ଅଗଷ୍ଟ ୧୬ରୁ ଖୋଲିବ ୯ମ ଶ୍ରେଣୀ

ଭୁବନେଶ୍ୱର,୬।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ଗୁରୁବାର ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଅଗଷ୍ଟ ୧୬ରୁ ସରକାରୀ, ସରକାରୀ ସହାୟତା ଏବଂ ବେସରକାରୀ ଶିକ୍ଷାନୁଷ୍ଠାନରେ ୯ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ପାଠପଢ଼ା ଆରମ୍ଭ ହେବ ବୋଲି ବିଭାଗ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି । ଉଭୟ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନରେ ୯ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ପାଇଁ ଅଫ୍‌ଲାଇନ ପାଠପଢ଼ା ଆରମ୍ଭ ହେବ। କରୋନା କଟକଣା ମଧ୍ୟରେ ସ୍କୁଲ ଖୋଲିବା ସହ ରବିବାର ଓ ଛୁଟିଦିନକୁ ଛାଡ଼ି ଅନ୍ୟ ଦିନ ସକାଳ ୯ରୁ ଅପରାହ୍ନ ୧୨ଟା ୩୦ ପର୍ଯ୍ୟନ୍ତ ପାଠପଢ଼ା ହେବ। ସ୍କୁଲରେ ପାଠପଢା ହେଲେ ମଧ୍ୟ ଅନ୍‌ଲାଇନ ଜରିଆରେ ପଢ଼ା ଜାରି ରହିବ। ତେବେ ପିଲାମାନେ ସ୍କୁଲକୁ ଆସିବା ପୂର୍ବରୁ ମାତାପିତାଙ୍କ ଅନୁମତିି ନେବାକୁ କୁହାଯାଇଛି। ସ୍କୁଲରେ ଉପସ୍ଥାନ ଛାତ୍ରୀଛାତ୍ରଙ୍କ ପାଇଁ ବାଧ୍ୟତାମୂଳକ ନୁହେଁ। ବିଭାଗ ଦ୍ୱାରା ଜୁଲାଇ ୧୭ରେ ଜାରି କରାଯାଇଥିବା ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ପାଳନ କରିବାକୁ କୁହାଯାଇଛି। ଏଥିସହିତ ନବମ ଶ୍ରେଣୀ ପିଲାଙ୍କ ଛାତ୍ରାବାସ ମଧ୍ୟ ଅଗଷ୍ଟ ୧୭ ତାରିଖରୁ ଖୋଲିବ। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି କରାଯାଇଥିବା କୋଭିଡ୍‌ ଗାଇଡ୍‌ଲାଇନକୁ କଡ଼ାକଡ଼ି ଭାବେ ଅନୁସରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ, ଜୁଲାଇ ୨୬ରୁ ଦଶମ ଓ ଯୁକ୍ତ୨ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ ଖୋଲାଯାଇ ଶିକ୍ଷାଦାନ କରାଯାଉଛି। ପରିସ୍ଥିତିକୁ ଦେଖି ପର୍ଯ୍ୟାୟ କ୍ରମେ ଅନ୍ୟ ଶ୍ରେଣୀଗୁଡ଼ିକ ଖୋଲିବା ନେଇ ବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri