ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ସମ୍ବଲପୁର,୧୯ା୨(ପ୍ରମୋଦ ବହିଦାର): ପଶ୍ଚିମ ଓଡ଼ିଶାର ୮ ଜିଲାରୁ ମୋଟ ୯୭୦ ଜ ନାଗରିକ ତୀର୍ଥଯାତ୍ରୀଙ୍କୁ ନେଇ ସମ୍ବଲପୁରରୁ ସୋମବାର ଆଜମେର-ପୁଷ୍କର ଅଭିମୁଖେ ବାହାରିଛି ତୃତୀୟ ପର୍ଯ୍ୟାୟ ସ୍ବତନ୍ତ୍ର ତୀର୍ଥଯାତ୍ରୀ ଟ୍ରେନ୍‌। ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ ଅନୁଗୋଳ ଜିଲାର ମହିଳା ଓ ପୁରୁଷ ବରିଷ୍ଠ ନାଗରିକଙ୍କୁ ନେଇ ସମ୍ବଲପୁର ରେଳଷ୍ଟେଶନରୁ ବାହାରିଥିବା ଏହି ସ୍ବତନ୍ତ୍ର ତୀର୍ଥଯାତ୍ରୀ ଟ୍ରେନ୍‌କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଉଦ୍‌ଘାଟନ କରିଥିଲେ।

ରେଳ ଷ୍ଟେଶନରେ ବାଣିଜ୍ୟ ଓର ପରିବହନ ମନ୍ତ୍ରୀ ଟୁକୁନୀ ସାହୁ ସବୁଜ ପତାକା ଦେଖାଇ ତୀର୍ଥଯାତ୍ରାର ଶୁଭାରମ୍ଭ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମସ୍ତ ବରିଷ୍ଠ ତୀର୍ଥଯାତ୍ରୀଙ୍କୁ ଶୁଭେଚ୍ଛା ଜଣାଇ ତୀର୍ଥସ୍ଥାନ ପରିଭ୍ରମଣର ଦିବ୍ୟ ଅନୁଭୂତି ଲାଭ ପାଇଁ ଶୁଭକାମନା ଜଣାଇଥିଲେ। ଏହି ଯାତ୍ରା ସମୟରେ ରେଳ ଷ୍ଟେଶନରେ ସମ୍ବଲପୁରୀ ନୃତ୍ୟ, ଘଣ୍ଟ, ଶଙ୍ଖ, ଦୁଲଦୁଲି ବାଜା ସହ ହୁଳହୁଳି ଓ ହରିବୋଲ ଧ୍ୱନିର ଏେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା।

ସୂଚନାଯୋଗ୍ୟ ଏହି ସ୍ବତନ୍ତ୍ର ଟ୍ରେନ୍‌ରେ ସମ୍ବଲପୁର ଜିଲାରୁ ୧୧୨, ସୁବର୍ଣ୍ଣପୁର ୬୫, ବରଗଡ଼ ୧୫୯, ବଲଙ୍ଗୀର ୧୭୭, ଝାରସୁଗୁଡ଼ା ୬୨, ସୁନ୍ଦରଗଡ଼୨୨୫, ଦେବଗଡ଼ ୩୩ ଓ ଅନୁଗୋଳ ଜିଲାରୁ ୧୩୭ ଜଣ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ କରିଛନ୍ତି। ଆସନ୍ତା ୨୪ ତାରିଖରେ ତୀର୍ଥଯାତ୍ରୀ ଦଳ ସମ୍ବଲପୁର ଫେରି ଆସିବା କାର୍ଯ୍ୟକ୍ରମ ରହିଛି। ୫ ରାତି ଓ ୬ ଦିନର ଏହି ତୀର୍ଥଯାତ୍ରା ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ତୀର୍ଥଯାତ୍ରୀମାନଙ୍କ ନିଃଶୁଳ୍କ ଯାତ୍ରା ସହ ସେମାନଙ୍କ ରହଣି, ଖାଇବା ତଥା ଅନ୍ୟାନ୍ୟ ଆବଶ୍ୟକତା ପୂରଣ ଦିଗରେ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯାଇଛି। ତୀର୍ଥଯାତ୍ରୀଙ୍କ ଯତ୍ନ ପାଇଁ ୩୦ ଜଣ ଏସ୍କଟ ଅଧିକାରୀ ସହଯାତ୍ରୀ ଭାବେ ଟ୍ରେନ୍‌ରେ ଯାତ୍ରା କରୁଛନ୍ତି। ଆଇଆର୍‌ସିଟିସି ପକ୍ଷରୁ ପ୍ରତ୍ୟେକ ତୀର୍ଥଯାତ୍ରୀଙ୍କ ପାଇଁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଭର୍ତ୍ତି ଗୋଟିଏ ଲେଖାଏ କିଟ୍‌ ବ୍ୟାଗ୍‌ ପ୍ରଦାନ କରାଯାଇଛି।

ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରୀ ଯୋଜନାର ପରାମର୍ଶଦାତା ଦୁର୍ଗା ପ୍ରସାଦ ସାମନ୍ତରାୟ, ସମ୍ବଲପୁର ଜିଲା ପରିଷଦ ଅଧ୍ୟକ୍ଷା କୁମୁଦିନୀ ନାଏକ, ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଶ୍ରୀକାନ୍ତ ପୃଷ୍ଟି, ସମ୍ବଲପୁର ଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଅତିରିକ୍ତ ଜିଲାପାଳ ସମ୍ବିତ କୁମାର ଗଡ଼ନାୟକ ଓ ଅଜାମ୍ବର ମହାନ୍ତି, ସଦର ତହସିଲଦାର ମନୋଜ କୁମାର କୁଜୁର, ସମ୍ବଲପୁର ଓ ରେଙ୍ଗାଲି ବିଧାନସଭା ବିଜେଡି ପର୍ଯ୍ୟବେକ୍ଷକ ସୌଭାଗ୍ୟ ନାୟକ, ରାଜ୍ୟ ସରକାରଙ୍କ କାଳିଆ ଯୋଜନା ଉପଦେଷ୍ଟା ସଞ୍ଜୟ ବାବୁ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

ପୁରୁଷୋତ୍ତମପୁରର ୩ ରେସଲର୍‌, ରାଜ୍ୟସ୍ତରରେ ଦେଖାଇବେ ଦମ୍‌: ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାକୁ…

ପୁରୁଷୋତ୍ତମପୁର, ୧୩/୯ (ସବିତା ମିଶ୍ର): ଗଞ୍ଜାମ ଜିଲାସ୍ତରୀୟ ରେସଲିଂ କ୍ରୀଡ଼ା ପ୍ରତିଯୋଗିତାରେ ବାଳକ ଓ ବାଳିକା ବିଭାଗରେ ଉତ୍ତମ ଦକ୍ଷତା ପ୍ରଦର୍ଶନ କରି ଚାମ୍ପିୟନ ଆଖ୍ୟା ଅର୍ଜନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀ ଯନ୍ତ୍ରଣା, ବାରଣ୍ଡା-ଚଟାଣରେ ଚାଲିଛି ସେବା: ନାହିଁ ନାହିଁରେ ଚାଲିଛି ସ୍ୱାସ୍ଥ୍ୟକେନ୍ଦ୍ର

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ରୋଗୀମାନେ ଯନ୍ତ୍ରଣା ଭୋଗୁଥିବା ଅଭିଯୋଗ ହୋଇଛି। ଯେଉଁଠି ସ୍ୱାସ୍ଥ୍ୟ ସମସ୍ୟା ନେଇ ରୋଗୀମାନେ ଉତ୍ତମ…

ଗଣେଶ ପୂଜାରେ ସୃଷ୍ଟି ହେବ ବଡ଼ ରାଜଯୋଗ: ୪ ରାଶି ହେବେ ମାଲାମାଲ୍‌, ଚାକିରିରେ ମିଳିବ ବଡ଼ ଅଫର୍‌…

ହିନ୍ଦୁ ଧର୍ମରେ ଗଣେଶ ଚତୁର୍ଥୀ ପର୍ୱର ଏକ ସୱତନ୍ତ୍ର ମହତ୍ତ୍ୱ ରହିଛି। ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଚଳିତ ବର୍ଷ ଗଣେଶ ଚତୁର୍ଥୀରେ ଅନେକ ଶୁଭ ଯୋଗ…

ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …

ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

ଦାରିଙ୍ଗବାଡ଼ିରେ ପର୍ଯ୍ୟଟନ ବିକାଶର ସମୀକ୍ଷା:ହୋମଷ୍ଟେ କରି ସ୍ୱାବଲମ୍ବୀ ହେବାକୁ ପରାମର୍ଶ ଦେଲେ ପର୍ଯ୍ୟଟନ ପ୍ରମୁଖ ସଚିବ

ଦାରିଙ୍ଗବାଡ଼ି, ୧୩।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିକୁ ଶନିବାର ଅପରାହ୍ନରେ ଓଡ଼ିଶା ପର୍ଯ୍ୟଟନ ବିଭାଗର ପ୍ରମୁଖ ସଚିବ ବଳବନ୍ତ ସିଂ ପହଞ୍ଚି ପର୍ଯ୍ୟଟନ କ୍ଷେତ୍ରର ବିକାଶ…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନ; ୩ ରାଶିଙ୍କ ଧନଯୋଗ, ହୁ ହୁ ହୋଇ ବଢିବ ଇନକମ୍‌…

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହ ଗତିର ପ୍ରଭାବ କେବଳ ରାଶି ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ନୁହେଁ । ଗ୍ରହ ଯେଉଁ ନକ୍ଷତ୍ରରେ ପ୍ରବେଶ କରେ ତାହାକୁ ମଧ୍ୟ ବହୁତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?