ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ ଏତଲା ଦିଆଯିବା ଏବଂ ଏହାକୁ ନେଇ ଟାହିଟାପରା କରାଯିବା କୋମଳମତି ପିଲାଙ୍କ ଉପରେ ଗୁରୁତର ପ୍ରଭାବ ପକାଇଥାଏ। ଏଭଳି ଏକ ଘଟଣାରେ ମର୍ମାହତ ହୋଇଥିବା ଜଣେ ୯ମ ଶ୍ରେଣୀ ଛାତ୍ର ଲୋକଙ୍କ ଅପମାନକୁ ସହ୍ୟକରି ନ ପାରି ଶୁକ୍ରବାର ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଏହି ଘଟଣା ଘଟିଛି ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ କେ. ନୂଆଁଗଡ଼ ଗ୍ରାମରେ। ଛାତ୍ର ଜଣକ ହେଲେ ନାରାୟଣ ପରିଡ଼ାଙ୍କ ପୁଅ ଚନ୍ଦନ ପରିଡ଼ା। ଚନ୍ଦନ ଗତ ୧୭ ତାରିଖରେ ଗଁା ଦାଣ୍ଡରେ ତାଙ୍କ ସାଙ୍ଗମାନଙ୍କ ସହିତ ମିଶି ବଲ୍‌ ଖେଳୁଥିଲେ। ଏହି ସମୟରେ ବଲ୍‌ଟି ଗ୍ରାମର ଜଣେ ମହିଳାଙ୍କ ଦେହରେ ବାଜିଥିଲା। ମହିଳା ଜଣଙ୍କ ଅସନ୍ତୋଷ ବ୍ୟକ୍ତ କରିବା ସହ ଗ୍ରାମର କେତେଜଣ ଲୋକଙ୍କ ପ୍ରରୋଚନାରେ ଚନ୍ଦନ ଏବଂ ତାଙ୍କ ବାପାଙ୍କ ବିରୋଧରେ ଗାଙ୍ଗପୁର ଥାନାରେ ଅଭିଯୋଗ କରିଥିଲେ। ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଗ୍ରାମର କେତେଜଣ ଲୋକ ଚନ୍ଦନଙ୍କୁ ଦେଖିଲେ ‘ତୋ ନାମରେ ମାମଲା ହେଲା, ତୋର ଭବିଷ୍ୟତ ଗଲା। ତୁ ପାଠ ପଢ଼ିଲେ ବି ଆଉ ଚାକିରି କରିପାରିବୁ ନାହିଁ। ତୋ କ୍ୟାରିୟର ବରବାଦ ହୋଇଗଲା’ ବୋଲି କହି ଟାହିଟାପରା କରୁଥିଲେ। ଏ ସମ୍ପର୍କରେ ଚନ୍ଦନ ବାପାଙ୍କୁ ସବୁକଥା କହିଥିଲେ। ବ୍ୟସ୍ତ ହୁଅନା, କିଛି ହେବ ନାହିଁ ବୋଲି ବାପା ଚନ୍ଦନଙ୍କୁ ବୁଝାଇଥିଲେ। କିନ୍ତୁ ଚନ୍ଦନ ମାନସିକ ଦୁଶ୍ଚିନ୍ତା ଭିତରେ ରହୁଥିଲେ। ଶୁକ୍ରବାର ସେ ଏକ ଦୋକାନରୁ ମୂଷାମରା ବିଷ କିଣି ବାଟରେ ଖାଇଦେଇଥିଲେ। ଘରେ ପହଞ୍ଚିବା ପରେ ବାନ୍ତି କରିଥିଲେ। ବାପା କ’ଣ ହେଲା ବୋଲି ପଚାରିବାରୁ ସେ ଲୋକମାନଙ୍କ ଅପମାନ ସହ୍ୟ କରି ନ ପାରି ବିଷ ପିଇ ଦେଇଥିବା କହିଥିଲେ। ପରିବାର ଲୋକେ ତାଙ୍କୁ ସଙ୍ଗେ ସଙ୍ଗେ ଗୋବରା ମେଡିକାଲରେ ଭର୍ତ୍ତି କରିଥିଲେ। ପରେ ଭଞ୍ଜନଗର ମେଡିକାଲକୁ ଆଣିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଚନ୍ଦନଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ପୋଲିସ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri