Posted inଜାତୀୟ

୬ ମାସରେ ୯୯ ଆତଙ୍କବାଦୀଙ୍କୁ ଏନ୍‌କାଉଣ୍ଟର …

ଶ୍ରୀନଗର, ୧୨।୬ : ଜମ୍ମୁ -କଶ୍ମୀରର ପୁଲୱାମା ଏନକାଉଣ୍ଟରରେ ଶନିବାର ୩ ଜଣ ସ୍ଥାନୀୟ ଲଶ୍କର-ଇ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ପୋଲିସ କନଷ୍ଟେବଳ ଥିଲେ ଯିଏକି ଜଣେ ସ୍ଥାନୀୟ ଶ୍ରମିକଙ୍କ ହତ୍ୟାରେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏହା ବ୍ୟତୀତ କୁଲଗାମର ଖଣ୍ଡିପୋରା ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚି ରହିଥିବା ସୂଚନା ରହିଛି, ଯାହା ଆଧାରରେ ମିଳିତ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ ଜାରି ରହିଛି। ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ କରିବାକୁ ସତର୍କ ସୂଚନା ଜାରି କରାଯାଇଥିଲା। କିନ୍ତୁ ଆତଙ୍କବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷା ବାହିନୀ ପାଲଟା ଆକ୍ରମଣ କରିଥିଲେ। ନିହତ ଆତଙ୍କବାଦୀ ହିଜବୁଲ ମୁଜାହିଦ୍ଦିନର ଥିଲେ।

ଚଳିତ ବର୍ଷ ଗତ ୬ମାସ ମଧ୍ୟରେ ବର୍ତ୍ତମାନ ସୁଦ୍ଧା ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅଭିଯାନ ଅପରେଶନ୍‌ ଅଲ୍‌ ଆଉଟ୍‌ ଅନ୍ତର୍ଗତ ବିଭିନ୍ନ ଏନକାଉଣ୍ଟରରେ ୯୯ ଆତଙ୍କବାଦୀ ନିହତ ହୋଇଛନ୍ତି। ଏସମ୍ପର୍କରେ କଶ୍ମୀର ଜୋନ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ବିଜୟ କୁମାର ରବିବାର ସୂଚନା ଦେଇଛନ୍ତି।

ଶ୍ରୀନଗରରେ ଗଣମାଧ୍ୟମ ପ୍ରତିନିଧିମାନଙ୍କ ସହ କଥାବାର୍ତ୍ତା କରି ସେ କହିଛନ୍ତି ଯେ ରବିବାର ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲାର ଦ୍ରାବଗାମ ଅଞ୍ଚଳରେ ଏନକାଉଣ୍ଟରରେ ତିନି ଜଣ ଲଶ୍କର-ଇ-ତୋଏବା ଆତଙ୍କବାଦୀ ନିହତ ହୋଇଛନ୍ତି। ସିନିୟର ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ (ଏସଏସ୍ପି) ପୁଲୱାମା ତିନିଜଣ ସ୍ଥାନୀୟ ଲଶ୍କର ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ସେନା, ପୋଲିସ ଏବଂ ସିଆରପିଏଫ୍‌ ପକ୍ଷରୁ ମିଳିତ ଭାବେ ଏହି ଗାଁକୁ କର୍ଡନ କରାଯାଇଥିଲା ବୋଲି ସେ କହିଛନ୍ତି। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ।

ଶନିବାର ରାତିରେ ସୁରକ୍ଷା ବାହିନୀଙ୍କ ଦୁଇଟି ପୃଥକ ଏନକାଉଣ୍ଟର ସମୟରେ ଚାରି ଜଣ ଆତଙ୍କବାଦୀଙ୍କର ମୃତ୍ୟୁ ଘଟିଥିଲା। ପୋଲିସର ସୂଚନାନୁସାରେ, ସେମାନେ କୁଲଗାମର ଖଣ୍ଡିପୋରା ଅଞ୍ଚଳରେ ଲୁଚି ରହିଥିବା ସୂଚନା ମିଳିତ ସୁରକ୍ଷାକର୍ମୀଙ୍କୁ ମିଳିଥିଲା। ଏହାପରେ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଥିବା ଆଇଜିପ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri