ବଜ୍ରପାତରେ ଗୋରୁ ଚରାଳିଙ୍କ ସମେତ ୮ଗୋରୁ ମୃତ

ନାରାୟଣପାଟଣା, ୮।୧୦(ଡି.ଏନ୍‌.ଏ.)-ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ପଞ୍ଚାୟତ ବାରି ଗାଁ ନିକଟ ମାଠିଆ ସାହି ଜଙ୍ଗଲରେ ବଜ୍ରପାତ ଘଟି ଜଣେ ଗୋରୁ ଚରାଳିଙ୍କ ମୃତ୍ୟୁ ହୋଇଛି। ଏଥିରେ ୮ ଗୋରୁ ମଧ୍ୟ ମୃତ୍ୟୁବରଣ କରିଛନ୍ତି। ମୃତକ ହେଲେ ବାରି ଗାଁର ବିକେୟା ତାଡିଙ୍ଗି(୪୫)। ପ୍ରକାଶ ଯେ, ବିକେୟା ସୋମବାର ଗୋରୁ ଚରାଇବାକୁ ଜଙ୍ଗଲକୁ ଯାଇଥିଲେ। ସନ୍ଧ୍ୟାରେ ଫେରିବା ସମୟରେ ବର୍ଷା ସହ ବଜ୍ରପାତ ହୋଇଥିଲା। ଏଥିରେ ବିକେୟା ଓ ତାଙ୍କର ୮ଟି ଗୋରୁଙ୍କ ମୃତ୍ୟୁ ହୋଇଥିଲା। ରାତିରେ ଘରକୁ ନ ଫେରିବାରୁ ପରିବାର ଲୋକେ ସବୁଆଡ଼େ ଖୋଜାଖୋଜି କରିଥିଲେ। ମଙ୍ଗଳବାର ଜଙ୍ଗଲରେ ବିକେୟାଙ୍କ ମୃତଦେହ ପଡିଥିବା ଦେଖି ପରିବାର ଲୋକେ ପୋଲିସକୁ ଖବର ଦେଇଥିଲେ। ନାରାୟଣପାଟଣା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ମୃତଦେହ ଜବତ କରି ସ୍ଥାନୀୟ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି। ସରକାରୀ ନିୟମାନୁସାରେ ତାଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଦାବି ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri