ପାରିବାରିକ କଳହର ପରିଣତି: ସାବତ ମା’ଙ୍କୁ ହତ୍ୟାକଲା ପୁଅ

ମାଲକାନଗିରି, ୩।୧୦(ଡି.ଏନ୍‌.ଏ.): କ୍ରୋଧ ବ୍ରହ୍ମଚଣ୍ଡାଳ। ରାଗର ବଶବର୍ତ୍ତୀ ହେଇ ମଣିଷ ନିଜର ହିତାହିତ ଜ୍ଞାନ ହରାଇ କିପରି ଅଭାବନୀୟ କାଣ୍ଡ କରିବସେ ମାଲକାନଗିରି ଜିଲା ସଦର ଥାନା ଅଧୀନ ଗୁଦୁନାଡ ଗାଁରେ ତାହା ଦେଖିବାକୁ ମିଳିଛି। ପାରିବାରିକ କଳହକୁ କେନ୍ଦ୍ରକରି ଜଣେ ଯୁବକ ତାଙ୍କ ସାବତ ମା’ଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ପୋଲିସ ଅଭିଯୁକ୍ତ ଲକ୍ଷ୍ମଣ ମଙ୍ଗନ୍‌(୩୭)ଙ୍କୁ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ଜମିଜମାକୁ ନେଇ ଲକ୍ଷ୍ମଣ ଓ ତାଙ୍କ ସାବତ ମା’ ସମତିଙ୍କ ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ବଚସା ହୋଇଥିଲା। ଏହି ସମୟରେ ଲକ୍ଷ୍ମଣ ରାଗିଯାଇ ନିକଟରେ ଥିବା ଏକ ଟାଙ୍ଗିଆରେ ସମତିଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ସମତିଙ୍କ ମୃତ୍ୟୁ ହୋଇଯାଇଥିଲା। ଗ୍ରାମବାସୀ ଘଟଣା ସମ୍ପର୍କରେ ଗୁରୁବାର ସକାଳୁ ଜାଣି ପୋଲିସକୁ ଖବର ଦେଇଥିଲେ। ପୋଲିସ ସେଠାରେ ପହଞ୍ଚତ୍ ମୃତଦେହ ଜବତ କରିବା ସହ ଅଭିଯୁକ୍ତ ଲକ୍ଷ୍ମଣଙ୍କୁ ଗିରଫ କରିଥିଲା। ପଚରାଉଚୁରା ବେଳେ ଲକ୍ଷ୍ମଣ ସମତିଙ୍କୁ ହତ୍ୟା କରିଥିବା ସ୍ବୀକାର କରିଛନ୍ତି ବୋଲି ମାଲକାନଗିରି ପୋଲିସ ସୂଚନା ଦେଇଛି। ଲକ୍ଷ୍ମଣଙ୍କ ବିରୋଧରେ ଧାରା ୩୦୨ ଆଇପିସି ଅନୁଯାୟୀ କେସ୍‌ ନଂ.୨୪୨/୧୯ରେ ମାମଲା ରୁଜୁ ହୋଇଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ରାମପ୍ରସାଦ ନାଗ କହିଛନ୍ତି।


All Right Reserved By

ମା’ ସୁରେଶ୍ୱରୀଙ୍କ ଧବଳମୁଖୀ ବେଶ

ସୋନପୁର,୨୮।୯(ନି.ପ୍ର.) : ପବିତ୍ର ମହାଳୟା ତିଥିରେ ସୁବର୍ଣ୍ଣପୁର ଗଡଜାତର ଇଷ୍ଟଦେବୀ ମା’ ସୁରେଶ୍ୱରୀ ଧବଳମୁଖୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଇଛନ୍ତି। ସୁବର୍ଣ୍ଣପୁରର ଐତିହାସିକ ବଳିଯାତ୍ରା ଆରମ୍ଭ...

ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ବାରଙ୍ଗ/ନରାଜ,୧୧।୯(ଡି.ଏନ୍‌.ଏ.): କଟକ ଜିଲା ବାରଙ୍ଗ ଥାନା ଅନ୍ତର୍ଗତ ପଞ୍ଚୁପାଳ ଗ୍ରାମମୁଣ୍ଡ ତାରିଣୀ ମନ୍ଦିର ନିକଟରୁ ବୁଧବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ତାଙ୍କ...

ରାସ୍ତା, ପୋଖରୀ କାମରେ ଅନିୟମିତତା ଅଭିଯୋଗ

ହିଞ୍ଜିଳିକାଟୁ,୭ା୭(ଡ଼ି.ଏନ୍‌.ଏ.) -ହିଞ୍ଜିଳିକାଟୁ ବ୍ଲକ ଗଣ୍ଡଳା ପଞ୍ଚାୟତ ପଳାସି ଗ୍ରାମର ଏକ ରାସ୍ତା କାମ ଓ ଆଦର୍ଶ ପୋଖରୀ ଖୋଳାରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଗ୍ରାମରେ...

ଜୁନ ୧୫ରୁ ବନ୍ଦ ରହିବ ଶିମିଳିପାଳ

ବାରିପଦା ଅଫିସ,୨୮।୫- ପ୍ରତିବର୍ଷ ଭଳି ଏଥର ବର୍ଷା ଋତୁକୁ ଦୃଷ୍ଟିରେ ରଖି ଆସନ୍ତା ୧୫ରୁ ନଭେମ୍ବର ପହିଲା ପର୍ଯ୍ୟନ୍ତ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ...

ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଅମରପାଲି, ୧୧।୯(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାନସ ଦାସ(୨୮)।...

ଅସୁରକ୍ଷିତ ଅବସ୍ଥାରେ ମିନାବଜାର

ବ୍ରହ୍ମପୁର ଅଫିସ,୨୮ା୪-ବ୍ରହ୍ମପୁରର ପ୍ରସିଦ୍ଧ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ସରିବାକୁ ଦୁଇଦିନ ବାକି ରହିଛି। ଦେଶୀ ବେହେରା ସାହିସ୍ଥିତ ମା’ଙ୍କ ଅସ୍ଥାୟୀ ମଣ୍ଡପ, ସାନବଜାର, ବଡ଼ବଜାର,...

କତଡ଼ା ନିକଟରେ ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୧୦ରୁ ଊର୍ଦ୍ଧ୍ୱ ଆହତ

ଛେଣ୍ଡିପଦା,୧୬।୮(ସ୍ବ.ପ୍ର): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ଜରପଡ଼ା ଥାନା ଦେଇ ଯାଇଥିବା ୫୫ନଂ ଜାତୀୟ ରାଜପଥର କତଡ଼ା ନିକଟରେ ଭାରସାମ୍ୟ ହରାଇ ଶୁକ୍ରବାର ଏକ ଯାତ୍ରୀବାହୀ...

ଗ୍ରାମୀଣ ଗୃହ ନିର୍ମାଣ ଯୋଜନା ଦିଗହରା: ଭଙ୍ଗା ଘରେ ଅସହାୟ ମହିଳା

କପ୍ତିପଦା,୯ା୮(ଡ଼ି.ଏନ୍‌.ଏ.)- ସରକାର ଦାରିଦ୍ର୍ୟ ସୀମାରେଖା ତଳେ ଥିବା ହିତାଧିକାରୀମାନଙ୍କୁ ଗ୍ରାମୀଣ ଗୃହ ନିର୍ମାଣ ଯୋଜନାରେ ପକ୍କା ଘର ଯୋଗାଇ ଦେବାକୁ ନିୟମ କରିଛନ୍ତି। ପ୍ରକୃତ ହିତାଧିକାରୀ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *