କଂଗ୍ରେସର ୯୭ ପ୍ରତିଶତ-ବିଏସ୍‌ପିର ୭୨ ପ୍ରତିଶତ ପ୍ରାର୍ଥୀ ଅମାନତ ହରାଇଲେ…

ଲକ୍ଷ୍ନୌ, ୧୨।୩ : ଉତ୍ତରପ୍ରଦେଶରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟି ବହୁମତ ହାସଲ କରିଛି, ସମାଜବାଦୀ ପାର୍ଟି ଏହାକୁ ପ୍ରତ୍ୟେକ ଆସନରେ କଡ଼ା ମୁକାବିଲା କରିଛି। କିନ୍ତୁ ଦୀର୍ଘ ଦିନ ଧରି ଉତ୍ତରପ୍ରଦେଶର ରାଜନୀତିକୁ ଫେରିବାକୁ ଚେଷ୍ଟା କରୁଥିବା କଂଗ୍ରେସ ଦଳର ୩୯୯ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୩୮୭ଜଣ ଅମାନତ ହରାଇଛନ୍ତି। କଂଗ୍ରେସର କେବଳ ଦୁଇଜଣ ପ୍ରାର୍ଥୀ ସେମାନଙ୍କ ଆସନ ବଞ୍ଚାଇ ପାରିଛନ୍ତି।

ସେହିପରି ବହୁଜନ ସମାଜବାଦୀ ପାର୍ଟିର ୪୦୩ ପ୍ରାର୍ଥୀଙ୍କ ମଧ୍ୟରୁ ୨୯୦ ଜଣଙ୍କ ଅମାନତ ଉଡି ଯାଇଛି। ବିଧାନସଭା ନିର୍ବାଚନରେ ମୋଟ ଭୋଟର ମାତ୍ର ୨.୪ ପ୍ରତିଶତ କଂଗ୍ରେସ ପାଇଛି। ଦଳ ୪ ଟି ସିଟ୍‌ ବ୍ୟତୀତ ରାଜ୍ୟର ପ୍ରତ୍ୟେକ ଆସନରେ ନିଜର ପ୍ରାର୍ଥୀ ଦେଇଥିଲା। ୩୩ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ରାଷ୍ଟ୍ରୀୟ ଲୋକ ଦଳ (ଆରଏଲଡି) ୨.୯ ପ୍ରତିଶତ ଭୋଟ ପାଇଛି। ଯାହା କଂଗ୍ରେସ ଅପେକ୍ଷା ଭଲ ସ୍ଥିତିରେ ରହିଛି।

ଭାଜପାର ତିନିଜଣ ପ୍ରାର୍ଥୀଙ୍କ ଅମାନତ ହରାଇଛନ୍ତି। ସମାଜବାଦୀ ପାର୍ଟିର ୬ ଜଣ ପ୍ରାର୍ଥୀଙ୍କ ଅମାନତ ଉଡି ଯାଇଛି। ଆପ୍‌ନା ଦଳ ଏବଂ ନିଶାଦ ପାର୍ଟିର କୌଣସି ପ୍ରାର୍ଥୀ ଅମାନତ ହରାଇ ନାହାନ୍ତି। ଚଳିତ ବିଧାନସଭା ନିର୍ବାଚନରେ ୪,୪୪୨ ପ୍ରାର୍ଥୀ ନିର୍ବାଚନ ଲଢ଼ିଥିଲେ। ସେଥିମଧ୍ୟରୁ ୩,୫୨୨ ଅର୍ଥାତ୍‌ ୮୦ ପ୍ରତିଶତ ପ୍ରାର୍ଥୀ ସେମାନଙ୍କ ଅମାନତ ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ କ୍ରାଶ୍‌: ୫ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ନୂଆଦିଲ୍ଲୀ,୨୩।୬: ଦକ୍ଷିଣ କୋରିଆ ବଜାରରେ ତୀବ୍ର ହ୍ରାସର ପ୍ରଭାବ ଭାରତୀୟ ଷ୍ଟକ ବଜାରରେ ପଡ଼ିଛି। BSE ସେନସେକ୍ସ ପ୍ରାୟ ୬୦୦-୭୦୦ ପଏଣ୍ଟ ହ୍ରାସ ପାଇଛି। NSE ନିଫ୍ଟି …

୧୦୨ କେଜି ଗଞ୍ଜେଇ ସହ ୪ ଜଣଙ୍କୁ ବାନ୍ଧିଲା ପୋଲିସ: ଇନୋଭା ଗାଡିରେ…

ଭଞ୍ଜନଗର,୨୩।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ସୋମବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରିଛି। ଏଥିସହ ସେମାନଙ୍କ ଠାରୁ ୧୦୨ କେଜି ଗଞ୍ଜେଇ,…

ଉଦ୍ୟାନ ପରିସର ସଫା କଲେ ବିଧାୟକ: କହିଲେ, ସ୍ବଚ୍ଛତା ଅଭିଯାନ ନୁହେଁ, ଏକ ସାମାଜିକ ଦାୟିତ୍ୱ

ଛତ୍ରପୁର,୨୩।୬(ଦିଲ୍ଲୀପ ସାମଲ): ‘ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ’ ଅଭିଯାନ ଅନ୍ତର୍ଗତ ଆଜି ଛତ୍ରପୁର ପୌରପରିଷଦର ଏକାମ୍ର ନଗରସ୍ଥିତ ଶିଶୁ ଉଦ୍ୟାନରେ ସ୍ବଚ୍ଛତା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି…

ବିଧାନସଭା ଭିତରେ ଷ୍ଟାଲିନଙ୍କ ନକଲ କଲେ ମୁଖ୍ୟମନ୍ତ୍ରୀ ବିଜୟ, ତାଳିରେ କମ୍ପିଲା ଗୃହ, ଦେଖନ୍ତୁ VIDEO

ଚେନ୍ନାଇ,୨୩।୬: ତାମିଲନାଡୁ ବିଧାନସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ଭାଷଣର ଶେଷ ଭାଗ ମଧ୍ୟ ସେତିକି ଚର୍ଚ୍ଚାରେ ରହିଥିଲା, ଯେତିକି ତାଙ୍କର ସମ୍ପୂର୍ଣ୍ଣ ସମ୍ବୋଧନ ଥିଲା। ଭାଷଣ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri