ବଜେଟରେ ବଡ଼ ଘୋଷଣା: ନବମ, ଏକାଦଶ ପିଲାଙ୍କୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ଏବଂ ଛାତ୍ରକୁ ଗୁରୁତ୍ୱ ଦେଇଛନ୍ତି। ଏଣିକି ସ୍କୁଲରେ ଡ୍ରପ ଆଉଟ ରୋକିବାକୁ ନୂଆ ଯୋଜନା ‘ମାଧୋ ସିଂହ ହାତ ଖର୍ଚ୍ଚ’ ଆରମ୍ଭ କରିଛନ୍ତି ମୋହନ ସରକାର। ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଏସ୍‌ଟି ପିଲାଙ୍କୁ ଟଙ୍କା ମିଳିବ। ଏହି ଯୋଜନାରେ ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ ବୋଲି ସରକାର ଘୋଷଣା କରିଛନ୍ତି।

ଅନ୍ୟପଟେ ଶିକ୍ଷାକ୍ଷେତ୍ର ପାଇଁ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି। ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି। ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri