ଘର ନ ଦେବାକୁ ୯୭୪ ଅଭିଯୋଗ

ବରୀ,୨୬ା୧(ଡି.ଏନ.ଏ.): ବରୀ ବ୍ଲକ୍‌ର ବିଭିନ୍ନ ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ର ସମ୍ଭାବ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇବା ପରେ ଘର ନ ଦେବାକୁ ୯୭୪ଟି ଅଭିଯୋଗ ପଞ୍ଜୀକୃତ ହୋଇଛି। ବ୍ଲକ୍‌ ଅଧୀନ ୨୯ ପଞ୍ଚାୟତର ୨୮୧୦ ହିତାଧିକାରୀଙ୍କୁ ଚୟନ କରାଯାଇ ପ୍ରତି ପଞ୍ଚାୟତ କାର୍ଯ୍ୟାଳୟରେ ଜାନୁୟାରୀ ୧୬ରୁ ୨୪ ତାରିଖ ପର୍ଯ୍ୟନ୍ତ ତାଲିକା ପ୍ରକାଶ ପାଇଥିଲା। ଯଦି କୌଣସି ଅଯୋଗ୍ୟ ହିତାଧିକାରୀ ପ୍ରକାଶିତ ତାଲିକାରେ ଅନ୍ତର୍ଭୁକ୍ତ ହୋଇଥାନ୍ତି ତାହେଲେ ସେମାନଙ୍କ ବିରୋଧରେ ଅଭିଯୋଗ କରିବାକୁ ସରକାରୀସ୍ତରରେ ସୂଚନା ଦିଆଯାଇଥିଲା। ଅଭିଯୋଗ ଚଳିତ ମାସ ୨୪ ତାରିଖ ମଧ୍ୟରେ କରିବାକୁ ନିର୍ଦ୍ଦେଶ ରହିଥିଲା।

ମାତ୍ର ବହୁ ଯୋଗ୍ୟ ହିତାଧିକାରୀଙ୍କ ନାମ ମୂଳ ତାଲିକାରେ ଥିବା ବେଳେ ପ୍ରକାଶିତ ତାଲିକାରେ ନ ଥିଲା। ଫଳରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଥିଲା। ତେଣୁ ମୂଳ ତାଲିକାରେ ନାମ ଥିବା ଯୋଗ୍ୟ ହିତାଧିକାରୀଙ୍କ ନାମ କିଭଳି କଟିଲା ଏବଂ ଅନ୍ୟମାନଙ୍କ ନାମ କିଭଳି ତାଲିକାଭୁକ୍ତ ହୋଇ ପଞ୍ଚାୟତ କାର୍ଯ୍ୟାଳୟ ଗୁଡିକରେ ଉପଲବ୍ଧ ହେଲା ତାହା ଚୟନ ପ୍ରକ୍ରିୟାରେ ଅଧିକ ଦ୍ୱନ୍ଦ୍ୱ ସୃଷ୍ଟି କରିଛି। କେନ୍ଦ୍ର ସରକାରଙ୍କ ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଚୟନ ପ୍ରକ୍ରିୟାରେ ସ୍ବଚ୍ଛତା ଅବଲମ୍ବନ କରାଯିବାକୁ କଡ଼ା ନିର୍ଦ୍ଦେଶ ରହିଛି। ସେହି ଅନୁସାରେ ରାଜ୍ୟ ସରକାର ଏହାକୁ ପାଳନ କରିବାକୁ ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। କିନ୍ତୁ ଏହି ବ୍ଲକ୍‌ରେ ଚୟନ ପ୍ରକ୍ରିୟାର ଅନିୟମିତତାର ଅଭିଯୋଗ ପରେ ଦାୟିତ୍ୱରେ ଥିବା ଅଧିକାରୀମାନେ ପ୍ରକ୍ରିୟାକୁ କେତେ ଦୂର ସ୍ବଚ୍ଛ ଭାବେ ପାଳନ କରିଛନ୍ତି ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଯେଉଁ ହିତାଧିକାରୀଙ୍କ ନାମରେ ଅଭିଯୋଗ ହୋଇଛି ସେମାନଙ୍କୁ ପୁନଃ ତଦନ୍ତ ପରିସରଭୁକ୍ତ କରାଯିବା ପରେ ବାସ୍ତବପକ୍ଷେ ଏହି ବ୍ଲକ୍‌ରେ କେତେ ଯୋଗ୍ୟ ହିତାଧିକାରୀ ଅଛନ୍ତି ତାହା ଜଣାପଡିବ। ବହୁ ଯୋଗ୍ୟ ବ୍ୟକ୍ତିଙ୍କ ନାମ ତାଲିକାରେ ନ ଥିବାରୁ ପଞ୍ଚାୟତସ୍ତରରେ ବସିଥିବା ଅଭିଯୋଗ ବାକ୍ସରେ ସେମାନେ ମଧ୍ୟ ଆବେଦନ କରିଥିବା ସୂଚନା ମିଳିଛି।

ଅନ୍ୟପକ୍ଷରେ ବୁଧବାର ବରୀ ଭାଜପା ତରଫରୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଠିକ୍‌ ତାଲିକା ଚୂଡ଼ାନ୍ତ ନ ହେବା ପର୍ଯ୍ୟନ୍ତ ଗ୍ରାମସଭା ବନ୍ଦ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ହୋଇଛି। ଭାଜପା ନେତା ଆଶୁତୋଷ ପରିଡ଼ା, ଉମେଶ ଜେନା, ପୂର୍ବତନ ଜିଲା ପରିଷଦ ସଭ୍ୟ ରବୀନ୍ଦ୍ର ଜେନାଙ୍କ ସହ ଶତାଧିକ ଦଳୀୟ କର୍ମୀ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବରୀ ମଣ୍ଡଳ ଉନ୍ନୟନ ଅଧିକାରୀଙ୍କୁ ପ୍ରଦାନ କରିଛନ୍ତି। ତେବେ ଯଦି ସେମାନଙ୍କ ଦାବି ପୂରଣ ନ ହୁଏ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର ହେବ ବୋଲି ଦାବିପତ୍ରରେ ଉଲ୍ଲେଖ କରାଯାଇଛି। ଏ ସମ୍ପର୍କରେ ବରୀ ମଣ୍ଡଳ ଉନ୍ନୟନ ଅଧିକାରୀ ଚିନ୍ମୟ ଦାସଙ୍କୁ ପଚାରିବାରେ ସେ କହିଛନ୍ତି, ଯେଉଁ ଅଭିଯୋଗ ସବୁ ଆସିଛି ତା’ର ଯାଞ୍ଚ କରାଯିବ। ଏହାପରେ ସରକାରଙ୍କ ନିର୍ଦ୍ଦେଶ ମୁତାବକ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

ରବି ଧାନ ବିକ୍ରି ପଞ୍ଜିକରଣ ଅବଧି ବୃଦ୍ଧି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କୋକସରା,୩୧।୩(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଇନ୍ଦ୍ରାବତୀ ଉଠା ଜଳସେଚନ ଅଞ୍ଚଳର ଚାଷୀମାନେ ଚଳିତ ବର୍ଷ ରବି ଚାଷ ଧାନ ବିକ୍ରି ପଞ୍ଜିକରଣରୁ ବାଦ ପଡ଼ିଛନ୍ତି। ଫଳରେ କୋକସରା ବ୍ଳକ…

ଉତ୍କଳ ପ୍ରଦେଶ ଗଠନରେ ବଡ଼ଖେମୁଣ୍ଡିର ଅବଦାନ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଉତ୍କଳ ସମ୍ମିଳନୀ ଗଞ୍ଜାମ ଜିଲା ଶାଖା ଆନୁକୂଲ୍ୟରେ ପବିତ୍ର ଉତ୍କଳ ଦିବସ ଅବ୍ୟବହିତ…

ଲୁଚାଇ ରଖିଥିଲେ: ମିଳିଲା ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର, ମାଓବାଦୀ ସାମଗ୍ରୀ

ଫୁଲବାଣୀ,୩୧।୩(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ଦାରିଙ୍ଗିବାଡି ଥାନା ଅଞ୍ଚଳରେ କୋମ୍ବିଂ ଅପରେଶନ ବେଳେ ସୁରକ୍ଷାକର୍ମୀ ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଜଙ୍ଗଲରୁ ଜବତ କରିଛନ୍ତି। ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri