ଆସନ୍ତାକାଲିଠାରୁ ନବମ ସମ୍ମେଟିଭ୍‌-୧ ପରୀକ୍ଷା

କଟକ ଅଫିସ,୨୬ା୧୦- ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ନବମ ଶ୍ରେଣୀ ସମ୍ମେଟିଭ ଆସେସ୍‌ମେଣ୍ଟ(ଏସ୍‌ଏ)-୧ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହୋଇ ଆସନ୍ତା ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟର ୫ ଲକ୍ଷ ୭୪ ହଜାର ୭୦୨ ଜଣ ପରୀକ୍ଷାର୍ଥୀ ୪୧୪ କେନ୍ଦ୍ରରେ ପରୀକ୍ଷା ଦେବେ। ସେହିଭଳି ସଂସ୍କୃତ ମଧ୍ୟମାରେ ୩,୨୦୫ ଜଣ ନବମ ଶ୍ରେଣୀ ଛାତ୍ରୀଛାତ୍ର ୭୫ଟି କେନ୍ଦ୍ରରେ ପରୀକ୍ଷା ଦେବାକୁ ବୋର୍ଡ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ପ୍ରଥମ ଦିନରେ ଇଂଲିଶ ବିଷୟରେ ପରୀକ୍ଷା ହେବ। ସେହିପରି ୨୮ରେ ପ୍ରଥମ ଭାଷା ଓଡ଼ିଆ, ୨୯ରେ ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ, ୩୧ରେ ଗଣିତ, ନଭେମ୍ବର ୧ରେ ସାଧାରଣ ବିଜ୍ଞାନ ଓ ୨ ତାରିଖରେ ସାମାଜିକ ବିଜ୍ଞାନ ବିଷୟରେ ପରୀକ୍ଷା ହେବ। ସମସ୍ତ ନୋଡାଲ ସ୍କୁଲଗୁଡିକରେ ପରୀକ୍ଷା ନିମନ୍ତେ ପ୍ରଶ୍ନପତ୍ର ପହଁଞ୍ଚି ସାରିଛି। ସ୍କୁଲ କର୍ତ୍ତୃପକ୍ଷ ନୋଡାଲ ସେଣ୍ଟରଗୁଡିକରୁ ପ୍ରଶ୍ନପତ୍ର ଗ୍ରହଣ କରିବେ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି ବୋଲି ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର ରାଉତରାୟଙ୍କ...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri