ତୀର୍ଥଯାତ୍ରାରେ ଗଲେ ୯୭୦ ବରିଷ୍ଠ ନାଗରିକ

ବାଲେଶ୍ୱର ଅଫିସ, ୨୧।୨:‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା-୨୦୨୩’ ରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁର ଜିଲାରୁ ୯୭୦ ତୀର୍ଥଯାତ୍ରୀ ଓ ୩୦ ଏସ୍କର୍ଟ ଅଫିସରଙ୍କୁ ନେଇ ଏକ ସ୍ବତନ୍ତ୍ର ଟ୍ରେନ୍‌ ଋଷିକେଶ ଓ ହରିଦ୍ୱାର ତୀର୍ଥସ୍ଥଳୀ ଅଭିମୁଖେ ଯାତ୍ରା ଆରମ୍ଭ କରିଛି। ସୋମବାର ବାଲେଶ୍ୱର ରେଳଷ୍ଟେଶନରେ ରାଜ୍ୟ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଯାତ୍ରାକୁ ଭୋଗରାଇ ବିଧାୟକ ଅନନ୍ତ ଦାସ, ବାଲେଶ୍ୱର ବିଧାୟକ ସ୍ବରୂପ ଦାସ, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡ଼ା, ଜିଲା ପରିଷଦ ଅଧ୍ୟକ୍ଷ ନାରାୟଣ ପ୍ରଧାନ, ଓଟିଡିସିର ଅଧ୍ୟକ୍ଷ ଲେନିନ ମହାନ୍ତି, ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ପ୍ରମୁଖ ଉପସ୍ଥିତ ରହି ତୀର୍ଥଯାତ୍ରାର ସଫଳତା କାମନା କରିବା ସହ ଯାତ୍ରା ଶୁଭାରମ୍ଭ କରିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ ବାର୍ତ୍ତା ମାଧ୍ୟମରେ ତୀର୍ଥଯାତ୍ରୀମାନଙ୍କର ଶୁଭମନାସି ଥିଲେ। ଶେଷରେ ନିମନ୍ତ୍ରିତ ଅତିଥିମାନେ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ତୀର୍ଥଯାତ୍ରା ସାରି ସେମାନେ ଆସନ୍ତା ୨୫ତାରିଖରେ ଫେରିବାର କାର୍ଯ୍ୟକ୍ରମ ସ୍ଥିରୀକୃତ ହୋଇଛି।
ରାଜ୍ୟ ସରକାର ରାଜ୍ୟରେ ଆର୍ଥତ୍କ ଅନଗ୍ରସର ଓ ଦାରିଦ୍ର୍ୟ ସୀମାରେଖା ତଳେ ରହୁଥିବା ବରିଷ୍ଠ ନାଗରିକଙ୍କୁ ସେମାନଙ୍କର ଆଧ୍ୟାତ୍ମିକ ଆକାଂକ୍ଷା ପୂରଣ ନିମନ୍ତେ ଗତ ୨୦୧୬ରୁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପ୍ରଣୟନ କରି ସେମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥଳୀ ଭ୍ରମଣର ସୁଯୋଗ ପ୍ରଦାନ କରିଆସୁଛନ୍ତି। ଏହି ଯାତ୍ରା ନିମନ୍ତେ ଚୟନ ହୋଇଥିବା ଯାତ୍ରୀମାନେ ଜିଲା ପ୍ରଶାସନ ସହାୟତାରେ ନିଜ ଗ୍ରାମରୁ ସଦର ମହକୁମାରେ ପହଞ୍ଚିଥିଲେ। ସେଠାରୁ ବାଲେଶ୍ୱରଠାରେ ଥିବା ନୋସିରେ ରବିବାର ଆସି ପହଞ୍ଚତ୍ଥିଲେ। ସେଠାରେ ସେମାନଙ୍କର ପଞ୍ଜୀକରଣ କରାଯାଇ ଭବ୍ୟ ସ୍ବାଗତ କରାଯାଇଥିଲା। ସରକାରୀ ଭାବେ ସେମାନଙ୍କର ରହଣି, ଖାଦ୍ୟପାନୀୟ ଆଦି ବ୍ୟବସ୍ଥା ସହ ଆମୋଦ ନିମନ୍ତେ ଭଜନ ସନ୍ଧ୍ୟା ଆୟୋଜନ କରାଯାଇଥିଲା। ସୋମବାର ପୂର୍ବାହ୍ନରେ ବାଲେଶ୍ୱର ଜିଲା ପ୍ରଶାସନ ବ୍ୟବସ୍ଥାରେ ସେମାନଙ୍କୁ ଷ୍ଟେଶନ ଅଣାଯାଇ ପାରମ୍ପରିକ ନୃତ୍ୟ ଗୀତ ମାଧ୍ୟମରେ ଆଇଆର୍‌ସିଟିସି ତରଫରୁ ଫୁଲ, ଚନ୍ଦନ ଓ ମାଳା ଦେଇ ସ୍ବାଗତ କରାଯାଇଥିଲା। ଏହି ଯାତ୍ରା ନିମନ୍ତେ ସେମାନଙ୍କୁ ଏକ ପରିଚୟପତ୍ର, ରେଳଟିକେଟ ଓ ବ୍ୟବହାର୍ଯ୍ୟ ସାମଗ୍ରୀ ଥିବା ଏକ କିଟ୍‌ ପ୍ରଦାନ କରାଯାଇଥିଲା। ଆଇଆର୍‌ସିଟିସି ଦ୍ୱାରା ଯାତ୍ରା ସମୟରେ ସମସ୍ତ ତୀର୍ଥଯାତ୍ରୀଙ୍କର ରହିବା, ଯିବାଆସିବା, ଖାଦ୍ୟପାନୀୟ ବ୍ୟବସ୍ଥା ସହ ଗସ୍ତ ଜଗୁଆଳି, ପଥ ପ୍ରଦର୍ଶକ, ଯାତ୍ରୀବୀମା ଏବଂ ଚିକିତ୍ସା ସୁବିଧା ମଧ୍ୟ ଯୋଗାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri