Posted inଜାତୀୟ

୯୬% ଭାରତୀୟ କମ୍ପାନୀ ସାଇବର ଆକ୍ରମଣ ମୁକାବିଲା ପାଇଁ ଅକ୍ଷମ

ନୂଆଦିଲ୍ଲୀ, ୨୯।୩:ଭାରତରେ ସାଇବର ଆକ୍ରମଣଜନିତ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି। ଏଭଳି ଆକ୍ରମଣର ମୁକାବିଲା ପାଇଁ ମାତ୍ର ୪ ପ୍ରତିଶତ ଭାରତୀୟ କମ୍ପାନୀ ସକ୍ଷମ। ଅର୍ଥାତ୍‌ ଅବଶିଷ୍ଟ ୯୬ ପ୍ରତିଶତ କମ୍ପାନୀ ସାଇବର ଆଟାକ୍‌କୁ ପ୍ରତିହତ କରିବାକୁ ସମର୍ଥ ନୁହନ୍ତି। ସିସ୍କୋର ସାଇବର ସିକ୍ୟୁରିଟି ରେଡିନେସ୍‌ ଇଣ୍ଡେକ୍ସ-୨୦୨୪ରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ସାଇବର ଆକ୍ରମଣ ଫଳରେ ଆସନ୍ତା ୧୨ରୁ ୨୪ ମାସ ମଧ୍ୟରେ ୮୨ ପ୍ରତିଶତ ଭାରତୀୟ କମ୍ପାନୀର ବ୍ୟବସାୟରେ ବାଧା ସୃଷ୍ଟି ହେବା ନେଇ ଉକ୍ତ ରିପୋର୍ଟରେ ଆଶଙ୍କା ବ୍ୟକ୍ତ କରାଯାଇଛି। ଅର୍ଥାତ୍‌ ଏହି ସବୁ କମ୍ପାନୀ ନିକଟରେ ସାଇବର ଆକ୍ରମଣରୁ ବର୍ତ୍ତିବା ପାଇଁ କୌଣସି ବ୍ୟବସ୍ଥା ନାହିଁ।
ସେହିପରି ୮୮% ଭାରତୀୟ କମ୍ପାନୀ ନିଜ ଭିତ୍ତିଭୂମି ସହ ସାଇବର ଆକ୍ରମଣକୁ ମୁକାବିଲା କରିବା ପାଇଁ ସକ୍ଷମ ଥିବା ନେଇ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ତେବେ ଏହାକୁ ନେଇ ସିସ୍କୋର ସୁରକ୍ଷା ମହା ପ୍ରବନ୍ଧକ ଜିତୁ ପଟେଲ ଆଶଙ୍କା ପ୍ରକାଶ କରିଛନ୍ତି। ବଢ଼ୁଥିବା ସାଇବର ଆକ୍ରମଣକୁ ଦୃଷ୍ଟିରେ ରଖି କମ୍ପାନୀଗୁଡିକ ଏକଜୁଟ୍‌ ହୋଇ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ(ଏଆଇ)ର ବ୍ୟବହାରରେ ଦୃଢ଼ ପ୍ଲାଟଫର୍ମ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଛନ୍ତି। ବିଶ୍ୱବ୍ୟାପୀ ୯୯% କମ୍ପାନୀ ସାଇବର ସୁରକ୍ଷା କ୍ଷେତ୍ରରେ ବଜେଟ ବୃଦ୍ଧି କରିବାକୁ ବିଚାର କରୁଥିବା ସେ ସୂଚନା ଦେଇଛନ୍ତି। ସେହିପରି ୭୧ ପ୍ରତିଶତ କମ୍ପାନୀ ନିଜର ସୂଚନା ଓ ପ୍ରଯୁକ୍ତି ବିଦ୍ୟା(ଆଇଟି) କ୍ଷେତ୍ରରେ ଥିବା ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ ଯୋଜନା ପ୍ରସ୍ତୁତ କରୁଥିବା ଏହି ରିପୋର୍ଟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri