ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ ୯୭ ବର୍ଷୀୟ କନ୍ଦ ବାବୁ: ଅତୁଟ ରହିଛି ବ୍ଲକ ବିଜେଡି ଅଧ୍ୟକ୍ଷ

ମହାକାଳପଡ଼ା,୨୨।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଜୁ ପଟ୍ଟନାୟକଙ୍କ ଏକାନ୍ତ ଅନୁଗତ କେନ୍ଦ୍ରାପଡା ଜିଲାରେ ପରିଚିତ ମହାକାଳପଡା ବ୍ଲକ ବିଜେଡି ସଭାପତି ଶ୍ରୀଧର ସାମଲ(୯୭) ଓରଫ୍‌ କନ୍ଦ ବାବୁ । ୧୯୭୧ ମସିହାରେ ରାଜନଗର ବିଧାନସଭା ଉପନିର୍ବାଚନରେ ତତକାଳୀନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ପ୍ରାର୍ଥୀ ହୋଇଥିଲେ। ସେବେଠାରୁ ବିଜୁବାବୁଙ୍କ ସହିତ ଶ୍ରୀଧରଙ୍କ ପ୍ରଥମ ପରିଚୟ ହୋଇଥିଲା। ବିଜୁ ବାବୁଙ୍କୁ ବିଧାୟକ ଭାବେ ବିଜୟୀ କରିବାରେ ତାଙ୍କ ଯଥେଷ୍ଟ ଭୂମିକା ଥିଲା। ଉପନିର୍ବାଚନ ପରେ ରାଜନଗର ଓ ମହାକାଳପଡ଼ା ଉପକୂଳ ଅଞ୍ଚଳରେ ଅକ୍ଟୋବର ମାସରେ ଭୟାବହ ସାମୁଦ୍ରିକ ବାତ୍ୟା ହୋଇଥିଲା। ଫଳରେ ଦଶ ହଜାର ଲୋକଙ୍କ ଜୀବନ ଯାଇଥିଲା। ମହାକାଳପଡ଼ା ରିଲିଫ ଅପରେଶନ ଦାୟିତ୍ୱ ବିଜୁ ବାବୁ ଶ୍ରୀଧରଙ୍କୁ ଦାୟିତ୍ୱ ଦେଇଥିଲେ। ସୂଚାରୁ ରୂପେ ଦାୟିତ୍ୱ ସମ୍ପନ୍ନ କରିବା ପରେ ବିଜୁ ବାବୁଙ୍କ ବିଶ୍ୱାସଭାଜନ ହୋଇଥିଲେ ଶ୍ରୀଧର। ପରବର୍ତ୍ତୀ ସମୟରେ ନିଜ ଦଳର ବ୍ଲକ ସଭାପତି ଭାବେ ଘୋଷଣା କରିଥିଲେ।

ସେବେଠାରୁ ଅଦ୍ୟାବଧି ଶ୍ରୀଧର ସାମଲଙ୍କୁ ବିଜୁ ଜନତା ଦଳର ସଭାପତି ଭାବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବର୍ଷିଆନ ନେତା ଶ୍ରୀଧର ଦଳ ପ୍ରତି ଅବଦାନ ରହିଛି। ସେ ଚାରିଥର ବଡ଼ିହି ପଞ୍ଚାୟତ ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସହିତ ଶ୍ରୀ ସାମଲ ଘନିଷ୍ଠ ସହଯୋଗୀ ଭାବେ ପରିଚିତ। ବିଭିନ୍ନ ସମୟରେ ଦଳୀୟ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଛି। ଶ୍ରୀ ସାମଲଙ୍କୁ ପୁନର୍ବାର ବ୍ଲକ ବିଜେଡି ସଭାପତି ଭାବେ ଘୋଷଣା ହୋଇଥିବାରୁ ଦଳୀୟ କର୍ମକର୍ତ୍ତାମାନଙ୍କ ମଧ୍ୟରେ ବ୍ଲକ ଉପାଧ୍ୟକ୍ଷ ବିଜୟ କୁମାର ଶୁକ୍ଲା, ବରିଷ୍ଟ ବିଜେଡି ନେତା ଅଶୋକ ମହାପାତ୍ର, ଯୁବ ଓକିଲ ହେମନ୍ତ ସାହୁ, ଯୁବ ନେତା ଅମୀୟ ନାୟକ, ପୂର୍ବତନ ସରପଞ୍ଚ ମନୋଜ ପାତ୍ର, ଯୁବନେତା ପ୍ରଭାଂଶୁ ପରିଡା, ପୂର୍ବତନ ସରପଞ୍ଚ ନିମାଇଁ ସ୍ବାଇଁ, ପୂର୍ବତନ ଜିଲା ପରିଷଦ ସଭ୍ୟା ନଳିନୀ ପ୍ରଭା ଚୌଧୁରୀ, କଳ୍ପନା ମଳିକଙ୍କ ସମେତ ବହୁ ସଂଖ୍ୟାରେ ଦଳୀୟ କର୍ମୀ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

PM Kisan କୁ ନେଇ ବଡ଼ ଖବର, ଅକ୍ଟୋବରରୁ ଏମାନଙ୍କୁ ମିଳିବନି କିସ୍ତି ଟଙ୍କା; ଲିଷ୍ଟରୁ କଟିଲା ନାଁ!

ନୂଆଦିଲ୍‌ଲୀ,୨୨।୮: ଦେଶର କୋଟି କୋଟି ଚାଷୀଙ୍କ ପାଇଁ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନା ଏକ ବଡ଼ ସାହାଯ୍ୟରୁ କମ ନୁହେଁ। ୨୩ତମ କିସ୍ତି ମିଳିବା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

ଘୁଞ୍ଚିଲା ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷା, ଜାଣନ୍ତୁ ପୁଣି କେବେ ହେବ…

ଖୋର୍ଦ୍ଧା,୨୨।୯(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’କୁ ଦୃଷ୍ଟିରେ ରଖି ଉଚ୍ଚ ପ୍ରାଥମିକ ପଞ୍ଚମ ଶ୍ରେଣୀ ବୃତ୍ତି ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ବୃତ୍ତି ପରୀକ୍ଷା ସେପ୍ଟେମ୍ବର ୨୪ରେ ହେବା…

ରାଜନୀତିରେ ହଇଚଇ! ଗରବାକୁ ନେଇ ଭାଜପା ବିଧାୟକଙ୍କ ବିବାଦୀୟ ବୟାନ, ଭଉଣୀ-ଝିଅଙ୍କୁ…

ନୂଆଦିଲ୍ଲୀ,୨୨।୯: ନବରାତ୍ରି ପୂର୍ବରୁ ଗରବା କାର୍ଯ୍ୟକ୍ରମରେ ମୁସଲିମଙ୍କ ପ୍ରବେଶକୁ ନେଇ ମହାରାଷ୍ଟ୍ରରୁ ମଧ୍ୟପ୍ରଦେଶ ପର୍ଯ୍ୟନ୍ତ ରାଜନୈତିକ ବୟାନବାଜି ଆରମ୍ଭ ହୋଇଛି। ମୁମ୍ବାଇର ବୋରିଭଲିରେ ହେବାକୁ ଥିବା ଏକ…

ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଫସିଲା ଆନ୍ଧ୍ରପ୍ରଦେଶ ଟ୍ରଲର: ସହଯୋଗର ହାତ ବଢ଼ାଇଲା ଗଞ୍ଜାମ ପ୍ରଶାସନ

ଛତ୍ରପୁର,୨୨।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ): ଗଭୀର ଅବପାତ ଜନିତ ପ୍ରତିକୂଳ ପାଗ ଯୋଗୁ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର ଉପକୂଳରେ ଆନ୍ଧ୍ରପ୍ରଦେଶର…

ରାସ୍ତା ଅବସ୍ଥା ଶୋଚନୀୟ: ବିଧାନସଭାରେ ପ୍ରଶ୍ନ କଲେ ବିଧାୟକ, ମନ୍ତ୍ରୀ କହିଲେ…

ଗୁଡାରି,୨୨।୯(ପ୍ରମୋଦ କୁମାର ପତି): ଗୁଡାରି ସହରର ମୁଖ୍ୟ ପ୍ରବେଶ ପଥର ମରାମତି ନେଇ ମଙ୍ଗଳବାର ବିଧାନସଭାରେ ପ୍ରଶ୍ନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। UDAQ ୬୪:ରେ ବିଧାୟକ…

ଗାଁରେ ଏମିତି ଜୀବନ କାଟୁଛନ୍ତି କ୍ୟାଟ୍ରିନାଙ୍କ ମା’, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ କ୍ୟାଟ୍ରିନା କୈଫଙ୍କ ମା’ ସୁଜାନ ଟର୍କୋଟ ନିଜ ଝିଅ ଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏକ ଜୀବନଶୈଳୀ ପସନ୍ଦ କରନ୍ତି। ଯେଉଁଠାରେ କ୍ୟାଟ୍ରିନା…

ପାଠପଢ଼ା ଭୟରେ ରାଇରଙ୍ଗପୁରରୁ ଚାଲିଆସିଲେ ୨ ନାବାଳକ, ରାଉରକେଲାରେ…

ରାଉରକେଲା,୨୨।୯(ସଙ୍ଗୀତା ଜେନା): ପାଠପଢା ଭୟରେ ମୟୂରଭଞ୍ଜ ରାଇରଙ୍ଗପୁରରୁ ୨ନାବାଳକ ସୋମବାର ରାଉରକେଲା ଚାଲି ଆସିଥିଲେ । ରାଉରକେଲା ରେଳ ଷ୍ଟେଶନ୍ ଓ ପରେ ଗୋପବନ୍ଧୁ ପଲ୍ଲୀ ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?