ଟିକା ପାଇଁ ୯୮% ସ୍ବାସ୍ଥ୍ୟକର୍ମୀ ପଞ୍ଜୀକୃତ

ଭୁବନେଶ୍ୱର, ୩।୧୧(ବ୍ୟୁରୋ): ଖୁବ୍‌ଶୀଘ୍ର କରୋନା ଟିକା ଆସିବାର ଅଛି। ଟିକା ଆସିଲେ ପ୍ରଥମେ ସ୍ବାସ୍ଥ୍ୟକର୍ମୀ, ଅଙ୍ଗନଓ୍ବାଡ଼ି କର୍ମୀଙ୍କ ସହିତ ଆଗଧାଡ଼ିର ଯୋଦ୍ଧାଙ୍କୁ ଦିଆଯିବ ବୋଲି କୁହାଯାଉଛି। ତେଣୁ କେନ୍ଦ୍ର ସରକାର ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ତଥ୍ୟ ଦେବାକୁ ରାଜ୍ୟଗୁଡ଼ିକୁ କହିଥିଲେ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପାଖରେ ଏପର୍ଯ୍ୟନ୍ତ ୯୮% ସ୍ବାସ୍ଥ୍ୟ କର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ନାଁ ସହ ତଥ୍ୟ ପହଞ୍ଚତ୍ ସାରିଲାଣି। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସୂଚନା ଦେଇଛନ୍ତି।
ଏ ସଂକ୍ରାନ୍ତରେ ମହାପାତ୍ର କହିଛନ୍ତି, କରୋନା ଟିକା ପାଇଁ ମୋଟ ୩ଲକ୍ଷ ୨ହଜାର ୭୦୮ଜଣଙ୍କ ତଥ୍ୟ ସଂଗ୍ରହ ପାଇଁ ଟାର୍ଗେଟ ରହିଛି। ରାଜ୍ୟର ୩୬୮୩ ସରକାରୀ ଓ ଘରୋଇ ସ୍ବାସ୍ଥ୍ୟ ସଂସ୍ଥା ମଧ୍ୟରୁ ୩୪୬୩ ସଂସ୍ଥା ସେମାନଙ୍କ କର୍ମଚାରୀଙ୍କ ସମ୍ପର୍କରେ ତଥ୍ୟ ଦେଇସାରିଛନ୍ତି। ଅର୍ଥାତ୍‌ ଅକ୍ଟୋବର ୩୧ତାରିଖ ସୁଦ୍ଧା ୯୪% ସଂସ୍ଥାରୁ ୨ ଲକ୍ଷ ୯୫ ହଜାର ୩୪୯ (୯୮%) ଜଣଙ୍କ ତଥ୍ୟ ମିଳିସାରିଛି। ସେଥିମଧ୍ୟରୁ ଗଞ୍ଜାମ, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ଅନୁଗୋଳ, ବରଗଡ଼, ବୌଦ୍ଧ, ଦେବଗଡ଼, ସୁବର୍ଣ୍ଣପୁର ଓ ସୁନ୍ଦରଗଡ଼ ଆଦି ୧୪ ଜିଲାରୁ ସମସ୍ତ ତଥ୍ୟ ଆସିଥିବା ଜଣାପଡ଼ିଛି। ଏସବୁ ଜିଲା ପାଇଁ ଯେତିକି ଟାର୍ଗେଟ୍‌ ରଖାଯାଇଥିଲା, ସେତିକି ତଥ୍ୟ ଆସିସାରିଛି। ସେପଟେ ଖୋର୍ଦ୍ଧା ଜିଲାରେ ଅଧିକ ତଥ୍ୟ ଆସିଛି। ଏହି ଜିଲା ପାଇଁ ୨୦,୮୩୦ଜଣଙ୍କ ଟାର୍ଗେଟ୍‌ ରଖାଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୨୩,୪୦୦ଲୋକଙ୍କ ତଥ୍ୟ ଆସିଛି। ଗଞ୍ଜାମ ଜିଲାରେ ଟାର୍ଗେଟର ଶତପ୍ରତିଶତ ଅର୍ଥାତ୍‌ ସର୍ବାଧିକ ୨୪,୧୪୮ଜଣଙ୍କର ତଥ୍ୟ ମିଳିସାରିଛି।
ସୂଚନାଯୋଗ୍ୟ, କରୋନା ଟିକା ପ୍ରଦାନ ପାଇଁ ସ୍ବାସ୍ଥ୍ୟ କର୍ମୀଙ୍କ ସହ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଡାଟାବେସ୍‌ ପ୍ରସ୍ତୁତ କରିବାକୁ ଆଇଏମ୍‌ଏ, ଆୟୁଷ, ନର୍ସିଂ ଆସୋସିଏଶନ, ପାରାମେଡ଼ିକ କର୍ମଚାରୀ ସଂଘ ଓ ଘରୋଇ ମେଡିକାଲ ସଂଘ ସଭାପତିଙ୍କୁ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଶାସନ ସଚିବ ଚିଠି ଲେଖଥିଲେ। ସେହିପରି ମହିଳା ଓ ଶିଶୁ ବିକାଶ ବିଭାଗ ସଚିବଙ୍କୁ ମଧ୍ୟ ଲେଖାଯାଇଥିବା ଚିଠିରେ ଅଙ୍ଗନଓ୍ବାଡି କର୍ମୀ, ହେଲ୍ପର, ସୁପରଭାଇଜର, ସିଡିପିଓଙ୍କ ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଥିଲା। କରୋନା ଭ୍ୟାକ୍ସିନେଶନ ବେନିଫିସିଆରି ମ୍ୟାନେଜମେଣ୍ଟ ସିଷ୍ଟମରେ ଏହି ତଥ୍ୟ ଅପ୍‌ଲୋଡ୍‌ କରିବା ପାଇଁ କୁହାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

ଥାଇଲ୍ୟାଣ୍ଡରେ ଫସିଛନ୍ତି ୬ ଓଡ଼ିଆ ଶ୍ରମିକ; ଖାଇବାକୁ ମିଳୁନି…, ଫେରିବା ପାଇଁ ସରକାରଙ୍କୁ ଗୁହାରି

ଭୁବନେଶ୍ୱର,୧୮।୨: ପରିବାର ପ୍ରତିପୋଷଣ ପାଇଁ ସୁଦୂର ଥାଇଲ୍ୟାଣ୍ଡ ଯାଇ ନିର୍ଯାତନାର ଶିକାର ହେଲେ ଓଡ଼ିଆ ଶ୍ରମିକ। କେନ୍ଦ୍ରାପଡ଼ା ଏବଂ ଭଦ୍ରକ ଜିଲାର ୬ ଜଣ ଶ୍ରମିକ ଏବେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri