ଆଜି ରାଜ୍ୟରୁ ୯୭ କରୋନା ପଜିଟିଭ୍‌ ଚିହ୍ନଟ, ୩୩୫୪୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୫।୨(ବ୍ୟୁରୋ): ଶୁକ୍ରବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ୯୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୬୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫୮ ଜଣ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି କଟକ ଏବଂ ସୁନ୍ଦରଗଡ଼ରୁ ୧୬ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୫, ବାଲେଶ୍ୱର ୨, ବଲାଙ୍ଗୀର ୧, ଦେବଗଡ଼ ୩, ଢେଙ୍କାନାଳ ୧, ଗଜପତି ୩, ଗଞ୍ଜାମ ୧, ଯାଜପୁର ୬, ଝାରସୁଗୁଡ଼ା ୪, କେନ୍ଦୁଝର ୨, ଖୋର୍ଦ୍ଧା ୬, ମୟୂରଭଞ୍ଜ ୪, ନୂଆପଡ଼ା ୨, ପୁରୀ ୩, ରାୟଗଡ଼ା ୪ ଏବଂ ସମ୍ବଲପୁରରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧।

ସେହିପରି ଆଜି ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ  କଟକର ହୋଇଥିବା ବେଳେ ସେ ଡାଇବେଟିସ ଏବଂ ଉଚ୍ଚ ରକ୍ତଚାପ ରୋଗରେ ପୀଡ଼ିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫, ୪୬୬ରେ ପହଞ୍ଚିଥିବା ବେଳେ ୩,୩୨,୬୧୧ ଜଣ ସୁସ୍ଥ ହୋଇଛନ୍ତି। ୮୯୪ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ଇତିହାସ ରଚିଲେ ରସିଦ୍ ଖାନ୍: ବିଶ୍ୱର ପ୍ରଥମ ବୋଲର ଭାବେ କଲେ ଏମିତି ରେକର୍ଡ

ନୂଆଦିଲ୍ଲୀ,୧୬।୨: ଆଫଗାନିସ୍ତାନର ଅଧିନାୟକ ରଶିଦ ଖାନ୍ କ୍ରିକେଟ୍ ଜଗତରେ ଏକ ନୂତନ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ସୋମବାର ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଅନୁଷ୍ଠିତ ଆଇସିସି ପୁରୁଷ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri