ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହୋଇଛି ୯୮୫ ରାସ୍ତା

ଭୁବନେଶ୍ୱର,୫।୨(ବ୍ୟୁରୋ): ଗ୍ରାମାଞ୍ଚଳର ବିକାଶ ଏବଂ ରାଜ୍ୟର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ମଧ୍ୟରେ ସବୁଦିନିଆ ଗମନାଗମନକୁ ଦୃଷ୍ଟିରେ ରଖି ଗ୍ରାମ୍ୟ ରାସ୍ତା ସଂଯୋଗୀକରଣ ନିମନ୍ତେ ରାଜ୍ୟ ସରକାର ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ପ୍ରଚଳନ କରିଛନ୍ତି।
ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ୨୦୧୫-୧୬ ଆର୍ଥିକ ବର୍ଷଠାରୁ କାର୍ଯ୍ୟକାରୀ ହୋଇଛି। ଏହି ଯୋଜନାରେ ଅଦ୍ୟାବଧି ରାଜ୍ୟରେ ମୋଟ୍‌ ୯୮୫ ରାସ୍ତା ନିର୍ମାଣ କରାଯାଇଛି। ୩୯୫୧.୨୦ କିମି ଦୈର୍ଘ୍ୟବିଶିଷ୍ଟ ଏହି ରାସ୍ତାଗୁଡ଼ିକ ଦ୍ୱାରା ୧୧୭୨ ଗ୍ରାମକୁ ନିକଟବର୍ତ୍ତୀ ମୁଖ୍ୟରାସ୍ତା ସହ ସଂଯୋଗ ହୋଇଛି। ଏହା ରାଜ୍ୟ ସରକାରଙ୍କ ଅନୁଦାନ ଦ୍ୱାରା ପରିଚାଳିତ ଏକ ପ୍ରମୁଖ କାର୍ଯ୍ୟକ୍ରମ। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା ଗମନାଗମନ ତଥା ଯୋଗାଯୋଗ କ୍ଷେତ୍ରରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିପାରିଛି। ପରିବହନ କ୍ଷେତ୍ରରେ ମଧ୍ୟ ଏହା ଅତ୍ୟନ୍ତ ଉପାଦେୟ ସାବ୍ୟସ୍ତ ହେବା ସହ ଏହାଦ୍ୱାରା ସ୍ଥାନୀୟ ଅଧିବାସୀ ନିକଟସ୍ଥ ସହରରେ ନିଜ ଉତ୍ପାଦନର ଉପଯୁକ୍ତ ବଜାର ସୁବିଧା ପାଇପାରୁଛନ୍ତି। ରାଜ୍ୟର ଅପହଞ୍ଚ ଅଞ୍ଚଳକୁ ଯୋଗାଯୋଗ ବ୍ୟବସ୍ଥା ନିମନ୍ତେ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନା କାର୍ଯ୍ୟକାରୀ ହେବା ଦ୍ୱାରା ସ୍ଥାନୀୟ ଅଞ୍ଚଳଠାରୁ ଅନ୍ୟ ସ୍ଥାନର ଦୂରତା କମିବା ସହ ଲୋକେ ଅଯଥା ଖର୍ଚ୍ଚାନ୍ତରୁ ରକ୍ଷା ପାଉଛନ୍ତି।
ସବୁଦିନିଆ ରାସ୍ତା ନିର୍ମାଣ ଦ୍ୱାରା ଅନୁସୂଚିତ ଜାତି ଓ ଜନଜାତିଙ୍କ ଜୀବନଜୀବିକା କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ ହୋଇଛି। ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଏମାନଙ୍କ ଦମନ ନିମନ୍ତେ ପୋଲିସ କୋମ୍ବିଂ ଅପରେଶନ୍‌ ପାଇଁ ଲାଭଜନକ ସାବ୍ୟସ୍ତ ହୋଇପାରିଥିବା ବେଳେ ସେ ଅଞ୍ଚଳର ଉନ୍ନୟନ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଇପାରିଛି। ଏହିସବୁ ଅଞ୍ଚଳକୁ ଯିବା ପାଇଁ ଏହା ସିଆର୍‌ପିଏଫ୍‌ ଆରକ୍ଷୀ ବାହିନୀ ଲାଗି ସୁବିଧାଜନକ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ପ୍ରକାଶ ପାଇଲା ଚୂଡାନ୍ତ ପ୍ରାର୍ଥୀ ତାଲିକା, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ୧୩ ପ୍ରାର୍ଥୀ 

ବଲାଙ୍ଗୀର, ୧୦ା୧୦ (ବୀରେନ୍ଦ୍ର କୁମାର ଝାଙ୍କର): କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସ ରାଜନୀତି ସରଗରମ ରହିଛି। ଶନିବାର ପ୍ରାର୍ଥୀ ପ୍ରତ୍ୟାହାର ସମୟ ସୀମା ଅତିକ୍ରାନ୍ତ…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?