ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ବାଲେଶ୍ୱର ଅଫିସ, ୨୧।୨:‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା-୨୦୨୩’ ରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲାରୁ ୯୭୦ ତୀର୍ଥଯାତ୍ରୀ ଓ ୩୦ ଏସ୍କର୍ଟ ଅଫିସରଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ଋଷିକେଶ ଓ ହରିଦ୍ୱାର ତୀର୍ଥସ୍ଥଳୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ସୋମବାର ବାଲେଶ୍ୱର ରେଳଷ୍ଟେଶନରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଯାତ୍ରାକୁ ଭୋଗରାଇ ବିଧାୟକ ଅନନ୍ତ ଦାସ, ବାଲେଶ୍ୱର ବିଧାୟକ ସ୍ବରୂପ ଦାସ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ଓଟିଡିସିର ଅଧ୍ୟକ୍ଷ ଲେନିନ ମହାନ୍ତି, ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରାର ସଫଳତା କାମନା କରିବା ସହ ଯାତ୍ରା ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ତୀର୍ଥଯାତ୍ରୀମାନଙ୍କର ଶୁଭମନାସି ଥିଲେ। ଶେଷରେ ନିମନ୍ତ୍ରିତ ଅତିଥିମାନେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ତୀର୍ଥଯାତ୍ରା ସାରି ସେମାନେ ଆସନ୍ତା ୨୫ତାରିଖରେ ଫେରିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।
ରାଜ୍ୟ ସରକାର ରାଜ୍ୟରେ ଆର୍ଥତ୍କ ଅନଗ୍ରସର ଓ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କୁ ସେମାନଙ୍କର ଆଧ୍ୟାତ୍ମିକ ଆକାଂକ୍ଷା ପୂରଣ ନିମନ୍ତେ ଗତ ୨୦୧୬ରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରଣୟନ କରି ସେମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥଳୀ ଭ୍ରମଣର ସୁଯୋଗ ପ୍ରଦାନ କରିଆସୁଛନ୍ତି। ଏହି ଯାତ୍ରା ନିମନ୍ତେ ଚୟନ ହୋଇଥିବା ଯାତ୍ରୀମାନେ ଜିଲା ପ୍ରଶାସନ ସହାୟତାରେ ନିଜ ଗ୍ରାମରୁ ସଦର ମହକୁମାରେ ପହଞ୍ଚିଥିଲେ। ସେଠାରୁ ବାଲେଶ୍ୱରଠାରେ ଥିବା ନୋସିରେ ରବିବାର ଆସି ପହଞ୍ଚତ୍ଥିଲେ। ସେଠାରେ ସେମାନଙ୍କର ପଞ୍ଜୀକରଣ କରାଯାଇ ଭବ୍ୟ ସ୍ବାଗତ କରାଯାଇଥିଲା। ସରକାରୀ ଭାବେ ସେମାନଙ୍କର ରହଣି, ଖାଦ୍ୟପାନୀୟ ଆଦି ବ୍ୟବସ୍ଥା ସହ ଆମୋଦ ନିମନ୍ତେ ଭଜନ ସନ୍ଧ୍ୟା ଆୟୋଜନ କରାଯାଇଥିଲା। ସୋମବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ପ୍ରଶାସନ ବ୍ୟବସ୍ଥାରେ ସେମାନଙ୍କୁ ଷ୍ଟେଶନ ଅଣାଯାଇ ପାରମ୍ପରିକ ନୃତ୍ୟ ଗୀତ ମାଧ୍ୟମରେ ଆଇଆର୍‌ସିଟିସି ତରଫରୁ ଫୁଲ, ଚନ୍ଦନ ଓ ମାଳା ଦେଇ ସ୍ବାଗତ କରାଯାଇଥିଲା। ଏହି ଯାତ୍ରା ନିମନ୍ତେ ସେମାନଙ୍କୁ ଏକ ପରିଚୟପତ୍ର, ରେଳଟିକେଟ ଓ ବ୍ୟବହାର୍ଯ୍ୟ ସାମଗ୍ରୀ ଥିବା ଏକ କିଟ୍‌ ପ୍ରଦାନ କରାଯାଇଥିଲା। ଆଇଆର୍‌ସିଟିସି ଦ୍ୱାରା ଯାତ୍ରା ସମୟରେ ସମସ୍ତ ତୀର୍ଥଯାତ୍ରୀଙ୍କର ରହିବା, ଯିବାଆସିବା, ଖାଦ୍ୟପାନୀୟ ବ୍ୟବସ୍ଥା ସହ ଗସ୍ତ ଜଗୁଆଳି, ପଥ ପ୍ରଦର୍ଶକ, ଯାତ୍ରୀବୀମା ଏବଂ ଚିକିତ୍ସା ସୁବିଧା ମଧ୍ୟ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri