ଚିହ୍ନଟ ହେଲେ ୯୭ ହଜାର ଆକ୍ରାନ୍ତ: ସୁସ୍ଥ ହେଲେ ୮୧ ହଜାରରୁ ଅଧିକ

ନୂଆଦିଲ୍ଲୀ, ୧୨।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ତାଣ୍ଡବ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। ପ୍ରତିଦିନ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଶନିବାର କରୋନା ସଂକ୍ରମଣ ଏହାର ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୭ ହଜାର ୫୭୦ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବାବେଳେ ହଜାରେ ୨୦୧ଜଣଙ୍କ ମୃତ୍ୟୁ ଘଟିଛି। ଏହି ସମୟ ମଧ୍ୟରେ ୮୧ ହଜାର ୫୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଲକ୍ଷ ୫୯ ହଜାର ୯୮୫ ଛୁଇଁଛିି। ସେହିପରି ମୃତକଙ୍କ ସଂଖ୍ୟା ୭୭ହଜାର ୪୭୨ରେ ପହଞ୍ଚିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ୩୬ ଲକ୍ଷ ୨୪ ହଜାର ୧୯୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୯ ଲକ୍ଷ ୫୮ ହଜାର ୩୧୬ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଦେଶରେ ତିନି ଚତୁର୍ଥାଂଶ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୃତ୍ୟୁ ହାର କମି ୧.୬୬ ପ୍ରତିଶତରେ ପହଞ୍ଚିଛି। ସେପ୍ଟେମ୍ବର ୧୧ ସୁଦ୍ଧା ଦେଶରେ ୫ କୋଟି ୫୦ ଲକ୍ଷରୁ ଅଧିକ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ ସୂଚନା ଦିଆଯାଇଛି।

Share