ଛେଣ୍ଡିପଦା ବ୍ଲକରେ ୯୯୮ ପ୍ରାର୍ଥୀ: ୮୧ ପ୍ରାର୍ଥିପତ୍ର ପ୍ରତ୍ୟାହାର

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.)- ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପକ୍ଷରୁ ମଙ୍ଗଳବାର ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ବ୍ଲକରେ ଥିବା ମୋଟ ୩୪ ପଞ୍ଚାୟତରୁ ସମିତି ସଭ୍ୟ, ସରପଞ୍ଚ ଏବଂ ୱାର୍ଡ ସଭ୍ୟ ପାଇଁ ମୋଟ ୧୦୯୯ ଜଣ ନାମାଙ୍କନପତ୍ର ଦାଖଲ କରିଥିଲେ। ସେଥିରୁ ୨୨ ତାରିଖ ଯାଞ୍ଚ ପରେ ୧୦୭୯ ନାମାଙ୍କନପତ୍ର କାଏମ ରହିଥିଲା। ୨୫ ତାରିଖରେ ୮୧ ଜଣ ପ୍ରାର୍ଥିପତ୍ର ପ୍ରତ୍ୟାହାର କରିଥିବାରୁ ବର୍ତ୍ତମାନ ନିର୍ବାଚନ ମୈଦାନରେ ମୋଟ୍‌ ୯୯୮ ଜଣ ପ୍ରାର୍ଥୀ ରହିଥିବା ସ୍ପଷ୍ଟ ହୋଇଛି। ତେବେ ୧୬ଟି ଓ୍ବାର୍ଡରୁ ଓ୍ବାର୍ଡସଭ୍ୟ ପାଇଁ କେହି ନାମାଙ୍କନପତ୍ର ପକାଇ ନ ଥିବାରୁ ସେଠାରେ ପୁନର୍ବାର ନାମାଙ୍କନପତ୍ର ଆହ୍ବାନ କରାଯିବ। ପ୍ରକାଶ ଯେ, ୩୪ଟି ପଞ୍ଚାୟତରୁ ସମିତି ସଭ୍ୟ ପାଇଁ ୧୧୦ ଜଣ, ସରପଞ୍ଚ ପାଇଁ ୧୩୪ ଓ ୱାର୍ଡସଭ୍ୟ ପାଇଁ ୮୫୫ ଜଣ ନାମାଙ୍କନପତ୍ର ଦାଖଲ କରିଥିଲେ। ଯାଞ୍ଚ ପରେ ୧୦୨ ସମିତି ସଭ୍ୟ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ ରହିଥିଲା। ସେହିପରି ୧୨୫ ସରପଞ୍ଚ ପ୍ରାର୍ଥୀ ଓ ୮୫୨ ଓ୍ବାର୍ଡ ସଭ୍ୟଙ୍କ ପ୍ରାର୍ଥତ୍ପତ୍ର ଠିକ୍‌ ରହିଥିଲା। ତେବେ ୨୦ ଜଣ ସମିତି ସଭ୍ୟ ପ୍ରାର୍ଥୀ, ୨୬ ଜଣ ସରପଞ୍ଚ ପ୍ରାର୍ଥୀ ଓ ୩୫ଜଣ ଓ୍ବାର୍ଡ ସଭ୍ୟ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିନେଇଛନ୍ତି। ଫଳରେ ଏବେ ପ୍ରତିଦ୍ୱନ୍ଦ୍ୱିତା ପାଇଁ ନିର୍ବାଚନ ରଣାଙ୍ଗନରେ ୮୨ ସମିତି ସଭ୍ୟ ପ୍ରାର୍ଥୀ, ୯୯ ସରପଞ୍ଚ ପ୍ରାର୍ଥୀ ଓ ୮୧୭ ଓ୍ବାର୍ଡ ସଭ୍ୟ ପ୍ରାର୍ଥୀ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାଗୌରୀ ବେଶରେ ମା’ ସମଲେଇ: ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୨୬।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ଅଷ୍ଟମ ଦିବସ ଗୁରୁବାର ଦେବୀ ମହାଗୌରୀ ବେଶରେ ଦର୍ଶନ ଦେଇଛନ୍ତି। ଦେବୀଙ୍କୁ…

ସରିଯିବ ଧାନକିଣା ଅବଧି, ସମସ୍ୟା ଅସମାହିତ

ବରଗଡ଼,୨୬ା୩(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୬ ଦିନ ବାକି। ମାତ୍ର ବରଗଡ଼ ଜିଲାର ବିଭିନ୍ନ ବ୍ଲକର ଚାଷୀମାନେ ଧାନ ବିକ୍ରି…

ଅଲୋଡ଼ାଙ୍କୁ ଭରସା: ସରଗରମ ବାଲେଶ୍ୱର ରାଜନୀତି

ବାଲେଶ୍ୱର,୨୬ା୩(ବାଞ୍ଛାନିଧି ଦେ):ବାଲେଶ୍ୱର ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଗତ କିଛିଦିନ ଧରି ଜିଲାର ରାଜନୈତିକ ବାତାବରଣ ସରଗରମ ରହିଛି। ପୂର୍ବତନ ଏମ୍‌ପି ରବୀନ୍ଦ୍ର କୁମାର ଜେନା ଭାଜପାରେ…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ମାନବିକତା ଭୁଲିଲେ ‘ମୋ ବସ’ ଚାଳକ: ହର୍ନ ମାରିଲେ, ନ ଉଠିବାରୁ ଚଢ଼ାଇ ଦେଲେ…

ଗଞ୍ଜାମ, ୨୫।୩ (ବିଦ୍ୟାଧର ସାହୁ): ଦିନକୁ ଦିନ ‘ମୋ ବସ’ (ଲକ୍ଷ୍ମୀ) ଚାଳକଙ୍କ ମନମୁଖୀ ଗାଡ଼ିଚାଳନା ଓ ଔଦ୍ଧତ୍ୟ ବଢ଼ିବାରେ ଲାଗିଛି। ସାଧାରଣ ଯାତ୍ରୀଙ୍କୁ ହଇରାଣ କରିବା…

ଭେଲିଡେସନ ଆକ୍ଟ ବିରୁଦ୍ଧରେ ଗର୍ଜିଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ: ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଭଞ୍ଜନଗର,୨୫।୩(ବାବୁଲା ପ୍ରଧାନ)- ଗଞ୍ଜାମ  ଜିଲା ଭଞ୍ଜନଗର ଅବସରପ୍ରାପ୍ତ ରାଜ୍ୟ ସରକାରୀ କର୍ମଚାରୀ ସଙ୍ଘ ପେନସନର୍ସ ଭେଲିଡେସନ ଆକ୍ଟ ୨୦୨୫ କୁ ବିରୋଧ କରିଛି। ଉକ୍ତ ଆକ୍ଟ ବିରୁଦ୍ଧରେ…

ସିଡିଏମଓଙ୍କ ମହାନୀୟତା: ଦୁର୍ଘଟଣାଗ୍ରସ୍ତଙ୍କ ପାଇଁ ସାଜିଲେ ଦେବଦୂତ, ନିଜେ ଠିଆ ହୋଇ ପଠାଇଲେ ମେଡିକାଲ୍

ଗଜପତି, ୫।୩(ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଶାନ୍ତନୁ କୁମାର ପାଢୀଙ୍କ ମହାନୀୟତା ଦେଖିବାକୁ ମିଳିଛି । ଦୁର୍ଘଟଣାରେ ଗୁରୁତର ହୋଇ ଛଟପଟ ହେଉଥିବା…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri