋଣ ଲକ୍ଷ୍ୟ ରଖାଯାଇଥିଲା ବେଳେ ରାଜ୍ୟର ୧୮ଲକ୍ଷ ୯୯୯ ଜଣ ଚାଷୀଙ୍କୁ ୮୭୧୦ କୋଟି ୭୮ ଲକ୍ଷ ଟଙ୍କା ଫସଲ ଋଣ ଯୋଗାଇ ଦିଆଯାଇଥିଲା। ସେହିପରି ଗତ ୨୦୨୨-୨୩ ରବି ଋତୁରେ (୨୯ ମାର୍ଚ୍ଚ, ୨୦୨୩ ସୁଦ୍ଧା) ସମବାୟ ସଂସ୍ଥା ପକ୍ଷରୁ ରାଜ୍ୟର ୧୬ ଲକ୍ଷ ୨୩ ହଜାର ୭୯୦ ଜଣ ଚାଷୀଙ୍କୁ ୭୮୧୨ କୋଟି ୨୨ ଲକ୍ଷ ଟଙ୍କା ଫସଲ ଋଣ ଯୋଗାଇ ଦିଆଯାଇଥିବା ବିଭାଗ ପକ୍ଷରୁ କୁହାଯାଇଛି।
ସମବାୟ ସଂସ୍ଥା ଜରିଆରେ ଚାଷୀମାନଙ୍କୁ ଯୋଗାଇ ଦିଆଯାଉଥିବା ଫସଲ ଋଣ କ୍ଷେତ୍ରରେ ସରକାରଙ୍କ ପକ୍ଷରୁ ବ୍ୟାପକ ରିହାତି ଯୋଗାଇ ଦିଆଯାଉଛି। ଧାର୍ଯ୍ୟ ସମୟସୀମା ମଧ୍ୟରେ ପରିଶୋଧ କରୁଥିବା ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ଉପରେ କୌଣସି ସୁଧ ଦେବାକୁ ପଡ଼ୁନାହିଁ। ସେହିପରି ୧ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ଓ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଫସଲ ଋଣ ନିମନ୍ତେ ମାତ୍ର ୨ ପ୍ରତିଶତ ସୁଧ ଦେବାକୁ ପଡ଼ୁଛି।
ଫସଲ ଋଣ କ୍ଷେତ୍ରରେ ସରକାରଙ୍କ ଦ୍ୱାରା ବ୍ୟାପକ ରିହାତି ପ୍ରଦାନ କରାଯାଇଥିବା ପରିପ୍ରେକ୍ଷୀରେ ହିତାଧିକାରୀଙ୍କ ଆଧାର କାର୍ଡକୁ ସେମାନଙ୍କର କିଷାନ କ୍ରେଡିଟ୍‌ କାର୍ଡ ଏବଂ ବ୍ୟାଙ୍କ ଆକାଉଣ୍ଟ ସହିତ ସଂଯୋଗ କରାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି, ଯେପରି ପ୍ରକୃତ ହିତାଧିକାରୀ ଯୋଜନାର ସୁଫଳ ପାଇପାରିବେ। ଏଥିସହିତ ମଞ୍ଜରୀପ୍ରାପ୍ତ ଋଣ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏ ସମସ୍ତ କାର୍ଯ୍ୟ କେବଳ ଅନ୍‌ଲାଇନ୍‌ ମାଧ୍ୟମରେ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି।
୨୦୨୩ ଖରିଫ ଫସଲ ଋଣ ଯୋଗାଣର ସଫଳ ରୂପାୟନ ସହ ତ୍ୱରିତ କାର୍ଯ୍ୟାନ୍ବୟନ ଦିଗରେ ଜିଲାପାଳମାନେ କୃଷି, ଉଦ୍ୟାନ କୃଷି ଏବଂ ସମ୍ପୃକ୍ତ ବିଭାଗର କ୍ଷେତ୍ର ଅଧିକାରୀଙ୍କ ସହିତ ବୈଠକ କରି ଆଗୁଆ ପଦକ୍ଷେପ ନେବା ପାଇଁ ପରାମର୍ଶ ଦିଆଯାଇଛି, ଯେପରି ରାଜ୍ୟର ଚାଷୀମାନେ ଲାଭାନ୍ବିତ ହୋଇପାରିବେ ଏବଂ କୃଷି ଉତ୍ପାଦନ ବୃଦ୍ଧି ପାଇବ।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri