ଏହି ମନ୍ଦିରରେ ତେଲ କି ଘିଅରେ ନୁହେଁ ବରଂ ନଦୀ ପାଣିରେ ଜଳିଥାଏ ଅଖଣ୍ଡ ଦୀପ

ଧର୍ମ ଓ ଆସ୍ଥାରେ ଏଭଳି ଚମତ୍କାରିତା ରହିଛି ଯାହା ଭଗବାନଙ୍କ ଉପରେ ଥିବା ଶ୍ରଦ୍ଧାକୁ ଆହୁରି ବଢ଼ାଇଦେଇଥାଏ। ଭାରତରେ ଦେବୀ ମା’ଙ୍କର ଅନେକ ଚମତ୍କାରୀ ମନ୍ଦିର ରହିଛି। ହେଲେ ଏଭଳି ଏକ ମନ୍ଦିର ରହିଛି, ଯେଉଁଠାରେ ତେଲ କି ଘିଅରେ ନୁହେଁ ବରଂ ନଦୀର ପାଣିରେ ଅଖଣ୍ଡ ଦୀପ ଜଳିଥାଏ। ଏଭଳି ବିରଳ ଦୃଶ୍ୟ ଦେଖିବାକୁ ମିଳିଛି ମଧ୍ୟପ୍ରଦେଶ ଶାଜାପୁର ଜିଲାର ମାଲଓ୍ବାରେ। ଗାଡିଆଘାଟ ମା’ଙ୍କ ନାଁରେ ପ୍ରସିଦ୍ଧ ଥିବା ଏହି ମନ୍ଦିର କାଲିସିନ୍ଧ ନଦୀ କୂଳରେ ଥିବା ଆଗର-ମଲାଓ୍ବାର ନଲଖେଡା ଗଁ।ରୁ ପ୍ରାୟ୧୫ କିଲୋମିଟର ଦୂର ଗାଡ଼ିଆ ଗାଁରେ ଅବସ୍ଥିତ।

ଏଠାକାର ଚମତ୍କାରିତା ହେଉଛି, ଏହି ମନ୍ଦିରରେ ତେଲ ନୁହେଁ, ବରଂ ସେଠାରେ ବହିଯାଇଥିବା କାଲିସିନ୍ଧ ନଦୀର ପାଣିରେ ଅଖଣ୍ଡ ଜ୍ୟୋତି ଜଳିଥାଏ। କୁହାଯାଉଛି, ଦୀର୍ଘ ୫୦ ବର୍ଷ ଧରି ଏହି ଅଖଣ୍ଡ ଦୀପ ଜଳିଆସୁଛି। ପୂର୍ବରୁ ଏଠାରେ ତେଲର ଦୀପ ଜଳୁଥିଲା। ହେଲେ କିଛି କିଛି ବର୍ଷ ପୂର୍ବରୁ ପୂଜାରୀ ସିନ୍ଧୁସିଂହ ସୋନ୍ଧିଆଙ୍କୁ ମା’ ସ୍ବପ୍ନାଦେଶ ଦେଇଥିଲେ ଯେ, ଆଜିଠାରୁ ପାଣିରେ ଅଖଣ୍ଡ ଜ୍ୟୋତି ଜଳିବ। ପରଦିନ ଯେତେବେଳେ ପୂଜାରୀ ମା’ଙ୍କ ଦୀପରେ ପାଣି ଢାଳିଥିଲେ, ସେତେବେଳେ ଏହା ଜଳିବାକୁ ଲାଗିଥିଲା। ସେ ଏହି ଅଲୌକିକ ଦୃଶ୍ୟ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ପ୍ରଥମେ ଘଟଣାକୁ କିଛି ଗ୍ରାମବାସୀ ବିଶ୍ୱାସ କରୁ ନ ଥିଲେ। କିନ୍ତୁ ଯେବେ ସେମାନେ ନିଜେ ଦୀପରେ ପାଣି ଢାଳି ଦୀପ ଜଳାଇଥିଲେ, ତାହା ଜଳିଉଠିଥିଲା। ମା’ଙ୍କର ଏହି ଅଲୌକିକ ଘଟଣା ଦେଖିବା ପାଇଁ ଦୂର ଦୂରାନ୍ତରୁ ଅନେକ ଶ୍ରଦ୍ଧାଳୁ ଏଠାକୁ ଧାଇଁ ଆସିଥାନ୍ତି। ତେବେ ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ପାଣିରେ ଦୀପ ଜାଳିବା ପରମ୍ପରା ଚାଲିଆସୁଛି। ହେଲେ ପ୍ରତିବର୍ଷ ବର୍ଷା ଋତୁରେ ଦୀପ ଜଳିପାରି ନ ଥାଏ। କାରଣ, ବର୍ଷା ଦିନେ ନଦୀର ପାଣିରେ ଏହି ମନ୍ଦିର ସମ୍ପୁର୍ଣ୍ଣ ବୁଡ଼ିଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri