୯ମ ଶ୍ରେଣୀ ଛାତ୍ରୀ ମା’ ହେବା ଘଟଣା: ଜାତୀୟ ମାନବାଧିକାର କମିଶନ ନିକଟରେ ପହଞ୍ଚିଲା ମାମଲା

କେନ୍ଦୁଝର,୨୮ା୧(ସ୍ବ.ପ୍ର.): ସଦର ବ୍ଲକ ଅଞ୍ଚଳରେ ଜଣେ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଅଧୀନ ଏକ ବାଳିକା ବିଦ୍ୟାଳୟରେ ନବମ ଶ୍ରେଣୀରେ ପାଠ ପଢୁଥିବା ଜଣେ ଛାତ୍ରୀ ଗର୍ଭବତୀ ହୋଇ ଡାକ୍ତରଖାନାର ଶିଶୁ ଜନ୍ମ ହେବା ଘଟଣାକୁ ନେଇ ଜାତୀୟ ମାନବାଧିକାର କମିଶନ ନିକଟରେ ଅଭିଯୋଗ ହୋଇଛି। ଏହି ଘଟଣାରେ କମିଶନ କେସ୍‌ ନଂ ୧୬୨୨/୨୩ରେ ଗ୍ରହଣ କରିଥିବା ଜଣାପଡ଼ିଛି। ମାନବାଧିକାର କର୍ମୀ ହିମାଂଶୁ ଶେଖର ନାୟକ ଏହି ଅଭିଯୋଗ କରିଥିବାବେଳେ ପୀଡ଼ିତାଙ୍କୁ ୨୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେଇ ଏହାର ପ୍ରମାଣପତ୍ର ୩ ସପ୍ତାହ ମଧ୍ୟରେ ଦାଖଲ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ଆଦେଶ କରିବା ପାଇଁ କମିଶନ ନିକଟରେ ନିବେଦନ କରିଛନ୍ତି। ସେହିପରି ଏହାର ତଦନ୍ତ ବିଚାର ବିଭାଗୀୟ ତଦନ୍ତ କରି ୪ ସପ୍ତାହ ମଧ୍ୟରେ କମିଶନ ନିକଟରେ ଦାଖଲ କରିବାକୁ ଗୃହ ବିଭାଗର ପ୍ରମୁଖ ସଚିବଙ୍କୁ ଆଦେଶ କରିବାକୁ ନିବେଦନ କରିଛନ୍ତି। ସେହିପରି ୪ ସପ୍ତାହ ମଧ୍ୟରେ କ’ଣ ପଦକ୍ଷେପ ନିଆଯାଇଛି ତାହାର ସବିଶେଷ ରିପୋର୍ଟ ଦେବାକୁ ଆରକ୍ଷୀ ଅଧୀକ୍ଷକ କେନ୍ଦୁଝରଙ୍କୁ ଆଦେଶ କରିବାକୁ କମିଶନ ନିକଟରେ ନିବେଦନ କରିଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁ ଏଭଳି ଅଘଟଣ ଯେପରି ନ ଘଟେ ସେ ନେଇ ଖିଲାପୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲାପାଳଙ୍କୁ ଆଦେଶ କରିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri