ଚିହ୍ନଟ ହେଲେ ୯୭ ହଜାର ଆକ୍ରାନ୍ତ: ସୁସ୍ଥ ହେଲେ ୮୧ ହଜାରରୁ ଅଧିକ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଶନିବାର କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୭ ହଜାର ୫୭୦ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବାବେଳେ ହଜାରେ ୨୦୧ଜଣଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ୮୧ ହଜାର ୫୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଲକ୍ଷ ୫୯ ହଜାର ୯୮୫ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୭୭ହଜାର ୪୭୨ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୩୬ ଲକ୍ଷ ୨୪ ହଜାର ୧୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯ ଲକ୍ଷ ୫୮ ହଜାର ୩୧୬ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଦେଶରେ ତିନି ଚତୁର୍ଥାଂଶ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୃତ୍ୟୁ ହାର କମି ୧.୬୬ ପ୍ରତିଶତରେ ପହଞ୍ଚିଛି। ସେପ୍ଟେମ୍ବର ୧୧ ସୁଦ୍ଧା ଦେଶରେ ୫ କୋଟି ୫୦ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର ସାଜିବେ ସଚିନ ତେନ୍ଦୁଲକରଙ୍କ ପୁଅ: ଜାଣନ୍ତୁ ଅର୍ଜନୁଙ୍କ ମୋଟ ସମ୍ପତ୍ତି କେତେ

ନୂଆଦିଲ୍ଲୀ,୧୧।୨:ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ଖୁବ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବିବାହ କାର୍ଡ ବଣ୍ଟାଉଛି। ସଚିନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ସମେତ ଅନେକ ପ୍ରମୁଖ…

ଟ୍ରେଡ ଡିଲରେ ଆମେରିକା ଚୁପଚାପ କରିଦେଲା ଘୋଟାଲା! କ’ଣ ପରିବର୍ତ୍ତନ ହେଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୧୧।୨: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପ୍ରତି ଘୋଷିତ ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମାକୁ ନେଇ ଏକ ନୂଆ ବିବାଦ ସୃଷ୍ଟି ହୋଇଛି। ହ୍ବାଇଟ ହାଉସ ଚୁପ ଚାପ…

ଆସନ୍ତାକାଲି ଦେଶବ୍ୟାପୀ ଧର୍ମଘଟ: ବାହାରକୁ ଯିବା ପୂର୍ବରୁ କ’ଣ ଖୋଲା, କ’ଣ ବନ୍ଦ, ଦେଖନ୍ତୁ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୧।୨: ଆସନ୍ତାକାଲି ଭାରତ ବନ୍ଦ ଡାକରା। କେନ୍ଦ୍ରୀୟ ଶ୍ରମ ଆଇନକୁ ବିରୋଧ କରି କେନ୍ଦ୍ର ସରକାର ବିରୋଧରେ ଦେଶବ୍ୟାପୀ ହରତାଳ ଓ ଧର୍ମଘଟ କରିବେ ବିଭିନ୍ନ ଶ୍ରମିକ…

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri