ମିଳିଲା ସୂଚନା, ୯୮ ଭାରତୀୟଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୧।୬: ହଜ୍‌ ପାଇଁ ମକ୍କା ଯାଇଥିବା ଯାତ୍ରୀଙ୍କ ମଧ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ୯୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଚଳିତ ବର୍ଷ ପାଖାପାଖି ୧ ଲକ୍ଷ ୭୫ ହଜାର ଭାରତୀୟ ମକ୍କା ଯାତ୍ରା କରିଛନ୍ତି। ଏହି ୯୮ ଜଣଙ୍କର ମୃତ୍ୟୁ ପ୍ରାକୃତିକ କାରଣରୁ ହୋଇଛି ।

ସାଉଦୀ ଆରବର ମକ୍କାରେ ବର୍ତ୍ତମାନ ପର୍ଯ୍ୟନ୍ତ ୧ ହଜାରରୁ ଅଧିକ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସେଠାକାର ସରକାର ସୂଚନା ଦେଇଛନ୍ତି । ମଙ୍ଗଳବାର ସୁଦ୍ଧା ଏଠାରେ ପାଖାପାଖି ୫୭୭ ଜଣ ହଜ୍‌ ଯାତ୍ରୀଙ୍କର ପ୍ରବଳ ଗରମ କାରଣରୁ ମୃତ୍ୟୁ ହୋଇଥିବା ସୂଚନା ଦେଇଥିଲେ ସାଉଦି ସରକାର । ମୃତକଙ୍କ ମଧ୍ୟରେ ଅଧିକାଂଶ ଇଜିପ୍ଟର ଯାତ୍ରୀ ରହିଛନ୍ତି । ଇଜିପ୍ଟର ପାଖାପାଖି ୩୨୩ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସେମାନଙ୍କ ମଧ୍ୟରୁ ଜଣେ ଯାତ୍ରୀଙ୍କର ଦଳାଚକଟାରେ ମୃତ୍ୟୁ ହୋଇଥିବା ବେଳେ ବାକି ସମସ୍ତେ ଗରମ କାରଣରୁ ପ୍ରାଣ ହରାଇଛନ୍ତି । ମୃତକମାନଙ୍କ ମଧ୍ୟରେ ବିଭିନ୍ନ ଦେଶର ନାଗରିକ ରହିଛନ୍ତି । ଜୋର୍ଡାନର ପାଖାପାଖି ୬୦ ଜଣ ହଜ୍‌ ଯାତ୍ରୀଙ୍କର ଏଠି ମୃତ୍ୟୁ ହୋଇଥିବା ଓମାନ୍‌ର ଅଧିକାରୀ ସୂଚନା ଦେଇଥିଲେ।

ସାଉଦି ଆରବର ସ୍ଥିତି ଏବେ ଅସମ୍ଭାଳ ହୋଇ ପଡ଼ିଛି । ପୂର୍ବରୁ ଗରମରେ ଅନେକ ଲୋକଙ୍କ ଜୀବନ ଯାଇଥିବା ବେଳେ ଏବେ ଏଠାରେ ସମସ୍ତ ରେକର୍ଡ ଭାଙ୍ଗିଛି ତାପମାତ୍ରା । ୫୦ ଡିଗ୍ରୀ ପାର କରିଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

ଏସିଆନ ଗେମ୍ସ ଚୟନରେ ଭାଗନେବେ ଭିନେଶ

ନୂଆଦିଲ୍ଲୀ, ୨୩ା୫: ରେସଲର ଭିନେଶ ଫୋଗତ ଆଗାମୀ ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ଭାଗ ନେବେ। ଏଥିନେଇ ତାଙ୍କୁ ଦିଲ୍ଲୀ ହାଇକୋର୍ଟ ଅନୁମତି ପ୍ରଦାନ କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri