Posted inଜାତୀୟ

୯୬% ଭାରତୀୟ କମ୍ପାନୀ ସାଇବର ଆକ୍ରମଣ ମୁକାବିଲା ପାଇଁ ଅକ୍ଷମ

ନୂଆଦିଲ୍ଲୀ, ୨୯।୩:ଭାରତରେ ସାଇବର ଆକ୍ରମଣଜନିତ ମାମଲା ଦ୍ରୁତ ଗତିରେ ବଢ଼ିଚାଲିଛି। ଏଭଳି ଆକ୍ରମଣର ମୁକାବିଲା ପାଇଁ ମାତ୍ର ୪ ପ୍ରତିଶତ ଭାରତୀୟ କମ୍ପାନୀ ସକ୍ଷମ। ଅର୍ଥାତ୍‌ ଅବଶିଷ୍ଟ ୯୬ ପ୍ରତିଶତ କମ୍ପାନୀ ସାଇବର ଆଟାକ୍‌କୁ ପ୍ରତିହତ କରିବାକୁ ସମର୍ଥ ନୁହନ୍ତି। ସିସ୍କୋର ସାଇବର ସିକ୍ୟୁରିଟି ରେଡିନେସ୍‌ ଇଣ୍ଡେକ୍ସ-୨୦୨୪ରୁ ଏହି ତଥ୍ୟ ସାମ୍‌ନାକୁ ଆସିଛି। ସାଇବର ଆକ୍ରମଣ ଫଳରେ ଆସନ୍ତା ୧୨ରୁ ୨୪ ମାସ ମଧ୍ୟରେ ୮୨ ପ୍ରତିଶତ ଭାରତୀୟ କମ୍ପାନୀର ବ୍ୟବସାୟରେ ବାଧା ସୃଷ୍ଟି ହେବା ନେଇ ଉକ୍ତ ରିପୋର୍ଟରେ ଆଶଙ୍କା ବ୍ୟକ୍ତ କରାଯାଇଛି। ଅର୍ଥାତ୍‌ ଏହି ସବୁ କମ୍ପାନୀ ନିକଟରେ ସାଇବର ଆକ୍ରମଣରୁ ବର୍ତ୍ତିବା ପାଇଁ କୌଣସି ବ୍ୟବସ୍ଥା ନାହିଁ।
ସେହିପରି ୮୮% ଭାରତୀୟ କମ୍ପାନୀ ନିଜ ଭିତ୍ତିଭୂମି ସହ ସାଇବର ଆକ୍ରମଣକୁ ମୁକାବିଲା କରିବା ପାଇଁ ସକ୍ଷମ ଥିବା ନେଇ ଆଶ୍ୱସ୍ତି ପ୍ରକାଶ କରିଛନ୍ତି। ତେବେ ଏହାକୁ ନେଇ ସିସ୍କୋର ସୁରକ୍ଷା ମହା ପ୍ରବନ୍ଧକ ଜିତୁ ପଟେଲ ଆଶଙ୍କା ପ୍ରକାଶ କରିଛନ୍ତି। ବଢ଼ୁଥିବା ସାଇବର ଆକ୍ରମଣକୁ ଦୃଷ୍ଟିରେ ରଖି କମ୍ପାନୀଗୁଡିକ ଏକଜୁଟ୍‌ ହୋଇ ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ(ଏଆଇ)ର ବ୍ୟବହାରରେ ଦୃଢ଼ ପ୍ଲାଟଫର୍ମ ପ୍ରସ୍ତୁତ କରିବାକୁ ସେ ପରାମର୍ଶ ଦେଇଛନ୍ତି। ବିଶ୍ୱବ୍ୟାପୀ ୯୯% କମ୍ପାନୀ ସାଇବର ସୁରକ୍ଷା କ୍ଷେତ୍ରରେ ବଜେଟ ବୃଦ୍ଧି କରିବାକୁ ବିଚାର କରୁଥିବା ସେ ସୂଚନା ଦେଇଛନ୍ତି। ସେହିପରି ୭୧ ପ୍ରତିଶତ କମ୍ପାନୀ ନିଜର ସୂଚନା ଓ ପ୍ରଯୁକ୍ତି ବିଦ୍ୟା(ଆଇଟି) କ୍ଷେତ୍ରରେ ଥିବା ଭିତ୍ତିଭୂମିକୁ ସୁଦୃଢ଼ କରିବା ଦିଗରେ ଯୋଜନା ପ୍ରସ୍ତୁତ କରୁଥିବା ଏହି ରିପୋର୍ଟରେ ଉଲ୍ଲେଖ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?