ଜୁଲାଇ ଶେଷ ୨ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇଛନ୍ତି ୯୭ହଜାର ଶିଶୁ: ରିପୋର୍ଟ

ଓ୍ବାଶିଂଟନ୍‌,୧୨।୮: ଆମେରିକାରେ ଜୁଲାଇ ଶେଷ ୨ସପ୍ତାହରେ ଅତି କମ୍‌ରେ ୯୭ହଜାର ଶିଶୁ କରୋନା ଭାଇରସ୍‌ ସଂକ୍ରମଣରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ରାଜ୍ୟସ୍ତରୀୟ ତଥ୍ୟର ଏକ ନୂତନ ସମୀକ୍ଷା ରିପୋର୍ଟରେ ଏହି ସୂଚନା ଦେଇଛି ଆମେରିକୀୟ ଏକାଡେମି ଅଫ୍‌ ପେଡିଆଟ୍ରିକ୍ସ ଓ ଶିଶୁ ହସ୍ପିଟାଲ ଆସୋସିଏସନ। ଏହି ତଥ୍ୟ ଅନୁସାରେ ଦେଶରେ ପିଲାମାନଙ୍କ ମଧ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ମାମଲା ୪୦ ପ୍ରତିଶତ ବୃଦ୍ଧି ପାଇଛି। ଏହି ରିପୋର୍ଟ ଏଭଳି ସମୟରେ ଆସିଛି, ଯେତେବେଳେ ଆମେରିକା ଦେଶରେ ସ୍କୁଲ କେବେ ଏବଂ କିପରି ସୁରକ୍ଷିତ ଭାବରେ ଖୋଲାଯାଇପାରିବ ସେନେଇ ବିଚାର କରୁଛି। ତେବେ ବିଶେଷଜ୍ଞଙ୍କ କହିବା କଥା, ମିଳିଥିବା ରିପୋର୍ଟ ଅନୁସାରେ ପିଲାମାନେ କରୋନାରେ ସଂକ୍ରମିତ ହୋଇପାରନ୍ତି ଏବଂ ଅନ୍ୟମାନଙ୍କୁ ମଧ୍ୟ ସଂକ୍ରମିତ କରିପାରନ୍ତି। କାରଣ ଶିଶୁମାନଙ୍କ ପାଖରେ କରୋନାକୁ ପ୍ରତିହତ କରିବା ପାଇଁ ପ୍ରତିରୋଧକ ଶକ୍ତି କମ୍‌ ରହିଥାଏ। ସୂଚନାଯୋଗ୍ୟ, ବିଶ୍ୱ ମହାମାରୀ କରୋନା ଦ୍ୱାରା ଆମେରିକା ସର୍ବାଧିକ ପ୍ରଭାବିତ ହୋଇଛି। ଏଠାରେ ସଂକ୍ରମଣ ବ୍ୟାପିବା ଆରମ୍ଭରୁ ଏପର୍ଯ୍ୟନ୍ତ ପ୍ରାୟ ୩ଲକ୍ଷ ୪୦ ହଜାର ପିଲା ସଂକ୍ରମିତ ହୋଇଛନ୍ତି। ଶିଶୁମାନଙ୍କଠାରେ ସଂକ୍ରମଣର ବୃଦ୍ଧି ମୁଖ୍ୟତଃ ଦକ୍ଷିଣ ଏବଂ ପଶ୍ଚିମ ରାଜ୍ୟରେ ଦେଖାଯାଇଛି। ସେଗୁଡିକ ମଧ୍ୟରେ ମିସୋରୀ, ଓକ୍ଲାହୋମା, ଜର୍ଜିଆ, ଫ୍ଲୋରିଟା, ମୋଣ୍ଟନା ଓ ଆଲାସ୍କା ଭଳି ରାଜ୍ୟ ରହିଛି। ଜର୍ଜିଆରେ କିଛି ମାସ ପରେ ବିଦ୍ୟାଳୟଗୁଡ଼ିକୁ ପୁନଃ ଖୋଲାଯାଇଥିଲା। କିନ୍ତୁ ଏଠାରେ ବିଦ୍ୟାଳୟ ଖୋଲିବାର ଏକ ସପ୍ତାହ ମଧ୍ୟରେ ୨୫୦ରୁ ଅଧିକ ଛାତ୍ର ଓ ଶିକ୍ଷକ କରୋନା ପଜିଟିଭ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri