୨ ଛାତ୍ରଙ୍କ ଆକାଉଣ୍ଟକୁ ଆସିଲା ୯୬୦ କୋଟି…

ପାଟନା,୧୬।୯: ବିହାରରେ ୨ ଛାତ୍ରଙ୍କ ଆକାଉଣ୍ଟକୁ ୯୬୦ କୋଟି ଟଙ୍କା ଆସିଛି। ଏହାକୁ ନେଇ ବ୍ୟାଙ୍କ କର୍ମଚାରୀ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଖବର ପ୍ରଚାରିତ ହେବା ପରେ ଲୋକେ ବ୍ୟାଙ୍କରେ ଭିଡ଼ ଜମାଇ ନିଜ ନିଜର ଆକାଉଣ୍ଟ ଚେକ୍‌ କରିବା ଆରମ୍ଭ କରିଥିଲେ। ସ୍ଥାନୀୟ କାଟିହରରେ ଥିବା ଏସବିଆଇର ସିଏସପି କେନ୍ଦ୍ରସ୍ଥିତ ବ୍ୟାଙ୍କରେ ଥିବା ଛାତ୍ର ଅସିତ କୁମାରଙ୍କ ଆକାଉଣ୍ଟରେ ୯୦୦ କୋଟିରୁ ଅଧିକ ଟଙ୍କା ଜମା ହୋଇଥିଲା। ସେହିପରି ଗୁରୁଗୁଚନ୍ଦ୍ରଙ୍କ ଆକାଉଣ୍ଟରେ ୬୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଥିଲା।

ଛାତ୍ର ଦୁହେଁ ଆଜମନଗର ପୋଲିସ ଷ୍ଟେସନ ଅଞ୍ଚଳର ପସ୍ତିଆ ଗାଁରେ ବାସ କରନ୍ତି। ବିହାର ସରକାରଙ୍କ ଦ୍ୱାରା ସ୍କୁଲ ପୋଷାକ ପାଇଁ ପଠାଯାଇଥିବା ଟଙ୍କା ବିଷୟରେ ଜାଣିବା ପାଇଁ ସେମାନେ ବ୍ୟାଙ୍କରେ ପହଞ୍ଚିଥିଲେ।

ବ୍ୟାଙ୍କ ମ୍ୟାନେଜର ଏହା ଜାଣିବା ପରେ ଉଭୟ ଆକାଉଣ୍ଟକୁ ସିଜ୍‌ କରିଦେଇଥିଲେ। ଏହି ଘଟଣାର ତଦନ୍ତ କରାଯାଉଛି ବୋଲି ସେ କହିଛନ୍ତି। ବ୍ୟାଙ୍କର ବରିଷ୍ଠ ଅଧିକାରୀମାନଙ୍କୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଏଭଳି ମାମଲା ଖାଗରିଆରୁ ମଧ୍ୟ ଘଟିିଥିଲା। ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟରେ ୫.୫୦ ଲକ୍ଷ ଟଙ୍କା ଜମା ହୋଇଥିଲା। ସମ୍ପୃକ୍ତ ବ୍ୟକ୍ତି ଏହାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ସହାୟତା ବୋଲି ଭାବି ଟଙ୍କା ଖର୍ଚ୍ଚ କରିବା ଆରମ୍ଭ କରିଥିଲେ। ଯେତେବେଳେ ବ୍ୟାଙ୍କ ଅଧିକାରୀମାନେ ସେମାନଙ୍କର ଭୁଲ ଜାଣିଲେ, ସେମାନେ ବ୍ୟକ୍ତିଙ୍କୁ ଟଙ୍କା ଫେରସ୍ତ କରିବାକୁ କହିଥିଲେ। କିନ୍ତୁ ବ୍ୟକ୍ତି ଟଙ୍କା ଫେରସ୍ତ କରିବାକୁ ମନା କରିଦେଇଥିଲେ। ଯାହା ପରେ ବ୍ୟାଙ୍କ ଅଧିକାରୀଙ୍କ ଅଭିଯୋଗ ଆଧାରରେ ପୋଲିସ ତାଙ୍କୁ ଗିରଫ କରି ଜେଲକୁ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

କାର୍ଯ୍ୟକାରୀ ହେଲା ଜନ୍ମ, ମୃତ୍ୟୁ ସଂଶୋଧନ ଆଇନ

ନୂଆଦିଲ୍ଲୀ,୨।୧୦: ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣ (ସଂଶୋଧନ) ଆଇନ, ୨୦୨୬ ଗୁରୁବାରଠାରୁ ଦେଶରେ ଲାଗୁ ହୋଇଛି । ଏଥିରେ ନିର୍ଦ୍ଧାରିତ ସମୟସୀମା ପରେ ଜଣାଯାଇଥିବା ଜନ୍ମ ଓ…

ହାଇଭୋଲଟେଜ୍‌ ଡ୍ରାମା କଲେ ରିଷଭ ପନ୍ତ: ଅମ୍ପାୟରଙ୍କ ସହ ଯୁକ୍ତିତର୍କ ପରେ ଘଟିଲା…

ନୂଆଦିଲ୍ଲୀ,୨।୧୦:ଭାରତୀୟ କ୍ରିକେଟ ଦଳର ଉଇକେଟକିପର-ବ୍ୟାଟର ଋଷଭ ପନ୍ତଙ୍କ ପାଇଁ ଇରାନୀ କପ୍‌ର ପ୍ରଥମ ଦିନ ମଇଦାନରେ ହାଇଭୋଲଟେଜ୍‌ ଡ୍ରାମା କରିଛନ୍ତି। ରେଷ୍ଟ ଅଫ ଇଣ୍ଡିଆର ଅଧିନାୟକ ଭାବେ…

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?